ଓଡ଼ିଶା-ଆନ୍ଧ୍ର ସହ ତେଲଙ୍ଗାନାକୁ ଯୋଗାଯୋଗ ବିଚ୍ଛିନ୍ନ

ମାଲକାନଗିରି/କାଲିମେଳା/ ଏମ୍‌ଭି-୭୯,୨୦ା୭ (ଦୁର୍ଯ୍ୟୋଧନ ପାତ୍ର/ଜୀବନକୃଷ୍ଣ ଦାସ/ ଭି.କି ବାରିକ): ମାଲକାନଗିରି ଜିଲାରେ ଶୁକ୍ରବାର ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ଲଘୁଚାପଜନିତ ବର୍ଷା ଲାଗିରହିଛି। ଜିଲାରେ ମୋଟ ୮୩.୮ ମି.ମି. ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ମାଲକାନଗିରି ବ୍ଲକ୍‌ରେ ୬.୨ମି.ମି., ମାଥିଲି ବ୍ଲକ୍‌ ୩.୦ ମି.ମି., ଖଇରପୁଟରେ ୫.୦ ମି.ମି., ଚିତ୍ରକୋଣ୍ଡା ୬.୬ ମି.ମି., କୋରୁକୋଣ୍ଡା ୯.୦ ମି.ମି., କାଲିମେଳା ୪୦.୦ ମି.ମି. ଓ ପଡ଼ିଆ ବ୍ଲକ୍‌ରେ ୧୪.୦ ମି.ମି. ବର୍ଷା ହୋଇଛି। ଏହି ବର୍ଷା ଯୋଗୁ ଜିଲାର ପୋଟେରୁ, ଏମ୍‌ଭି-୯୦,ଏମ୍‌ଭି-୯୬, କାଙ୍ଗୁରୁକୋଣ୍ଡା, କନ୍ୟାଶ୍ରମ, ପାଙ୍ଗାମ, ତାର୍ଲାକୋଟା ପ୍ରଭୃତି ଅଞ୍ଚଳର ନଦୀଗୁଡ଼ିକରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। କାଙ୍ଗୁରୁକୋଣ୍ଡା ପୋଲରେ ଅତ୍ୟଧିକ ବର୍ଷାଜଳ ପ୍ରବାହିତ ହେଉଥିବାରୁ ଓଡ଼ିଶା- ଆନ୍ଧ୍ରପ୍ରଦେଶ ଓ ତେଲଙ୍ଗାନାକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ଓଡ଼ିଶା- ଆନ୍ଧ୍ରପ୍ରଦେଶ ଓ ତେଲଙ୍ଗାନାକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇ ଗତ ସପ୍ତାହେ ତଳେ ଏମ୍‌ଭି-୯୬ ନଦୀରେ ୩ଫୁଟ ଉଚ୍ଚତାରେ ବର୍ଷାଜଳ ପ୍ରବାହିତ ହୋଇଥିବା ବେଳେ ଶୁକ୍ରବାର ଏହି ନଦୀରେ ସମପରିମାଣର ବର୍ଷାଜଳ ପ୍ରବାହିତ ହୋଇଥିବା ଦେଖିବାକୁ ମିଳିଛି। ସେହିପରି ପୋଟେରୁ ନଦୀ ଉପରେ ମଧ୍ୟ ୩ ଫୁଟ ଉଚ୍ଚତାରେ ବର୍ଷାଜଳ ପ୍ରବାହିତ ହେଉଛି। ଫଳରେ ମୁଖ୍ୟ ରାସ୍ତାର ଉଭୟ ପାର୍ଶ୍ୱରେ ବହୁ ଗାଡ଼ିମୋଟର ଅଟକି ରହିଛି। ଯଦି ବର୍ଷା ରାତିତମାମ ଲାଗି ରହେ ତେବେ ଶନିବାର ସକାଳ ସୁଦ୍ଧା ଏହି ନଦୀଗୁଡିକରେ ଜଳସ୍ତର ବୃଦ୍ଧି ପାଇ ପୋଲ ଉପରେ ବର୍ଷାଜଳ ପ୍ରବାହିତ ହେବା ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ସମସ୍ତ ପ୍ରସ୍ତୁତି ଶେଷ କରିଛି। ନଦୀକୂଳିଆ ଅଞ୍ଚଳରେ ବସବାସ କରୁଥିବା ଜନସାଧାରଣଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରିବା ଲାଗି ପ୍ରଶାସନ ବ୍ୟବସ୍ଥା କରିଛି। ଅଗ୍ନିଶମ ବିଭାଗ, ଓଡ୍ରାଫ୍‌ ଟିମ୍‌, ଅନ୍ୟ ସମସ୍ତ ପ୍ରଶାସନିକ ଅଧିକାରୀ ଓ କର୍ମଚାରୀମାନେ ସଜାଗ ରହିଛନ୍ତି। ସୂଚନାଯୋଗ୍ୟ, ମାଲକାନଗିରି ଜିଲାର ଏହି ନଦୀଗୁଡ଼ିକରେ ପ୍ରତିବର୍ଷ ପ୍ରବଳ ବର୍ଷା ଯୋଗୁ ନଦୀର ଜଳସ୍ତର ବୃଦ୍ଧି ପାଇ ନଦୀ ପୋଲ ଉପରେ ପ୍ରାୟ ୫ ଫୁଟରୁ ଉଚ୍ଚରେ ବର୍ଷା ଜଳ ପ୍ରବାହିତ ହେଉଥିବା ନଜିର ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ନଦୀ ଉପରେ ଥିବା ପୋଲଗୁଡିକର ଉଚ୍ଚତା ବୃଦ୍ଧି ପାଇଁ ନୂତନ ପୋଲ ନିର୍ମାଣ ଲାଗି ଟେଣ୍ଡର କରିଥିଲେ ସୁଦ୍ଧା ୩ ବର୍ଷ ବିତିଲାଣି ପୋଲଗୁଡିକ ଅଧାପନ୍ତରିଆ ଭାବେ ପଡ଼ିରହଛି। ତୁରନ୍ତ ଏହି ନିର୍ମାଣାଧୀନ ପୋଲ କାର୍ଯ୍ୟ ଶେଷ କରିବାକୁ ସାଧାରଣରେ ଦାବି ହେଉଛି।
ଲଗାଣବର୍ଷା ଯୋଗୁ କାଲିମେଳା ବ୍ଲକ୍‌ରେ ସର୍ବାଧିକ ୪୦ମି.ମି. ବର୍ଷା ରେକର୍ଡ କରାଯାଇଛି। ଅତ୍ୟଧିକ ବର୍ଷା ଯୋଗୁ ମାଲକାନଗିରିରୁ ମୋଟୁକୁ ସଂଯୋଗ କରୁଥିବା ୩୨୬ ନମ୍ବର ଜାତୀୟ ରାଜପଥର କାଙ୍ଗୁରୁକୋଣ୍ଡା ପୋଲ ଉପରେ ୪ଫୁଟ ବର୍ଷାପାଣି ପ୍ରବାହିତ ହେଉଛି। ପାଣିରେ ପୋଲ ବୁଡ଼ିଯାଇଥିବା ଦେଖିବାକୁ ମିଳିଛି। ଏହି ରାସ୍ତା ଦେଇ ଗାଡ଼ିମୋଟର ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଛି। ପୋଲର ଉଭୟ ପାର୍ଶ୍ୱରେ ଶତାଧିକ ଗାଡି ଅଟକି ରହିଛି। ପୋଲ ପାରି ନ ହେବାକୁ କାଲିମେଳା ପୋଲିସ ଲୋକଙ୍କୁ ପରାମର୍ଶ ଦେଇଛି। ପ୍ରଶାସନ ପକ୍ଷର ପୋଲର ଉଭୟ ପାର୍ଶ୍ୱରେ ଲାଲରଙ୍ଗର ଫିତା ଟଣାଯାଇ ଯାତାୟାତକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି। ଫଳରେ ଓଡ଼ିଶା- ଆନ୍ଧ୍ରପ୍ରଦେଶ ଓ ତେଲଙ୍ଗାନାକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିବା ଜଣାଯାଇଛି। ସେହିପରି ଏମ୍‌ଭି- ୯୬ ପୋଲ ଉପରେ ମଧ୍ୟ ୨ରୁ ୩ ଫୁଟ ବର୍ଷାଜଳ ପ୍ରଭାବିତ ହେଉଥିବାରୁ ଲୋକମାନେ ଅଟକି ରହିଥିବା ଦେଖିବାକୁ ମିଳିଛି। କାଲିମେଳାରୁ ପଡିଆକୁ ସଂଯୋଗ କରୁଥିବା କନ୍ୟାଶ୍ରମ ପୋଲ ତଳେ ପାଣି ଚାଲିଛି। ବର୍ଷାକୁ ନଜରରେ ରଖି ପ୍ରଶାସନିକ ଅଧିକାରୀମାନେ ସଜାଗ ରହିଛନ୍ତି। ଜିଲା ବିପର୍ଯ୍ୟୟ ପରିଚାଳନା ଅଧିକାରୀ କାଙ୍ଗୁରୁକୋଣ୍ଡା ଗସ୍ତକରି ସ୍ଥିତି ଉପରେ ନଜର ରଖିଛନ୍ତି। ବିଡିଓ ପ୍ରଦୀପ କର ବୁଡ଼ିଯାଇଥିବା ପୋଲ ଅଞ୍ଚଳ ବୁଲି ଦେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri