୨୩ ତାରିଖ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୦।୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ଅବପାତରେ ପରିଣତ ହୋଇଛି । ବର୍ତ୍ତମାନ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୪ କିମି ବେଗରେ ଗତି କରୁଛି । ପୁରୀଠାରୁ ଏହା ଦକ୍ଷିଣ-ଦକ୍ଷିଣପଶ୍ଚିମ ଦିଗରେ ୪୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ଏପରିକି ଗୋପାଳପୁରରୁ ପୂର୍ବ-ଉତ୍ତରପୂର୍ବ ଦିଗରେ ୬୦ କିମି ଦୂରରେ ଅଛି। ଏହାରି ପ୍ରଭାବରେ ୨୩ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ତାନରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ଆକଳନ କରିଛି। ପରେ ଅବପାତ ପୁରୀ ଜିଲାର ଚିଲିକା ଉପକୂଳ ଦେଇ ଓଡ଼ିଶା ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି । ଏହା ପ୍ରଭାବରେ ପୁରୀ ସମେତ ରାଜ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଓଡ଼ିଶା ଉପକୂଳ ଓ ଏହା ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ। ଏହି ସମୟରେ ସମୁଦ୍ରକୁ ନ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।
ବର୍ଷା ଯୋଗୁ ବିଭିନ୍ନ ନଦୀ, ନାଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛ। ଏଥିସହିତ ପାହାଡ଼ିଆ ଅଞ୍ଚଳରେ ମାଟି ଅତଡ଼ା ଧସିବାର ସମ୍ଭାବନା ରହିଛି। ଯେକୌଣସି ଅପ୍ରୀତିକର ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ସ୍ବତନ୍ତ୍ର ରିଲିଫ କମିଶନର (ଏସଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ବିଭିନ୍ନ ଦୁର୍ବଳ ନଦୀ ଓ କେନାଲ ବନ୍ଧଗୁଡ଼ିକ ଉପରେ ତୀକ୍ଷ୍ଣ ନଜର ରଖିବା ପାଇଁ ଜଳ ସମ୍ପଦ ବିଭାଗ ଇଞ୍ଜିନିୟରମାନଙ୍କୁ କୁହାଯାଇଛି। ଏଥିସହିତ ସହରାଞ୍ଚଳରେ ଯେଉଁ ସ୍ଥାନଗୁଡ଼ିକ ଜଳମଗ୍ନ ହେବାର ଆଶଙ୍କା ରହିଛି ସେ ସବୁ ସ୍ଥାନକୁ ଜଳମୁକ୍ତ କରିବା ପାଇଁ ଆଗୁଆ ପ୍ରସ୍ତୁତି କରିବାକୁ ମଧ୍ୟ ଏସଆର୍‌ସି ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ରବିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି

ଆଡିଲେଡ୍‌,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍‌ ଫାଷ୍ଟ ବୋଲର ବ୍ରେଟ୍‌ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ କରାଯାଇଛି। ଘାତକ ପେସ୍‌ ସାଙ୍ଗକୁ ଆଦର୍ଶ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍‌ପି

ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri