ଜନ୍ମ ହେବା ପରେ ଆଶ୍ଚର୍ଯ୍ୟ କରିଦେଲା ଶିଶୁ, ରହିଛି ୩୨ ଦାନ୍ତ

ନୂଆଦିଲ୍ଲୀ, ୨୦ା୭: ସାଧାରଣତଃ ଶିଶୁଟିଏ ଜନ୍ମ ହେଲା ବେଳେ ତାର ଦାନ୍ତ ଉଠି ନଥାଏ । ସମୟ କ୍ରମେ ଧିରେ ଧିରେ ଦାନ୍ତ ଉଠିଥାଏ ଏବଂ ସେହି ଦାନ୍ତ ଉପୁଡ଼ି ଆଉ ନୂଆ ଦାନ୍ତ ଉଠିଥାଏ । ଅର୍ଥାତ ପିଲାମାନେ ଦାନ୍ତ ବିନା ଜନ୍ମ ହୁଅନ୍ତି । କିନ୍ତୁ ଏହା ସମ୍ଭବ କି ଗୋଟିଏ ଶିଶୁ ୩୨ ଦାନ୍ତ ସହ ଜନ୍ମ ନେବା ? ତେବେ ଏହି ଘଟଣା ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ । ବହୁତ କ୍ୱଚିତ୍‌ କ୍ଷେତ୍ରରେ, ଶିଶୁଟି ଦାନ୍ତ ସହିତ ଜନ୍ମ ନିଏ । ସୋସିଆଲ ମିଡିଆ ଆପ ଇନଷ୍ଟାଗ୍ରାମରେ ଏପରି ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି । ଯେଉଁଥିରେ ଜଣେ ଶିଶୁ ବିଷୟରେ ତାଙ୍କ ମା କହିଛନ୍ତି ଯେ ସେ ୩୨ ଦାନ୍ତ ସହିତ ଜନ୍ମ ହୋଇଛି ।

ଯେତେବେଳେ ଶିଶୁମାନେ ବଡ ହୁଅନ୍ତି, ସେତେବେଳେ ସେମାନଙ୍କର କ୍ଷୀର ଦାନ୍ତ ମଧ୍ୟ ବିକଶିତ ହେବାକୁ ଲାଗେ । ୨୦ ବର୍ଷ ବୟସ ପରେ ଏଗୁଡ଼ିକର ବିକାଶ ହୋଇଥିବା ଦେଖାଯାଇଛି । କିନ୍ତୁ ଏହି ଶିଶୁଟିର ସମ୍ପୂର୍ଣ୍ଣ ୩୨ଟି ଦାନ୍ତ ଅଛି। ଯେଉଁଥିରେ ଶିଶୁର ଜ୍ଞାନ ଦାନ୍ତ ମଧ୍ୟ ରହିଛି । ତେବେ ଏହି ଅସ଼୍ବଭାବିକ ଘଟଣା ଶିଶୁଟିର ମାଆ ସେୟାର କରିବା ପରେ ସାମ୍ନାକୁ ଆସିଛି । ସେ ଏକ ଭିଡିଓ ପୋଷ୍ଟ କରି ଶିଶୁଟିକୁ ଏକ ଅସାଧାରଣ ରୋଗ ହୋଇଥିବା କହିଛନ୍ତି । ଏଥିସହିତ ସେ ଶିଶୁଟିର କିଛି ଫଟୋ ମଧ୍ୟ ସେୟାର କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri