Posted inଖେଳ

ସାନିଆଙ୍କ ସହ ବିବାହକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୨୦।୭: ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ମହମ୍ମଦ ଶାମି ଶେଷରେ ଟେନିସ ତାରକା ସାନିଆ ମିର୍ଜାଙ୍କ ସହ ତାଙ୍କ ବିବାହ ଖବର ଉପରେ ନୀରବତା ଭାଙ୍ଗିଛନ୍ତି। ଶାମି ସ୍ପଷ୍ଟ ଭାବରେ କହିଛନ୍ତି ଯେ ଏହା କେବଳ ଏକ ଗୁଜବ ଯାହାର ମୁଣ୍ଡ ନାହିଁ କି ଗୋଡ ନାହିଁ। ଗୁଜବ ପ୍ରଚାର କରୁଥିବା ବ୍ୟକ୍ତିଙ୍କୁ ଶାମି କଡା ଜବାବ ମଧ୍ୟ ଦେଇଛନ୍ତି।

ଶାମିଙ୍କର ତାଙ୍କ ପତ୍ନୀ ହସିନ ଜାହାନଠାରୁ ଛାଡପତ୍ର ହୋଇଥିଲା। ହସିନ ଜାହାନ ଶାମିଙ୍କ ଉପରେ ଆକ୍ରମଣ ଏବଂ ଘରୋଇ ହିଂସା ସମେତ ଅନେକ ଗମ୍ଭୀର ଅଭିଯୋଗ ଆଣିଥିଲେ। ସାନିଆ ମିର୍ଜା ମଧ୍ୟ ଚଳିତ ବର୍ଷ ପାକିସ୍ତାନର ପୂର୍ବତନ ଅଧିନାୟକ ଶୋଏବ ମଲିକଙ୍କ ସହ ତାଙ୍କର ୧୩ବର୍ଷର ସମ୍ପର୍କକୁ ଶେଷ କରିଛନ୍ତି। ଶୋଏବ ମଲିକ ପାକିସ୍ତାନୀ ମଡେଲ ସାନା ଜାଭେଦଙ୍କୁ ବିବାହ କରିଥିଲେ। ସେବେଠାରୁ ସୋସିଆଲ ମିଡିଆରେ ସେମାନଙ୍କ ବିବାହର ଗୁଜବ ପ୍ରଚାରିତ ହେଉଥିଲା।
ଶୁଭଙ୍କର ମିଶ୍ରଙ୍କୁ ଦେଇଥିବା ଏକ ସାକ୍ଷାତକାରରେ ଶାମି ଏ ବିଷୟରେ ଖୋଲାଖୋଲି ଭାବେ କହିଥିଲେ ଏବଂ ଏପରି ଗୁଜବ ପ୍ରଚାର କରୁଥିବା ଲୋକଙ୍କୁ ନିନ୍ଦା କରିଥିଲେ।
ଶାମି କହିଛନ୍ତି, ମୁଁ କେବଳ ଗୋଟିଏ କଥା କହିବାକୁ ଚାହେଁ। ଯଦି ଆପଣଙ୍କର ଦମ୍‌ ଅଛି ତେବେ ଭେରିଫାଏଡ ପେଜ ମାଧ୍ୟମରେ କହି ଏହାକୁ ଦେଖାନ୍ତୁ, ତେବେ ଆମେ ଆପଣଙ୍କୁ କହିବୁ। ଅନ୍ୟର ଗୋଡ ଟାଣିବା ବହୁତ ସହଜ ଅଟେ। ସଫଳତା ହାସଲ କରନ୍ତୁ, ଆପଣଙ୍କ ଲେଭଲ ବଢାନ୍ତୁ, ଜାଣିବୁ ଆପଣ ଭଲ ଲୋକ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri