ଶଙ୍ଖଭବନ ବେଆଇନକୁ ନେଇ ବଡ଼ ବୟାନ ଦେଲେ ବବି, କହିଲେ…

ଭୁବନେଶ୍ୱର,୨୦।୭: ବିଜେଡିର ପାର୍ଟି ଅଫିସ ତଥା ଶଙ୍ଖଭବନର ତଦନ୍ତ ହେବ। ଏଭଳି କହିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ବିଜେଡିର ଶଙ୍ଖ ଭବନକୁ ନେଇ ଅନେକ ଦିନ ଧରି ଅଭିଯୋଗ ହୋଇ ଆସୁଥିବାବେଳେ ଏବେ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମନ୍ତ୍ରୀ। ଅଭିଯୋଗ ଅନୁଯାୟୀ, ସଡ଼କ କିସମ ଜାଗାକୁ ଘରବାଡ଼ିରେ ପରିବର୍ତ୍ତନ କରି ଶଙ୍ଖ ଭବନ ନିର୍ମାଣ ହୋଇଛି। ଏହା ବେଆଇନ ଭାବେ ନିର୍ମାଣ ହୋଇଛି।

ତେବେ ଏହାକୁ ନେଇ କାଉଣ୍ଟର କରିଛନ୍ତି ବବି ଦାସ। ସେ କହିଛନ୍ତି, ଶଙ୍ଖ ଭବନ ଜମି ଲିଜ୍‌ ପ୍ରସଙ୍ଗ ହେଉ ଅବା ନିର୍ମାଣ କାର୍ଯ୍ୟ ଏଥିରେ କୈାଣସି ଅସଙ୍ଗତି ନାହିଁ । ରାଜସ୍ବ ମନ୍ତ୍ରୀ ବୋଧହୁଏ ଜାଣିନାହାନ୍ତି, ଯେଉଁ ଉଚ୍ଚ କ୍ଷମତା ସମ୍ପନ୍ନ କମିଟିର ବୈଠକର ନିଷ୍ପତ୍ତି ଅନୁଯାୟୀ ବିଜୁ ଜନତା ଦଳ ରାଜ୍ୟ କାର୍ଯ୍ୟାଳୟ ପାଇଁ ଜମି ଆବଣ୍ଟିତ ହୋଇଥିଲା, ସେହି ସମାନ ନିଷ୍ପତ୍ତି ବଳରେ ଭାଜପା ଦଳୀୟ କାର୍ଯ୍ୟାଳୟ ପାଇଁ ଜମି ପ୍ରଦାନ କରାଯାଇଥିଲା । ଜମି ଆବଣ୍ଟନ ପାଇଁ ବିଧି ଅନୁଯାୟୀ ବିଜେଡି ଆବେଦନ କରିଥିଲା ଏବଂ ସରକାରୀ ସ୍ତରରେ ଯାହା ନିର୍ଦ୍ଦେଶ ଦିଆଯାଇଥିଲା, ତାକୁ ଅନୁପାଳନ ମଧ୍ୟ କରିଥିଲା । ଏଥିରେ କୈାଣସି ପ୍ରକାରର ତ୍ରୁଟି ବିଚ୍ୟୁତି ନାହିଁ ।

ନୂଆ ମନ୍ତ୍ରୀ ହୋଇଥିବା ଶ୍ରୀ ପୂଜାରୀ ସମସ୍ତ ତଥ୍ୟ ସଂକ୍ରାନ୍ତରେ ଅବଗତ ନ’ହୋଇ ଗଣମାଧ୍ୟମ ସାମ୍ନାକୁ ଆସି ମନଇଛା ବକ୍ତବ୍ୟ ଦେବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ । ସରକାରୀ ନିଷ୍ପତ୍ତି ଅନୁଯାୟୀ ଅତ୍ୟନ୍ତ ସ୍ବଛତାର ସହ ବିଜେଡି ସମସ୍ତ କାର୍ଯ୍ୟ କରିଛି ବୋଲି ବବି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଗୋ ବିମାନ ରଦ୍ଦ ପରେ ବି କେମିତି ଧଡାଧଡ ବିକ୍ରି ହେଉଛି ଟିକେଟ! ୩ ଗୁଣା ଅଧିକ ଦାମରେ ବି କିଣୁଛନ୍ତି ଲୋକେ

ନୂଆଦିଲ୍ଲୀ,୬।୧୨: ଇଣ୍ଡିଗୋ ଏୟାରଲାଇନ୍ସ ଅନେକ ଦିନ ଧରି ସଂଘର୍ଷ କରୁଛି। ଡିସେମ୍ବର ୨ରୁ ବିମାନ ବାତିଲ ଚାଲିଛି। ଇଣ୍ଡିଗୋ ପ୍ରତିଦିନ ୫୦୦ରୁ ଅଧିକ ବିମାନ ବାତିଲ...

ଶେଷରେ ଟସ୍‌ ଜିତିଲା ଭାରତ: ଖୁସିକୁ ରୋକି ନ ପାରି ରାହୁଲ କରିଦେଲେ…

ନୂଆଦିଲ୍ଲୀ,୬।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ତୃତୀୟ ଦିନିକିଆରେ ଭାରତୀୟ ଅଧିନାୟକ କେଏଲ ରାହୁଲ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତ ୨୦...

ଏହିସବୁ ଭାରତୀୟ ଖାଦ୍ୟ ଖାଇଲେ ପୁଟିନ୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୨।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମ୍ମାନାର୍ଥେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ଆୟୋଜିତ ରାଜ୍ୟ ଭୋଜିରେ କଶ୍ମୀର ଅଖରୋଟ ଗୁଚ୍ଚି ଦୁନ ଚେଟିନ ଏବଂ...

ପୁଟିନ ଫେରୁ ଫେରୁ ପୂରଣ ହେଲା ଭାରତର ବଡ଼ ଇଚ୍ଛା, ପ୍ରମାଦ ଗଣିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଛାଡିବା ପରେ ଏକ ବଡ଼ ଖବର ଆସିଛି। ଏହି ନୂତନ ବିକାଶ ସ୍ବଦେଶୀ ଯୁଦ୍ଧ ବିମାନ କାର୍ଯ୍ୟକ୍ରମକୁ...

Featured Video Play Icon

ଝିଅ ବାହାଘର ପାଇଁ ଟଙ୍କା ଦେବେ ସରକାର, ଭୋଜି ପାଇଁ ମିଳିବ…

ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା ସରକାର।...

ଗୃହରକ୍ଷୀବାହିନୀ ପୋଲିସର ଅଭିନ୍ନ ଅଙ୍ଗ: ଜନସାଧାରଣଙ୍କ ହୋଇଛନ୍ତି ଆସ୍ଥାଭାଜନ

ବଲାଙ୍ଗୀର, ୬।୧୨(ସୁନିଲ କୁମାର ମହାନ୍ତି): ଓଡ଼ିଶା ଗୃହରକ୍ଷୀ ବାହିନୀର ୬୩ତମ ପ୍ରତିଷ୍ଠା ଦିବସ ସ୍ଥାନୀୟ ବଲାଙ୍ଗୀର ରିଜର୍ଭ ପୋଲିସ ପରେଡ ପଡିଆଠାରେ ଶନିବାର ପାଳିତ ହୋଇଯାଇଛି...

ବାଇକ୍‌ ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରଲର: ଜାତୀୟ ରାଜପଥ ରକ୍ତଚଞ୍ଜିତ

ବଣାଇଁ, ୬।୧୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ଗମଲେଇ ନିକଟ ୧୪୩ ନମ୍ବର ଜାତୀୟ ରାଜପଥରେ କିଛି ସମୟ ପୂର୍ବରୁ ଘଟିଛି ଏକ ମର୍ମନ୍ତୁଦ...

ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri