Posted inଖେଳ

ଦିଲ୍ଲୀ କ୍ୟାପିଟାଲ୍ସ ଛାଡ଼ିପାରନ୍ତି ଋଶଭ ପନ୍ତ! ଏହି ଦଳରେ ଯୋଗଦେଇପାରନ୍ତି

ନୂଆଦିଲ୍ଲୀ, ୨୦ା୭: ଭାରତୀୟ କ୍ରିକେଟ୍ ଦଳର ୱିକେଟ୍ କିପର ବ୍ୟାଟର ଋଷଭ ପନ୍ତ ଆଇପିଏଲ୍ ୨୦୨୫ ପୂର୍ବରୁ ଘରୋଇ ଟିମ୍ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ଛାଡ଼ିପାରନ୍ତି। ଦୈନିକ ଜାଗରଣ ରିପୋର୍ଟ ଅନୁଯାୟୀ ଟିମ୍ ନିର୍ଦ୍ଦେଶକ ସୌରଭ ଗାଙ୍ଗୁଲିଙ୍କ ସମର୍ଥନ ସତ୍ତ୍ୱେ ଡିସି ମେଗା ନିଲାମ ପୂର୍ବରୁ ପନ୍ତଙ୍କୁ ଦଳରେ ରଖିବାକୁ ଚାହୁଁନାହିଁ।

ରିପୋର୍ଟରେ ଆହୁରି କୁହାଯାଇଛି ଯେ, ଯଦି ପନ୍ତଙ୍କୁ ଡିସି ଛାଡ଼ିଦିଏ ତେବେ ତାଙ୍କର ସମ୍ଭାବ୍ୟ ଆଗାମୀ ଟିମ୍ ହେବ ଚେନ୍ନାଇ ସୁପର କିଙ୍ଗ୍ସ। ନିକଟ ଭବିଷ୍ୟତରେ ଏମଏସ ଧୋନି ଅବସର ନେବାକୁ ଯାଉଥିଲା ବେଳେ ଋଷଭ ପନ୍ତ ତାଙ୍କ ବଦଳରେ ଶ୍ରେଷ୍ଠ ଚୟନ ହୋଇପାରନ୍ତି। ଏହି କାରଣରୁ ଚେନ୍ନାଇ ଋଷଭଙ୍କୁ ଦଳରେ ସାମିଲ କରିବାକୁ ଅତ୍ୟନ୍ତ ଆଗ୍ରହୀ ହୋଇପାରେ।

ଦୁର୍ଘଟଣା କାରଣରୁ ଋଷଭ ଗୋଟାଏ ସିଜିନ୍ ବ୍ୟବଧାନରେ ଆଇପିଏଲ 2024ରେ ପ୍ରତ୍ୟାବର୍ତନ କରିଥିଲେ। ପ୍ରତ୍ୟାବର୍ତନ ସିଜିନରେ ମଧ୍ୟ ଋଷଭଙ୍କ ବ୍ୟାଟ ଚିରାଚରିତ ଢଙ୍ଗରେ ଗର୍ଜିଥିଲା। ଏହା ସହିତ ସେ ଦଳର ନେତୃତ୍ୱ ମଧ୍ୟ ନେଇଥିଲେ, ତେବେ ଦୁର୍ବଳ ପ୍ରଦର୍ଶନ ପାଇଁ ଦଳ ନକଆଉଟ ପର୍ଯ୍ୟାୟକୁ ଯାଇ ପରି ନଥିଲା। ତାଙ୍କ ଅନୁପସ୍ଥିତିରେ ପୂର୍ବ ସିଜିନରେ ଅଷ୍ଟ୍ରେଲିଆର ଡେଭିଡ ୱାର୍ନର ଦଳର ନେତୃତ୍ୱ ନେଇଥିଲେ।

ଋଷଭ ଆଇପିଏଲରେ ୧୧୧ ମ୍ୟାଚ୍ ଖେଳି ୧୪୮.୯ ଷ୍ଟ୍ରାଇକ ରେଟ୍ ରେ ୩୫ ହାର ସହିତ ୩୨୮୪ ରନ୍ ସ୍କୋର କରିଛନ୍ତି। ଯେଉଁଥିରେ ଗୋଟିଏ ଶତକ ସହ ୧୮ ଅର୍ଦ୍ଧଶତକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri