ହୋଟେଲ ମାଲିକଙ୍କୁ ଆକ୍ରମଣ ଘଟଣା: ଧରାପଡ଼ିଲେ ନାବାଳକ

ଭୁବନେଶ୍ୱର, ୨୦।୮(ବ୍ୟୁରୋ): ରସୁଲଗଡ ଛକ ନିକଟ ତୃପ୍ତି ହୋଟେଲ ମାଲିକଙ୍କୁ ଆକ୍ରମଣ କରି ଲୁଟ ଘଟଣାରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ପୋଲିସ ଧରିଛି। ପୋଲିସ ନାବଳକଙ୍କୁ ପଚରାଉଚରା କରିବା ପରେ ବାଳସୁଧାର ଗୃହକୁ ପଠାଯାଇଛି। ସୂଚନା ମୁତାବକ, ଗତ ୩୦ତାରିଖ ରାତିରେ ତୃପ୍ତି ହୋଟେଲ ମାଲିକ ବୁଲୁ ସାମନ୍ତରାୟ ହୋଟେଲ ବନ୍ଦ କରି ଘରକୁ ଫେରୁଥିଲେ। ରସୁଲଗଡସ୍ଥିତ ପାଲାମଣ୍ଡପ ନିକଟରେ ବାଇକରେ ୩ଜଣ ଦୁର୍ବୁତ୍ତ ଆସି ତାଙ୍କୁ ମାରଣାଅସ୍ତ୍ରରେ ଆକ୍ରମଣ କରିବା ସହ ସେ ପିନ୍ଧିଥିବା ୫ ଲକ୍ଷ ଟଙ୍କାର ସୁନା ଲୁଟି ଫେରାର ହୋଇଯାଇଥିଲେ। ଏ ନେଇ ପୋଲିସ ୩୦୫/୧୯ରେ ଏକ ମାଲା ରୁଜୁ କରି ଘଟଣାର ତଦନ୍ତ କରୁଥିବାବେଳେ ପୋଲିସ ଏନକାଉଣ୍ଟର କରି ଏଥିରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ସେମାନଙ୍କୁ ରିମାଣ୍ଡରେ ନେଇ ପୋଲିସ ପଚରାଉଚରା କରୁଥିବା ବେଳେ ଉକ୍ତ ନାବାଳକଙ୍କୁ ଧରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri