ଆଜି ଶ୍ରାବଣର ପ୍ରଥମ ସୋମବାର

ଭୁବନେଶ୍ୱର,୨୨ା୭(ସୂର୍ଯ୍ୟକାନ୍ତ ବେହେରା):ଶ୍ରାବଣ ମାସର ପ୍ରଥମ ସୋମବାର। ଶୈବପୀଠରେ ଜଳଲାଗି ପାଇଁ ବିଭିନ୍ନ ପ୍ରାନ୍ତରୁ ଶ୍ରଦ୍ଧାଳୁଙ୍କ ଆଗମନ ଲାଗି ରହିବ। ଜଳ ଉଠାଇବାଠାରୁ ଠାକୁରଙ୍କ ଜଳଲାଗି ପର୍ଯ୍ୟନ୍ତ ସବୁକିଛି କିପରି ସୁରକ୍ଷିତ ତଥା ଶୃଙ୍ଖଳିତ ଭାବେ ହେବ ସେଥିପାଇଁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। କାଉଡ଼ିଆଙ୍କ ସୁରକ୍ଷା, ଟ୍ରାଫିକ ବ୍ୟବସ୍ଥା, କ୍ରାଉଡ୍‌ ମ୍ୟାନେଜମେଣ୍ଟ, ଅପ୍ରୀତିକର ପରିସ୍ଥିତିକୁ ରୋକିବା ଲାଗି ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ଲିଙ୍ଗରାଜ ମନ୍ଦିର ଓ ଅନ୍ୟ ୨୬ଟି ସ୍ଥାନରେ ୨ଜଣ ଅତିରିକ୍ତ ଡିସିପି, ୪ଜଣ ଏସିପି, ୬ ଇନ୍ସପେକ୍ଟର, ୩୦ ସବ୍‌ଇନ୍ସପେକ୍ଟର ଓ ଏଏସ୍‌ଆଇଙ୍କ ସହ ମୋଟ ୧୫ ସେକ୍ସନ ଫୋର୍ସ ମୁତୟନ ରହିଛନ୍ତି। ସହରର କାଉଡ଼ିଆଙ୍କ ଯିବା ଆସିବା ବାଟରେ ମୋବାଇଲ ପାଟ୍ରୋଲିଂ ଟିମ୍‌, ପିସିଆର ରହିବ। ଦୁର୍ଘଟଣା ରୋକିବା ସହ ଆଶୁ ଚିକିତ୍ସା ପାଇଁ ଛକଗୁଡିକରେ ଫାଷ୍ଟଏଡ୍‌ ଓ ମୋବାଇଲ ମେଡିକାଲ ୟୁନିଟ୍‌ ରହିବ। ଏନେଇ ରବିବାର ଡିସିପି ପ୍ରତୀକ ସିଂ ଲିଙ୍ଗରାଜ ମନ୍ଦିର ପରିଦର୍ଶନ କରି ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି। ମନ୍ଦିର ଭିତରେ ଏଏସଆଇ ପକ୍ଷରୁ ବ୍ୟାରିକେଡ କରାଯାଇଥିବା ବେଳେ ମନ୍ଦିର ଭିତରକୁ ବ୍ଲେଡ୍‌ ଓ ଛୁରି ନେବା ଉପରେ କଟକଣା କରାଯାଇଛି। କାଉଡ଼ିଆମାନେ ବେଢା ଭିତରେ ଆଡ଼କାଠ ନିକଟରେ ଥିବା ଏକ ତମ୍ବା ପାତ୍ରରେ ପାଣି ଢାଳିବେ। କୌଣସି ଠେକି ଭିତରକୁ ଛଡ଼ାଯିବ ନାହିଁ। ଠେକି ବେଢାରେ ରଖି ଭିତରକୁ ଦର୍ଶନ କରିବାକୁ ଯାଇପାରିବେ ବୋଲି ସୂଚନା ଦିଆଯାଇଛି।
ଅପରପକ୍ଷେ ଅଗ୍ନିଶମ ବିଭାଗ ମଧ୍ୟ ସଜାଗ ରହିଛି। ଜଳ ଉଠାଇବା ସ୍ଥାନ ବିନ୍ଦୁ ସାଗରରେ ଏବଂ ଜଳ ଲାଗି ସ୍ଥାନ ଲିଙ୍ଗରାଜ ମନ୍ଦିର ପରିସରରେ ଓଡ୍ରାଫ ଓ ଫାୟାର ଫାଇଟିଂ ୟୁନିଟ ମୁତୟନ ହେବେ। ଏଥିସହ ବିଭିନ୍ନ ନଦୀପଠାରେ ମଧ୍ୟ ଏହି ୟୁନିଟ୍‌ ନିୟୋଜିତ ରହିବେ। ସେହିପରି ବିଭିନ୍ନ ସ୍ଥାନରେ ସିସିଟିଭି ଲାଗିଥିବାବେଳେ କଣ୍ଟ୍ରୋଲ ରୁମ୍‌ରୁ ଏସବୁକୁ ମନିଟର କରାଯିବ ବୋଲି ଡେପୁଟି ଫାୟାର ଅଫିସର ଅବନୀ କୁମାର ସ୍ବାଇଁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri