ନିର୍ଦ୍ଦେଶ ସତ୍ତ୍ୱେ ଗୀତାଞ୍ଜଳିଙ୍କୁ ଦିଆଯାଉନି ନିଯୁକ୍ତି: ପରିବାର ସହିତ ସାମୂହିକ ଆତ୍ମାହୂତି ଦେବାକୁ ରାଷ୍ଟ୍ରପତିଙ୍କୁ ଲେଖିଲେ ଚିଠି

ଅମରପାଲି,୨୨ା୭(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢି ଗ୍ରାମର ଗୀତାଞ୍ଜଳି ସାହୁଙ୍କୁ କୋର୍ଟ ଆଦେଶ ଦେଇଥିଲେ ମଧ୍ୟ ନିଯୁକ୍ତି ଦିଆଯାଉନାହିଁ। ଏହି କାରଣରୁ ସେ ପରିବାର ସହିତ ଆତ୍ମାହୂତି ଦେବାକୁ ରାଷ୍ଟ୍ରପତିଙ୍କୁ ଚିଠି ଲେଖିଛନ୍ତି।
ଅଭିଯୋଗ ଅନୁସାରେ ମୁର୍ଷୁଣ୍ଢି ଗ୍ରାମର ଗୀତାଞ୍ଜଳି ସାହୁ ୨୦୧୧ ମସିହାରେ ରେଢାଖୋଲ କେନ୍ଦୁପତ୍ର ବନଖଣ୍ଡ ପକ୍ଷରୁ ବନପାଳ ନିଯୁକ୍ତି ପାଇଁ ବିଜ୍ଞାପନ ବାହାରିଥିବାବେଳେ ଆବେଦନ କରିଥିଲେ। ପରେ ଏଥିପାଇଁ ପରୀକ୍ଷା ମଧ୍ୟ ଦେଇଥିଲେ। ତେବେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ସତ୍ତ୍ୱେ ମେରିଟ ଲିଷ୍ଟରେ ତାଙ୍କ ନାମ ନ ଥିବାରୁ ସେ ସୂଚନା ଅଧିକାର ଆଇନ ବଳରେ ତଥ୍ୟ ମାଗିଥିଲେ। ସୂଚନା ଅଧିକାର ତଥ୍ୟ ଅନୁଯାୟୀ ଗୀତାଞ୍ଜଳିଙ୍କ ଖାତାରୁ ଠିକ୍‌ ଉତ୍ତରରେ ଭୁଲ ମାର୍କ ଦିଆଯାଇଥିବା ବେଳେ ଅନ୍ୟ ଜଣଙ୍କୁ ଭୁଲ ଉତ୍ତରରେ ଠିକ୍‌ ମାର୍କ ଦିଆଯାଇଥିବା ଜଣାପଡିଥିଲା। ଫଳରେ ତାଙ୍କ ସ୍ଥାନରେ ଅନ୍ୟ ଜଣେ ଚାକିରି ପାଇଥିବା ସେ ଅଭିଯୋଗ କରିଥିଲେ। ଏନେଇ ଗୀତାଞ୍ଜଳି ବିଭାଗୀୟ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ କେହି ଶୁଣି ନଥିବା ସେ ଅଭିଯୋଗ କରିଛନ୍ତି। ଫଳରେ ବାଧ୍ୟ ହୋଇ ସେ ଉଚ୍ଚ ନ୍ୟାୟାଳୟର ଦ୍ବାରସ୍ଥ ହୋଇଥିଲେ। ତେବେ ସେହି ମାମଲାରେ ଏକ ମିଥ୍ୟା ସତ୍ୟପାଠ ଦେଇ ବନ ବିଭାଗ ଗୀତାଞ୍ଜଳିଙ୍କୁ ଦୋଷୀ କରିବାକୁ ଚେଷ୍ଟା କରିଥିଲେ। କିନ୍ତୁ ପରବର୍ତ୍ତୀ ସମୟରେ କୋର୍ଟ ତାଙ୍କର ଆବେଦନ ଏବଂ ତଥ୍ୟକୁ ଦେଖି ଡିଗ୍ରୀ ଦେବା ସହିତ ଗୀତାଞ୍ଜଳିଙ୍କୁ ଚାକିରି ସହିତ ସେହି ଦିନଠାରୁ ଦରମା ଦେବାକୁ ବନ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ହେଲେ ଇତ୍ୟବସରେ ୬ମାସ ବିତିଯାଇଥିଲେ ମଧ୍ୟ ବନ ବିଭାଗ କୋର୍ଟ ନିର୍ଦ୍ଦେଶ ଅବଜ୍ଞା କରି ଆଜି ପର୍ଯ୍ୟନ୍ତ ତାଙ୍କୁ ଚାକିରି ଦେଇନାହାନ୍ତି। ଏନେଇ ଗୀତାଞ୍ଜଳି ବିଭାଗୀୟ ଉଚ୍ଚ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ହେଲେ କେହି ଶୁଣୁ ନ ଥିବା ସେ ଅଭିଯୋଗ କରିବା ପରିବାର ସହିତ ଜୀବନ ହାରିବାକୁ ନିଷ୍ପତ୍ତି ନେଇଛନ୍ତି। ଆସନ୍ତା ୨୪ ତାରିଖ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଆଗରେ ସାମୂହିକ ଆତ୍ମାହୂତି ପାଇଁ ନିଷ୍ପତ୍ତି ନେଇଥିବା ସେ ପ୍ରକାଶ କରିଛନ୍ତି। ତେବେ ତାଙ୍କୁ ନ୍ୟାୟ ପ୍ରଦାନ କରିବା ସହିତ ତୁରନ୍ତ ଚାକିରି ପ୍ରଦାନ କରିବାକୁ ସାଧାରଣରେ ଦାବି ହେଉଛି। ଏନେଇ ରେଢ଼ାଖୋଲ ଡିଏଫ୍‌ଓଙ୍କ ସହ ଯୋଗାଯୋଗ ସମ୍ଭବ ହୋଇ ପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri