Posted inଖେଳ

କାହିଁକି ପାଣ୍ଡ୍ୟା ହେଲେ ନାହିଁ ଅଧିନାୟକ; ଖୁଲାସା କଲେ ଅଗରକର

ନୂଆଦିଲ୍ଲୀ,୨୨ା୭: ଟି20 ବିଶ୍ୱକପରେ ଉପ ଅଧିନାୟକ ଥିବା ହାର୍ଦିକ ପାଣ୍ଡ୍ୟାଙ୍କୁ ଶ୍ରୀଲଙ୍କା ଗସ୍ତ ପାଇଁ ଅଧିନାୟକ ପଦ ନ ମିଳିବା ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ଏହି ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର। ସୋମବାର ଅନୁଷ୍ଠିତ ଖବରତଦାତା ସମ୍ମିଳନୀରେ ମୁଖ୍ୟ କୋଚ୍ ଗୌତମ ଗମ୍ଭୀର ଏବଂ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର ଗଣମାଧ୍ୟମ ପ୍ରତିନିଧିଙ୍କ ସହିତ ଆଲୋଚନା କରି ବିଭିନ୍ନ ଖେଳାଳିଙ୍କ ଚୟନ ଏବଂ ଦଳରୁ ବାଦ ଦେବା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି।

ଅଗରକର କହିଛନ୍ତି “ହାର୍ଦ୍ଦିକ ଏବେ ମଧ୍ୟ ଆମ ପାଇଁ ଜଣେ ଗୁରୁତ୍ୱପୂର୍ଣ୍ଣ ଖେଳାଳି। ତେବେ ନିକଟ ଅତୀତରେ ଫିଟନେସ୍ ତାଙ୍କ ପାଇଁ ଏକ ଚ୍ୟାଲେଞ୍ଜ ହୋଇ ଉଭା ହୋଇଛି… । ତା’ପରେ କୋଚ୍ କିମ୍ବା ଚୟନକର୍ତ୍ତାଙ୍କ ପାଇଁ ତାଙ୍କୁ ଅଧିନାୟକ କରିବା କଷ୍ଟସାଧ୍ୟ ହୋଇଯାଏ … । ଫିଟନେସ୍ ଏକ ସ୍ପଷ୍ଟ ଚ୍ୟାଲେଞ୍ଜ ଏବଂ ଆମେ ଏପରି ଅଧିନାୟକ ଚାହୁଁଛୁ ଯିଏକି ଅଧିକ ସମୟ ଉପଲବ୍ଧ ରହିବ। ଏ ଦୃଷ୍ଟିରୁ ଆମେ ବିଶ୍ୱାସ କରୁ ଯେ ସୂର୍ଯ୍ୟଙ୍କର ଜଣେ ଅଧିନାୟକ ହେବା ପାଇଁ ଆବଶ୍ୟକ ଦକ୍ଷତା ଅଛି ….।

ଆମେ ମଧ୍ୟ ଅନୁଭବ କରୁଛୁ ଯେ ଆମେ ହାର୍ଦ୍ଦିକଙ୍କୁ ଭଲ ଭାବରେ ପରିଚାଳନା କରିପାରିବା, ଆମେ ଦେଖିଛୁ ସେ ବିଶ୍ୱକପରେ ବ୍ୟାଟିଂ ଏବଂ ବୋଲିଂ ସେ ସହିତ କ’ଣ କରିପାରିବେ … ଆମେ ପ୍ରତ୍ୟେକ ଖେଳାଳିଙ୍କ ସହ କଥା ହେଉ, ସେମାନଙ୍କର ଭୂମିକା ବଦଳିଛି ଏବଂ ହଁ ଆମେ ପାଣ୍ଡ୍ୟାଙ୍କ ସହ କଥା ହୋଇଛୁ।”


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri