ଘରଡିହ ନ ମିଳିଲେ ସରକାରୀ ଜାଗା ଦଖଲ କରିବୁ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ଗୁମ୍ମା ବ୍ଲକର ଶତାଧିକ ଲୋକ ପହଞ୍ଚି ଘର ଡିହ ପ୍ରଦାନରେ ବିଳମ୍ବ ଓ ବିଫଳତା ପ୍ରତିବାଦରେ ଧାରଣା ଦେଇଛନ୍ତି। ଏଥିସହ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ରାଜ୍ୟ ସରକାର ଜବରଦଖଲ ଉଚ୍ଛେଦ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏଭଳି ପଦକ୍ଷେପକୁ ସ୍ବାଗତ କରୁଛୁ ବୋଲି ଆନ୍ଦୋଳନକାରୀ କହିବା ସହ ଜବରଦଖଲ ଉଚ୍ଛେଦ ପରେ ହିତାଧିକାରୀମାନଙ୍କ ତଦନ୍ତ କରି ଯେଉଁମାନେ ଘର ଡିହ ପାଇବାକୁ ହକଦାର ସେମାନଙ୍କୁ ପ୍ରଦାନ କରାଯାଉ ବୋଲି ଦାବି କରିଛନ୍ତି।

ଘରଡିହ, ଲିଜ୍‌ ଦରଖାସ୍ତଗୁଡିକ ଦାଖଲ କରିଥିବା ହଜାର ହଜାର ଘରହୀନ, ଜିଲାରେ ଘଟିଥିବା ଅନେକ ଝଡ଼ତୋଫାନରେ ଘର ହରାଇ ଅସୁବିଧାରେ ସମ୍ମୁଖୀନ ହୋଇଆସୁଥିବା ଆଦିବାସୀ, ହରିଜନ ଓ ଅନ୍ୟାନ୍ୟ ସଂପ୍ରଦାୟର ଜନସାଧାରଣ ବାରମ୍ବାର ଜିଲାପାଳ, ଏଡିଏମ, ସବ୍‌କଲେକ୍ଟରଙ୍କ ଜରିଆରେ ଦାବିପତ୍ର ଦେଇଥିଲେ ମଧ୍ୟ ତହସିଲଦାର, ରାଜସ୍ବ ବିଭାଗର କର୍ମଚାରୀମାନେ କୌଣସି ପଦକ୍ଷେପ ଗ୍ରହଣ କର ୁନ ଥିବା ଦାବିପତ୍ରରେ ଉଲ୍ଲେଖ କରାଯାଇଛି। ଦାବି ପୂରଣ ନ ହେଲେ ଆନ୍ଦୋଳନ ତୀବ୍ରତର ହେବ ବୋଲି ବିକେଏମୟୁ ଓଡ଼ିଶା ରାଜ୍ୟ ସଭାପତି ଜେନା ସୁବାସଚନ୍ଦ୍ର ରାଓ, ଲିଙ୍ଗରାଜ ଦଳେଇ ଓ ସମସ୍ତ ଗ୍ରାମବାସୀ ଚେତାବନୀ ଦେଇଛନ୍ତି। ଆଗାମୀ ଦିନରେ ଯେଉଁଠି ସରକାରଙ୍କର ଖାଲି ଜାଗା ରହିଛି ତାକୁ ଦଖଲ କରିବୁ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri