ଆହୁରି ୪ଦିନ ବର୍ଷିବ: ୪ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୩ା୭(ଅସମାପିକା ସାହୁ):ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ସୋମବାର ପୁରୀରେ ସର୍ବାଧିକ ୪୬ ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ ଅଧିକାଂଶ ଜିଲାରେ ପ୍ରବଳ ବର୍ଷିଛି। ଆସନ୍ତା ୪ଦିନ ପର୍ଯ୍ୟନ୍ତ ଏହିଭଳି ସ୍ଥିତି ଜାରି ରହିବ। ଦୁଇଦିନ କିଛି ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଫଳରେ ଏସବୁ ଜିଲାଗୁଡ଼ିକୁ ସତର୍କ ରହିବା ପାଇଁ ପରାମର୍ଶ ଦିଆଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନାନୁସାରେ, ମଙ୍ଗଳବାର ବରଗଡ଼, ବୌଦ୍ଧ, ସୋନପୁର, ସମ୍ବଲପୁର ଆଦି ୪ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ନୟାଗଡ଼, ଖୋର୍ଦ୍ଧା, ଜଗତ୍‌ସିଂହପୁର, କଟକ ଓ କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ତେଣୁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିଭଳି ବୁଧବାର କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ ଏବଂ ଅନୁଗୋଳରେ ପ୍ରବଳରୁ ଅତି ବର୍ଷା ଓ ଜଗତ୍‌ସିଂହପୁର, ଖୋର୍ଦ୍ଧା, ଦେବଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଜଗତ୍‌ସିଂହପୁର, ଯାଜପୁର, ସମ୍ବଲପୁର, ମୟୂରଭଞ୍ଜ ଏବଂ କେନ୍ଦୁଝରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ନିଦ ହଜାଇଲା ଚାଇନା: ଶେଷରେ ବନ୍ଧୁତା ପଡ଼ିଲା ଭାରୀ

ଓ୍ବାଶିଂଟନ୍‌,୧୯।୧୨: ଆମେରିକା ଦ୍ୱାରା ଭାରତ ଉପରେ ଉଚ୍ଚ ଶୁଳ୍କ ଲାଗୁ କରାଯିବା ପରେ ସରକାର ରପ୍ତାନିକାରୀଙ୍କ ପାଇଁ ବିକଳ୍ପ ବଜାର ଖୋଜିବାର ରଣନୀତି ଗ୍ରହଣ କରିଥିଲେ।...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଟି-୨୦ ବିଶ୍ୱକପ ପାଇଁ ଏହି ଦିନ ଘୋଷଣା ହେବ ଟିମ ଇଣ୍ଡିଆ, ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୧୯।୧୨: ଆସନ୍ତା ବର୍ଷ ଫେବୃଆରୀରେ ଭାରତ ଏବଂ ଶ୍ରୀଲଙ୍କାରେ ICC ପୁରୁଷ ଟି-୨୦ ବିଶ୍ୱକପ ୨୦୨୬ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଟିମ ଇଣ୍ଡିଆ କେବେ ଏବଂ...

କେଦାରନାଥ ଧାମରେ ଏ କଣ, ଡିସେମ୍ବର ମାସରେ ଦେଖାଯାଉନି….

ନୂଆଦିଲ୍ଲୀ,୧୯ା୧୨: ଡିସେମ୍ବର ମାସର ଅଧା ବିତିଯାଇଥିଲେ ମଧ୍ୟ ବାବା କେଦାରନାଥ ଧାମରେ ଏବେ ବି ତୁଷାରମୁକ୍ତ ଅଛି। ଏହି ସମୟ ମଧ୍ୟରେ କେଦାରନାଥ ଧାମ ସାଧାରଣତଃ...

ତହସିଲଦାରଙ୍କୁ ମିଳିଲା ପୁରୁଣା ଜମି କାଗଜପତ୍ର ମ୍ୟୁଟେସନ୍ କ୍ଷମତା; SOP ଜାରି କଲା ରାଜସ୍ୱ ବିଭାଗ

ଭୁବନେଶ୍ୱର,୧୯ା୧୨: ଜମିଜମା ସମ୍ବନ୍ଧୀୟ ଦୀର୍ଘ ଦିନର ମାମଲାକୁ ହ୍ରାସ କରିବା ପାଇଁ ଓଡ଼ିଶା ରାଜସ୍ୱ ବିଭାଗ ଏକ ବଡ଼ ପ୍ରଶାସନିକ ସଂସ୍କାର ଆଣିଛି। ପୁରୁଣା ପଞ୍ଜୀକୃତ...

ମେଧାବୃଦ୍ଧି ଯୋଜନାରେ ଛାତ୍ରବୃଦ୍ଧି ହାସଲ କରିବା ୧୪୯ ଛାତ୍ରୀଛାତ୍ରଙ୍କୁ ପଡିଲା ମହଙ୍ଗା, ମିଥ୍ୟା ଜାତିଗତ ପ୍ରମାଣପତ୍ର ଦେଇ…

ଖୋର୍ଦ୍ଧା,୧୯।୧୨ (ପ୍ରଭାତ ପାଣିଗ୍ରାହୀ): ମିଥ୍ୟା ଆୟ ପ୍ରମାଣ ପତ୍ର ଏବଂ ଜାଲ ଜାତି ପ୍ରମାଣ ପତ୍ର ଦେଇ ଛାତ୍ରୀ ଛାତ୍ର ବୃତ୍ତି ଅର୍ଥ ହଡପ କରିଛନ୍ତି।...

ମଧୁମେହରେ ପ୍ରତି ୯ ସେକେଣ୍ଡରେ ଜଣଙ୍କର ମୃତ୍ୟୁ, 2050 ମସିହା ସୁଦ୍ଧା…

ନୂଆଦିଲ୍ଲୀ,୧୯ା୧୨: ଭାରତ ସମେତ ଅନେକ ପ୍ରମୁଖ ଦେଶ ପାଇଁ ମଧୁମେହ ଏକ ପ୍ରମୁଖ ସମସ୍ୟା ହେବାରେ ଲାଗିଛି । ଭାରତରେ ଏହି ରୋଗ ଏତେ ଦ୍ରୁତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri