ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ମାଗଣାରେ ମିଳିବ ଲାପ୍‌ଟପ୍; ଏତିକି କୋଟି ଟଙ୍କା ବ୍ୟୟବରାଦର କଲେ ସରକାର

ଭୁବନେଶ୍ୱର,୨୫।୭: ପ୍ରଥମ ଥର ରାଜ୍ୟରେ କ୍ଷମତାକୁ ଆସିଥିବା ଭାଜପା ସରକାର ବଜେଟରେ ଶିକ୍ଷା କ୍ଷେତ୍ର ପାଇଁ ୩୫ ହଜାର ୫ ଶହ ୩୬ କୋଟି ଟଙ୍କାର ବ୍ୟୟବରାଦ କରିଛନ୍ତି। ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ଲାପ୍‌ଟପ୍ ବିତରଣ କରିବା ପାଇଁ “ଗୋଦାବରୀଶ ବିଦ୍ୟାର୍ଥୀ ପ୍ରୋତ୍ସାହନ” ଯୋଜନା ଅଧୀନରେ ୫୪ କୋଟି ଟଙ୍କା ବ୍ୟୟବରାଦର ପ୍ରସ୍ତାବ ରହିଛି।

ଏଥିସହିତ ”ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା” ମାଧ୍ୟମରେ ଯୋଗ୍ୟ ସ୍ନାତକ ଓ ସ୍ନାତକୋତ୍ତର ଛାତ୍ରଛାତ୍ରୀମାନଙ୍କୁ ବୈଷୟିକ ଓ ବୃଭିଗତ ପାଠ୍ୟକ୍ରମ ନିମିତ୍ତ ଛାତ୍ରବୃତ୍ତି ପ୍ରଦାନ ପାଇଁ ୭ ଶହ ୧ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି।

ଏଥିସହିତ ଓଡ଼ିଶା ସରକାର ପ୍ରଥମ ଥର ପାଇଁ “ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ ଯୋଜନା” (PM USHA) ପ୍ରଚଳନ କରୁଛନ୍ତି, ଯେଉଁଥିରେ ଉଚ୍ଚଶିକ୍ଷାରେ ସମାନତା, ଉପଲବ୍ଧତା ଏବଂ ଅନ୍ତର୍ଭୁକ୍ତିକରଣ ଉପରେ ଗୁରୁତ୍ବ ଦିଆଯାଇଛି । କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ୬୦:୪୦ ଅନୁପାତରେ ପାଣ୍ଠି ସହାୟତାରେ, ଗୁଣାତ୍ମକ ଶିକ୍ଷାଦାନ ଓ ଶିକ୍ଷଣ ପ୍ରକ୍ରିୟାର ବିକାଶ, ଉଚ୍ଚଶିକ୍ଷାନୁଷ୍ଠାନଗୁଡ଼ିକର ସ୍ବୀକୃତି, ସୂଚନା, ଯୋଗାଯୋଗ ଓ ପ୍ରଯୁକ୍ତି ବିଦ୍ୟା ଭିଭିକ ଡିଜିଟାଲ ଭିତ୍ତିଭୂମି ସୃଷ୍ଟି କରିବା ସହ ବହୁବିଭାଗୀୟ ପାଠ୍ୟକ୍ରମ ମାଧ୍ୟମରେ ନିଯୁକ୍ତି ଦକ୍ଷତା ବୃଦ୍ଧି କରିବା ଏହି ପଦକ୍ଷେପର ଲକ୍ଷ୍ୟ । ଏହି ଯୋଜନା ପାଇଁ ୧ ଶହ ୫୫ କୋଟି ଟଙ୍କା ବ୍ୟୟବରାଦର ପ୍ରସ୍ତାବ ଅଛି।

ସରକାରୀ ଓ ବେସରକାରୀ ମହାବିଦ୍ୟାଳୟ ଏବଂ ବିଶ୍ୱବିଦ୍ୟାଳୟ ଗୁଡ଼ିକରେ ଏକାଡେମିକ, ପ୍ରଶାସନିକ, ପାଠାଗାର, ହଷ୍ଟେଲ କୋଠା ନିର୍ମାଣ ତଥା ଭିଭିଭୂମି ବିକାଶ ପାଇଁ ୨୦୨୪-୨୫ ବଜେଟରେ ୩ ଶହ ୨୫ କୋଟି ଟଙ୍କା ବ୍ୟୟବରାଦର ପ୍ରସ୍ତାବ ରହିଛି।

ସେହିଭଳି ଆମ ସରକାର ଆଦିବାସୀ ଭାଷାର ସଂରକ୍ଷଣ ଏବଂ ପ୍ରୋତ୍ସାହନ ପାଇଁ “ଗୁଣାତ୍ମକ ଶିକ୍ଷାର ଆଧୁନିକୀକରଣ-ବିଶ୍ୱବିଦ୍ୟାଳୟ” ଯୋଜନା ଅଧୀନରେ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ୨୬ ଟି ଭାଷା ଗବେଷଣାଗାର ସ୍ଥାପନ କରିବେ। ଏତଦ୍‌ବ୍ୟତୀତ, ବିଦେଶୀ ବିଶ୍ୱବିଦ୍ୟାଳୟରେ ସ୍ନାତକୋତ୍ତର ଓ ଡକ୍ଟରେଟ୍ ପାଠ୍ୟକ୍ରମରେ ଅଧ୍ୟୟନ ପାଇଁ “ଓଡ଼ିଆ ଉତ୍ତମ ଛାତ୍ରବୃତ୍ତି” ଯୋଜନା ମାଧ୍ୟମରେ ପ୍ରତିବର୍ଷ ୩୦ ଜଣ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କୁ ଶତ ପ୍ରତିଶତ ଛାତ୍ରବୃରି ପ୍ରଦାନ କରାଯିବ ।

ତେବେ ଶିକ୍ଷାପ୍ରାପ୍ତି ପରେ ଆମର ଯୁବପିଢ଼ିଙ୍କୁ ଭବିଷ୍ୟତର ଦକ୍ଷତା ସହ ରୋଜଗାରକ୍ଷମ କରିବା ଏବଂ ଶିଳ୍ପର ଚାହିଦା ପୂରଣ ପାଇଁ ଦକ୍ଷ ମାନବ ସମ୍ବଳ ସୃଷ୍ଟି କରିବାର ଚୈତ ଉଦ୍ଦେଶ୍ୟରେ ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ପାଇଁ ବ୍ୟୟବରାଦକୁ ୬୦ ପ୍ରତିଶ କରି ୧ ହଜାର ୫ ଶହ ୮୩ କୋଟି ଟଙ୍କା ପ୍ରସ୍ତାବ ଦେଉଛି, ଯେଉଁଥିରେ । ୨ ବ୍ୟୟ ପାଇଁ ୧ ହଜାର ୫୦ କୋଟି ଟଙ୍କା ଅନ୍ତର୍ଭୁକ୍ତ କରିଛନ୍ତି ସରକାର ।

 


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri