୧ ଟଙ୍କାରେ ପ୍ରଧାନମନ୍ତ୍ରୀ ଫସଲ ବୀମା:କୃଷକଙ୍କ ପଞ୍ଜୀକରଣ ଅବଧି ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର, ୨୬ା୭(ଅସମାପିକା ସାହୁ):ଚଳିତ ବର୍ଷ ଖରିଫ ଋତୁରେ ୮ଟି ଫସଲ ପାଇଁ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା(ପିଏମ୍‌-ଏଫ୍‌ବିୱାଇ)ରେ କୃଷକମାନଙ୍କୁ ସାମିଲ କରିବା ପାଇଁ ରାଜ୍ୟ ସରକାର ପ୍ରୟାସ ଜାରି କରିଛନ୍ତି। ଏଥିପାଇଁ କୃଷକଙ୍କ ପଞ୍ଜୀକରଣ ଅବଧି ଆସନ୍ତା ୩୧ ତାରିଖକୁ ବୃଦ୍ଧି କରାଯାଇଛି। ଗତ ଖରିଫ ଋତୁରେ ଜିଲା ପ୍ରଶାସନର ସକ୍ରିୟ ସହଯୋଗରେ ରେକର୍ଡ ସଂଖ୍ୟକ ପଞ୍ଜୀକରଣ ହୋଇଥିଲା। ଚଳିତବର୍ଷ ମଧ୍ୟ ରାଜ୍ୟ ସରକାର ୨ ହେକ୍ଟର ପର୍ଯ୍ୟନ୍ତ ଜମିର ବୀମା ପାଇଁ ଚାଷୀଙ୍କ ଭାଗ ବହନ କରିବେ ଏବଂ ଆବେଦନର ବୈଧତା ପାଇଁ ଚାଷୀଙ୍କୁ ମାତ୍ର ୧ ଟଙ୍କା ଦେବାକୁ ପଡିବ। ଏହି ଯୋଜନାରେ କୃଷକଙ୍କ ପଞ୍ଜୀକରଣ ବୃଦ୍ଧି ପାଇଁ ଯଥାସମ୍ଭବ ପ୍ରୟାସ କରିବାକୁ ଜିଲାପାଳଙ୍କୁ ଅନୁରୋଧ କରାଯାଇଛି। ଆଗାମୀ ଖରିଫ ଋତୁରେ ଅତି କମ୍‌ରେ ୨୦ ପ୍ରତିଶତରୁ ଅଧିକ ଅଞ୍ଚଳ ଏବଂ କୃଷକମାନଙ୍କୁ ଏହି ଯୋଜନାରେ ଅନ୍ତର୍ଭୁକ୍ତ କରାଯିବା ଉଚିତ ବୋଲି କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପ୍ରମୁଖ ଶାସନ ସଚିବ ଅରବିନ୍ଦ କୁମାର ପାଢ଼ୀ କହିଛନ୍ତି। ଜାଲିଆତି ବୀମା ବିଷୟରେ ସୂଚନା ଦେଇ ପାଢ଼ୀ ଉଲ୍ଲେଖ କରିଛନ୍ତି ଯେ, ଏହି ମାମଲାରେ ସରକାରୀ ଜମିରେ କୃଷିବୀମା, ଅଣଚାଷ ଜମି ଏବଂ ଜଣେ ଅନ୍ୟର ଜମିରେ ବୀମା କରୁଥିବା ଭଳି ଅନେକ ଅସାଧୁ ବ୍ୟକ୍ତି ନଜରକୁ ଆସିଛନ୍ତି। ତେଣୁ ପ୍ରକୃତ କୃଷକଙ୍କ ସ୍ବାର୍ଥ ରକ୍ଷା ପାଇଁ ଏଭଳି ସମସ୍ତ ଅସାଧୁ ବ୍ୟକ୍ତି ଓ ସେମାନଙ୍କ ସହଯୋଗୀଙ୍କ ବିରୋଧରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ସମସ୍ତ ଜିଲାପାଳଙ୍କୁ ପତ୍ର ମାଧ୍ୟମରେ ଅବଗତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri