ଭୁବନେଶ୍ୱରରେ ହେବ ନୂଆ ଷ୍ଟାଡିୟମ୍‌

ଭୁବନେଶ୍ୱର,୨୬ା୭(ସୁନୀତ ମିଶ୍ର): ରାଜ୍ୟ ସରକାର ଭୁବନେଶ୍ୱରରେ ବିଶ୍ୱସ୍ତରୀୟ କ୍ରୀଡ଼ା ଭିତ୍ତିଭୂମି ସହ ଏକ ନୂତନ ଷ୍ଟାଡିୟମ୍‌ ନିର୍ମାଣ ପାଇଁ ନିଷ୍ପତ୍ତି ନେଇଛନ୍ତି। ଏଥିନିମନ୍ତେ ବଜେଟରେ ୯୫୨ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ସେହିପରି ରାଜ୍ୟର କ୍ରୀଡ଼ା ଓ ଯୁବସେବା ପାଇଁ ୧,୩୧୫ କୋଟି ଟଙ୍କା ବ୍ୟୟବରାଦ ପ୍ରସ୍ତାବ ରହିଛି। କ୍ରୀଡ଼ା ପ୍ରୋତ୍ସାହନ ପାଇଁ ସରକାର ପ୍ରଥମଥର ପାଇଁ ରାଜ୍ୟର ସମସ୍ତ ଅଂଶୀଦାରଙ୍କ ସହ ଆଲୋଚନା କରି କ୍ରୀଡ଼ାନୀତି ଆରମ୍ଭ କରିବେ। ସେହିପରି ସମଗ୍ର ରାଜ୍ୟରେ କ୍ରୀଡ଼ା ଭିତ୍ତିଭୂମିର ବିକାଶ ପାଇଁ ପ୍ରୟାସ କରିବେ। ଏଥିପାଇଁ ତୃଣମୂଳସ୍ତରରେ କ୍ରୀଡ଼ାର ବିକାଶ ଓ ମିନି ଷ୍ଟାଡିୟମ୍‌ଗୁଡ଼ିକୁ ସକ୍ରିୟ କରିବା, ଜିଲାସ୍ତରୀୟ କ୍ରୀଡ଼ା ଏକାଡେମୀ ପ୍ରତିଷ୍ଠା, ପ୍ରତ୍ୟେକ ଜିଲାର ଲୋକପ୍ରିୟ କ୍ରୀଡ଼ାକୁ ପ୍ରୋତ୍ସାହନ ଏବଂ ରାଜ୍ୟର ୪ଟି ଜୋନ୍‌ରେ ଅତ୍ୟାଧୁନିକ ଏକାଡେମୀ ପ୍ରତିଷ୍ଠା ଆଦି ପଦକ୍ଷେପ ଗ୍ରହଣ କରାଯିବ। ଏତଦ୍‌ବ୍ୟତୀତ ଯୁବବର୍ଗର ସମନ୍ବିତ ବିକାଶ ପାଇଁ ଏକ ନୂତନ ଯୋଜନା ‘ଯୁବ ଶକ୍ତି’ ଅଧୀନରେ ୧୦୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ସମଗ୍ର ରାଜ୍ୟରେ ବ୍ୟାପକ ପ୍ରତିଭା ଚିହ୍ନଟ ଓ ଆର୍ଥିକ ସହାୟତା ମାଧ୍ୟମରେ ଯୁବ ମେଧାବୀ କ୍ରୀଡ଼ାବିତ୍‌ମାନଙ୍କୁ ପ୍ରୋତ୍ସାହନ କରାଯିବ। ଏଥିପାଇଁ ସରକାର ‘ଖେଳରତ୍ନ ଖୋଜା ଅଭିଯାନ’ କାର୍ଯ୍ୟକାରୀ କରିବେ।

ଜଗନ୍ନାଥ ସଂସ୍କୃତି: ୫୦୦ କୋଟିର କର୍ପସ ଫଣ୍ଡ

ସାଂସ୍କୃତିକ ବିବିଧତା ପାଇଁ ଓଡ଼ିଶା ସାରା ବିଶ୍ୱରେ ପରିଚିତ। ଓଡ଼ିଶାର କଳା ଓ ସଂସ୍କୃତିର ପ୍ରଚାର ତଥା ସମୃଦ୍ଧି ପାଇଁ ରାଜ୍ୟ ସରକାର ପ୍ରୟାସ ଜାରି ରଖିବେ। ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ୨୦୨୪-୨୫ ଆର୍ଥିକ ବର୍ଷରେ ୪୨୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ତେବେ ମହାପ୍ରଭୁ ଶ୍ରୀଜଗନ୍ନାଥ ହେଉଛନ୍ତି ଓଡ଼ିଆ ସଂସ୍କୃତିର ପ୍ରାଣକେନ୍ଦ୍ର। ତେଣୁ ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ରାଜ୍ୟ ସରକାର ୫୦୦ କୋଟି ଟଙ୍କାର କର୍ପସ ପାଣ୍ଠି ବଜେଟରେ ବ୍ୟବସ୍ଥା କରିଛନ୍ତି। ଏତଦ୍‌ବ୍ୟତୀତ କେନ୍ଦୁଝର ଜିଲା ଘଟଗାଁସ୍ଥିତ ମା’ ତାରିଣୀ ପୀଠର ପାରିପାର୍ଶ୍ୱିକ ଉନ୍ନୟନ ପାଇଁ ୫୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି।

ଓଡ଼ିଆ ଅସ୍ମିତା: ୨୦୦ କୋଟିର କର୍ପସ ଫଣ୍ଡ

ରାଜ୍ୟ ସରକାର ସମସ୍ତ ସରକାରୀ କାର୍ଯ୍ୟାଳୟରେ ଓଡ଼ିଆ ଭାଷାର ବହୁଳ ବ୍ୟବହାର ପାଇଁ ପ୍ରତିବଦ୍ଧ। ଏଣୁ ଓଡ଼ିଆ ଅସ୍ମିତାର ପ୍ରଚାର ପ୍ରସାର ନିମନ୍ତେ ୨୦୦ କୋଟି ଟଙ୍କାର କର୍ପସ ପାଣ୍ଠି ଗଠନ କରିବାକୁ ଗୁରୁବାର ଉପସ୍ଥାପିତ ୨୦୨୪-୨୫ ଆର୍ଥିକ ବର୍ଷର ବଜେଟରେ ପ୍ରସ୍ତାବ ରଖିଛନ୍ତି। ଓଡ଼ିଆ ଅସ୍ମିତାର ପୁନରୁଦ୍ଧାର ଏବଂ ଓଡ଼ିଶାର କଳା, ସାହିତ୍ୟ, ସଂସ୍କୃତି ଓ ଐତିହ୍ୟକୁ ପ୍ରୋତ୍ସାହିତ କରିବା ପାଇଁ କେତେକ ପଦକ୍ଷେପ ଗ୍ରହଣ କରାଯିବ। ସେଗୁଡ଼ିକ ହେଲା ଓଡ଼ିଆ ଅସ୍ମିତା ଭବନ ନିର୍ମାଣ, ଓଡ଼ିଆ ଅନୁବାଦ ଏକାଡେମୀ ପ୍ରତିଷ୍ଠା, ତାଳପତ୍ର ପାଣ୍ଡୁଲିପି ପାଇଁ ବିଶ୍ୱସ୍ତରୀୟ ସଂଗ୍ରହାଳୟ ପ୍ରତିଷ୍ଠା, ପାଇକ ବିଦ୍ରୋହ ସ୍ମାରକୀ ନିର୍ମାଣ, ବାଲିଯାତ୍ରାକୁ ଅନ୍ତର୍ଜାତୀୟ ମାନ୍ୟତା ପ୍ରଦାନ, ଜିଲାସ୍ତରୀୟ ଇ-ପାଠାଗାର ପ୍ରତିଷ୍ଠା, ଜାତୀୟ ଓ ଅନ୍ତର୍ଜାତୀୟସ୍ତରର ବିଶ୍ୱବିଦ୍ୟାଳୟରେ ଓଡ଼ିଆ ଚେୟାର ପ୍ରତିଷ୍ଠା ଆଦି ପ୍ରମୁଖ। ଅନ୍ୟପକ୍ଷରେ ସତ୍ୟବାଦୀଠାରେ ଥିବା ଓଡ଼ିଆ ବିଶ୍ୱବିଦ୍ୟାଳୟର ଦ୍ୱିତୀୟ ପର୍ଯ୍ୟାୟ ଭିତ୍ତିଭୂମି ବିକାଶ ପାଇଁ ୫୦ କୋଟି ଟଙ୍କା ବଜେଟରେ ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri