ବଙ୍ଗୋପସାଗରରେ ଆଉ ଲଘୁଚାପ ସୃଷ୍ଟି: ୧୩ ଜିଲାକୁ ଚିଠି ଲେଖି ସତର୍କ କରାଇଲେ ଏସ୍‌ଆରସି

ଭୁବନେଶ୍ୱର,୨୬।୭: ଲଘୁଚାପ ନେଇ ୧୩ ଜିଲାକୁୁ ସ୍ବତନ୍ତ୍ର ରିଲିଫ କମିଶନର ଚିଠି ଲେଖି ସର୍ତକ କରାଇଛନ୍ତି। ଲଘୁଚାପ ବର୍ଷାରେ ଉତ୍ତର ଓଡ଼ିଶାରେ ବନ୍ୟା ସ୍ଥିତି ଉପୁଜିପାରେ । ଉତ୍ତର ଓଡ଼ିଶା ସହ ୧୩ ଜିଲାକୁ ସଜାଗ ରହିବାକୁ ଏସ୍‌ଆରସି ନିର୍ଦ୍ଦେଶ ଦେଇଛନ୍ତି। ଜିଲାସ୍ତରରେ ପ୍ରସ୍ତୁତ ରହିବା ସହ ସ୍ଥିତି ନେଇ ଅବଗତ କରିବାକୁ ଏସ୍‌ଆରସି କହିଛନ୍ତି। ୧୩ ଜିଲା ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ସୁନ୍ଦରଗଡ଼, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଯାଜପୁର, ଢେଙ୍କାନାଳ ଓ ଅନୁଗୋଳ ରହିଛି।

ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପାଶର୍‌ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା ବେଳେ ଆଗାମୀ ୨ ଦିନ ମଧ୍ୟରେ ଲଘୁଚାପ ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ମୁହାଁ ହେବ। ଏହା ପ୍ରଭାବରେ ଓଡ଼ିଶାର ଅନେକ ଜିଲାରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ ଶୁକ୍ରବାର ପାଇଁ ୨୨ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ଏହି ଜିଲାଗୁଡିକ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ସୋନପୁର, ବୌଦ୍ଧ, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ, ଯାଜପୁର, କଟକ, ଜଗସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଏବଂ ବାଲେଶ୍ୱର ଜିଲା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାସ୍ଥ୍ୟାବସ୍ଥା ନେଇ ମୁହଁ ଖୋଲିଲେ ଆମେରିକା ରାଷ୍ଟ୍ରପତି, କହିଲେ ହାତରେ ନୀଳ ଚିହ୍ନ….

ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା...

ହଠାତ୍ ଅବସର ଘୋଷଣା କଲେ ଏହି ବରିଷ୍ଠ କ୍ରିକେଟର, ପୂର୍ବତନ ଖେଳାଳିଙ୍କୁ କଲେ ଟାର୍ଗେଟ୍

ନୂଆଦିଲ୍ଲୀ,୨।୧: ଅଷ୍ଟ୍ରେଲିଆର ଭେଟେରାନ ବ୍ୟାଟ୍ସମ୍ୟାନ୍ ଉସମାନ ଖ୍ୱାଜା ଆସନ୍ତା ସିଡନୀ କ୍ରିକେଟ୍ ଗ୍ରାଉଣ୍ଡ (SCG)ରେ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଆଶେସ୍...

କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ

ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...

ଚିଲିକାରେ ଭସାପୋଲ ଅଘଟଣ ପରେ ବଡ଼ ନିଷ୍ପତ୍ତି, ୧୧ଟା ଯାଏ ଡ଼ଙ୍ଗା…

କୃଷ୍ଣପ୍ରସାଦ: ଗୁରୁବାର ଚିଲିକାରେ ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କର ଜୀବନ ଯାଇଥିଲା । ଏହାପରେ ଆଜି ବଡ଼ ନିଷ୍ପତ୍ତି ନିଆଯାଇଛି । ଦିନ ୧୧ଟା ଯାଏଁ...

ସ୍ବାଧୀନତାର ୭୯ ବର୍ଷ ପରେ ପହଞ୍ଚିନି ବିକାଶ: ଆଜିବି ବି ଡିବିରି ଆଲୁଅରେ ପାଠ ପଢୁଛନ୍ତି ପିଲା

ଥୁଆମୂଳ ରାମପୁର,୨।୧ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ସରକାରୀ ବିକାଶର ଏକ ନଗ୍ନ ଚିତ୍ର ସାମ୍ନାକୁ ଆସିଛି। ବ୍ଲକ କାର୍ଯ୍ୟାଳୟଠାରୁ...

ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା: ଏଥର ଓଏଏସ୍, ଓଏଫ୍‌ସ୍ଏସ୍, ଓଆରଏସ ପଦବି ନାହିଁ

ଭୁବନେଶ୍ବର,୨।୧: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା-୨୦୨୫ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ ଓଏଏସ୍ (OAS), ଓଏଫ୍‌ଏସ୍ (OFS) ଏବଂ...

ଆହୁରି ଥରାଇବ ଶୀତ: ଆଗାମୀ ୪ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨ା୧(ବନ୍ଦନା ସେଠୀ):ନୂଆବର୍ଷରେ ଥରିଲା ସାରା ଓଡ଼ିଶା। ପ୍ରବଳ ଥଣ୍ଡା ସାଙ୍ଗକୁ ରାଜ୍ୟର ଏକାଧିକ ଅଞ୍ଚଳ ଘନ କୁହୁଡି ଆସ୍ତରଣରେ ଭରି ରହିଥିଲା। ରାଜଧାନୀ ଭୁବନେଶ୍ୱରରେ ମଧ୍ୟ...

୨ January ୨୦୨୬ Rashifal: ଆଜି ଏହି ୩ ରାଶିର ବ୍ୟକ୍ତିଙ୍କୁ ମିଳିବ ଖୁସି ଖବର, ଖାସ୍ ହେବ..

ଆଜି ପୌଷ ଶୁକ୍ଳ ପକ୍ଷର ଚତୁର୍ଦ୍ଦଶୀ ତିଥି ଏବଂ ଶୁକ୍ରବାର। ଚତୁର୍ଦ୍ଦଶୀ ତିଥି ଆଜି ସନ୍ଧ୍ୟା ୬ଟା୫୪ ପର୍ଯ୍ୟନ୍ତ ରହିବ। ଆଜି ଶୁକ୍ଳ ଯୋଗ ଅପରାହ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri