ସୁଭଦ୍ରା ଯୋଜନା ଶୁଭାରମ୍ଭକୁ ନେଇ ବଡ଼ ବୟାନ ଦେଲେ ଉପମୁଖ୍ୟମନ୍ତ୍ରୀ: ଆବେଦନ ପ୍ରକ୍ରିୟା ହେବ…

ଭୁବନେଶ୍ୱର,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅର୍ଥାତ ସେପ୍ଟେମ୍ବର ୧୭ରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ହେବ । ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡା ଏ ନେଇ ଗଣମାଧ୍ୟମକୁ ବଡ଼ ବୟାନ ଦେଇଛନ୍ତି।
ବଜେଟ୍‌ରେ ୧୦ ହଜାର କୋଟି ବ୍ୟୟ ବରାଦ ପରେ ପୁରା ପ୍ରକ୍ରିୟା କହିଛନ୍ତି ଉପମୁଖ୍ୟମନ୍ତ୍ରୀ। ହିତାଧିକାରୀ କେମିତି ସୁଭଦ୍ର ଯୋଜାନାର ଲାଭ ପାଇବେ ? କେତେ ମହିଳା ଏଥିରେ ସାମିଲ ହେବେ। କେମିତ ଆବେଦନ କରିବେ। ଏ ନେଇ ସେ ବିସ୍ତୃତ ସୂଚନା ଦେଇଛନ୍ତି, ସପ୍ଟେମ୍ବର ୧୭ରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ହେବ, ତେବେ ଅଗଷ୍ଟ ୧୫ ସୁଦ୍ଧା ସମସ୍ତ ପ୍ରସ୍ତୁତି ସରିବ। ସେ କହିଛନ୍ତି, ଏ ନେଇ ସରକାର କୌଣସି ବିଜ୍ଞପ୍ତି ପ୍ରକାଶ କରି ନାହାନ୍ତି।
କୌଣସି ଫର୍ମ ବାହାରି ନାହିଁ, ଏସଓପି ପ୍ରସ୍ତୁତି ଚାଲିଛି। ବୁଦ୍ଧିଜୀବୀଙ୍କ ମତାମତ ପରେ ଏସଓପି ପ୍ରସ୍ତୁତ କରାଯିବ। ସୁଭଦ୍ରାକୁ ନେଇ ଉଠୁଥିବା ଗୁଜବକୁ ବିଶ୍ୱାସ କରନ୍ତୁ ନାହିଁ। ଆବେଦନ ପ୍ରକ୍ରିୟାକୁ ସରଳ କରାଯିବ। ଏ ନେଇ ମହିଳାଙ୍କ ମତାମତ ନିଆଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଏହି ଯୋଜନାରେ ଅଧିକରୁ ଅଧିକ ମହିଳା କିପରି ଉପକୃତ ହେବେ ସେଥିପ୍ରତି ସରକାର ଯୋଜନା ଚାଲିଥିବା ଉପମୁଖ୍ୟମନ୍ତ୍ରୀ ପରିଡ଼ା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ଅନୁମୋଦନ ପରେ ଯୁକ୍ତ ୨ ପାଇଁ ମିଳିଲା ଅନୁମତି: ଅଞ୍ଚଳବାସୀଙ୍କ ମଧ୍ୟରେ ଖେଳିଗଲା ଖୁସିର ଲହରୀ

ଭଞ୍ଜନଗର,୨୧।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଆଉ ଏକ ଖୁସି ଖବର ପହଞ୍ଚିଛି। କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାର ୧୫ ବର୍ଷ ପରେ...

ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ ସମର୍ପିତ ହୋଇ କାମ କରିବାକୁ ଆହ୍ବାନ

ନୂଆପଡ଼ା,୨୧ା୧ (ମକାରୁ ବେମାଲ): ନୂଆପଡ଼ା ବିଧାନସଭା କ୍ଷେତ୍ର ବିକାଶ ସମିତି ବୈଠକ ସ୍ଥାନୀୟ ସଦ୍‌ଭାବନା ସଭା ଗୃହଠାରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ନୂଆପଡ଼ା ବିଧାୟକ ଜୟ...

ବିରାଟ-ରୋହିତଙ୍କ କଟିବ ଦରମା! କିଏ କେଉଁ କାଟାଗୋରୀରେ ରହିବେ? ସେଣ୍ଟ୍ରାଲ କଣ୍ଟ୍ରାକ୍ଟକୁ ନେଇ BCCIର ବଡ଼ ବୟାନ

ନୂଆଦିଲ୍ଲୀ,୨୧।୧: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ପୁରୁଷ କ୍ରିକେଟ ପାଇଁ କେନ୍ଦ୍ରୀୟ ଚୁକ୍ତିନାମା ତାଲିକାକୁ ସୁଗମ କରିବାକୁ ପ୍ରସ୍ତୁତ ହେଉଛି। ଖେଳାଳିଙ୍କ କେନ୍ଦ୍ରୀୟ ଚୁକ୍ତିନାମାକୁ...

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଶ୍ୱଶୁର ଘର ମାଡ଼ରେ ଜ୍ୱାଇଁଙ୍କ ଚାଲିଗଲା ଜୀବନ, ଏହି କାରଣରୁ…

ବଲାଙ୍ଗୀର,୨୧।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଚାଞ୍ଚଲ୍ୟ। ତୁଳସୀନଗର ପଡାରେ ଯଦୁମଣି ବଗର୍ତ୍ତୀ ନାମକ ଜଣେ ବ୍ୟକ୍ତିଙ୍କୁ କୋଦାଳରେ ଲାଗିଥିବା ବାଡିରେ ପିଟି ହତ୍ୟା...

NASAରୁ ଅବସର ନେଲେ ସୁନିତା ୱିଲିୟମ୍ସ: ୨୭ ବର୍ଷ ସେବା, ମହାକାଶରେ ୬୦୮ ଦିନ…ଜାଣନ୍ତୁ ତାଙ୍କ ରେକର୍ଡ

ଓ୍ବାଶିଂଟନ୍‌,୨୧।୧: ଭାରତରେ ଜନ୍ମିତ ମହାକାଶଚାରୀ ସୁନିତା ୱିଲିୟମ୍ସ NASAରୁ ଅବସର ନେଇଛନ୍ତି। ସେ NASAରେ ୨୭ ବର୍ଷ କାମ କରିବା ପରେ ଅବସର ନେଇଛନ୍ତି। NASA...

ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ

ପୁରୀ,୨୧।୧: ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ। ସୋଲ, କଦଳୀ ପାଟୁକା ଓ ଜମୱୁରାରେ କରାଯିବ ଏହି ବେଶ। ଆପାଦ ମସ୍ତକ ପଦ୍ମରେ ସଜ୍ଜିତ ହେବେ ଚତୁର୍ଦ୍ଧାମୂର୍ତ୍ତି।...

ଭାରତ ଉପରେ ଲାଗିବ ନାହିଁ ୫୦୦% ଟାରିଫ୍‌, ଟାର୍ଗେଟ୍‌ରେ ଏବେ ଏହି ଦେଶ, ବଡ଼ ଖୁଲାସା କଲେ…

ଓ୍ବାଶିଂଟନ୍‌,୨୧।୧: ଆମେରିକାର ଟ୍ରେଜେରୀ ସଚିବ ସ୍କଟ ବେସାଣ୍ଟ କହିଛନ୍ତି ଯେ ରୁଷୀୟ ତୈଳ କିଣୁଥିବା ଦେଶଗୁଡ଼ିକ ଉପରେ ୫୦୦% ଟାରିଫ୍‌ ଲାଗୁ କରିବା ପାଇଁ ରାଷ୍ଟ୍ରପତି...

ସାମ୍ରାଜ୍ୟବାଦର ନଗ୍ନ ରୂପ

ଶୀତଳ ଯୁଦ୍ଧର ଅବସାନ ପରେ ସାମ୍ରାଜ୍ୟବାଦୀ ଆମେରିକାର ଔଦ୍ଧତ୍ୟ ଯେ ବହୁଗୁଣା ବଢ଼ିଯାଇଛି, ଏଥିରେ କେହି ଦ୍ୱିମତ ହେବେ ନାହିଁ। କେତେକ ରାଷ୍ଟ୍ରରେ ସାମରିକ ଶକ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri