ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ ଘଟିଥିଲା। ବର୍ତ୍ତମାନ ପରିବାରରେ ତାଙ୍କ ସ୍ତ୍ରୀ, ବୁଡି ମା’, ଦୁଇ ପୁଅ ଏବଂ ୧୭ ବର୍ଷୀୟ ଝିଅ କୁମ ହରିଜନ ଅଛନ୍ତି। ସେମାନେ ବହୁ ଦୁଃଖ କଷ୍ଟରେ ଚଳୁଛନ୍ତି।

୨୦୨୧ରେ ପୂର୍ଣଚନ୍ଦ୍ରଙ୍କ ଦେହାନ୍ତ ସମୟରେ ଝିଅ କୁମ ମାଟ୍ରିକ ପଢୁଥିଲେ। ମାଟ୍ରିକ ପରେ ସେ ପରିବାରର ଆର୍ଥିକ ବୋଝକୁ କିଛି ମାତ୍ରାରେ ହାଲୁକା କରିବା ପାଇଁ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଚାଲିଯାଇଥିଲେ। ନିଜେ ଉଚ୍ଚ ଶିକ୍ଷାରୁ ବଞ୍ଚିତ ହୋଇ ଦୁଇ ଭାଇଙ୍କୁ ପାଠ ପଢ଼ାଇ ମଣିଷ କରିବା ପାଇଁ ସେ ବର୍ତ୍ତମାନ ତାମିଲନାଡୁରେ କାମ କରୁଛନ୍ତି। ଏପରିକି ସେ ସେଠାରେ ଚଳିବା ସହ ଘରକୁ ଟଙ୍କା ପଠାଉଥିବା କହିଛନ୍ତି କୁମଙ୍କ ମା’ ପ୍ରତି ହରିଜନ ।

ଏହି ଖବର ପାଇବା ପରେ କାଣ୍ଡେଲ ଗ୍ରାମସ୍ଥିତ ଆୟୁର୍ବେଦିକ ସେବା ସଦନର ଡାକ୍ତର ସଦାନନ୍ଦ ପୁଟେଲ ସହାୟତାର ହାତ ବଢାଇଛନ୍ତି । ସେ ପ୍ରତି ହରିଜନଙ୍କ ଘରକୁ ଯାଇ ପରିବାର ଲୋକଙ୍କୁ ୧୦ହଜାର ଟଙ୍କାର ଏକ ଚେକ୍‌ ପ୍ରଦାନ କରିଛନ୍ତି। ଏହି ଟଙ୍କାକୁ ଦୁଇ ପୁଅଙ୍କ ପାଠ ପଢା ଖର୍ଚ୍ଚରେ ବ୍ୟବହାର କରିବାକୁ ପରିବାର ଲୋକଙ୍କୁ କହିଥିବା ଡାକ୍ତର ସଦାନନ୍ଦ ପ୍ରକାଶ କରିଛନ୍ତି।

ଡାକ୍ତର ସଦାନନ୍ଦଙ୍କ ଏପରି କାର୍ଯ୍ୟକୁ ବିଭିନ୍ନ ମହଳରେ ପ୍ରଶଂସା କରାଯାଇଛି। ‘ମାନବ ସେବା ହିଁ ମାଧବ ସେବା’ କହି ଲୋକଙ୍କୁ ସେବା ଜାରି ରହିଥିବା କହିଛନ୍ତି ଡାକ୍ତର ସଦାନନ୍ଦ। ଆଗକୁ ମଧ୍ୟ ଏହି ସେବା ଜାରି ରହିବ ବୋଲି ସେ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମଥର ପାଇଁ ବିଶ୍ୱ ଦେଖିବ ଭାରତର ହାଇ ସ୍ପିଡ୍‌ କ୍ଷେପଣାସ୍ତ୍ର, ଆଖି ପିଛୁଳାକେ କରିବ ଲକ୍ଷ୍ୟଭେଦ

ନୂଆଦିଲ୍ଲୀ,୨୧ା୧: ଜାନୁଆରୀ ୨୬ରେ ଭାରତର ପ୍ରତିରକ୍ଷା କ୍ଷମତାକୁ ଶୀର୍ଷରେ ପହଞ୍ଚାଇବ ବୋଲି ଏକ ପ୍ରମୁଖ ସଫଳତା ବିଶ୍ୱ ସମ୍ମୁଖରେ ପ୍ରକାଶିତ ହେବ। ପ୍ରତିରକ୍ଷା ଗବେଷଣା ଏବଂ...

ହଠାତ୍‌ କ୍ରିକେଟ୍‌କୁ ବାଏ ବାଏ କଲେ ଏହି କିମ୍ବଦନ୍ତୀ କ୍ରିକେଟର୍‌: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୨୧।୧: କିମ୍ବଦନ୍ତୀ ପାକିସ୍ତାନୀ କ୍ରିକେଟର ଶୋଏବ ମଲିକ ୪୩ ବର୍ଷ ବୟସରେ ପାକିସ୍ତାନ ସୁପର ଲିଗରୁ ଅବସର ନେଇଛନ୍ତି। ସେ ୨୦୧୬ରେ ଏହାର ଉଦଘାଟନୀ ସିଜିନରୁ...

‘ଯଦି କିଛି ହେବ ତେବେ ସମ୍ପୂର୍ଣ୍ଣ ଇରାନକୁ ଉଡାଇଦେବି’, କାହିଁକି ଏମିତି ଧମକ ଦେଲେ ଟ୍ରମ୍ପ? ଜାଣନ୍ତୁ ଏହା ପଛର ବଡ଼ କାରଣ

ଓ୍ବାଶିଂଟନ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ସରକାରୀ ଟେଲିଭିଜନରେ ପ୍ରସାରିତ ମୃତ୍ୟୁ ଧମକ ବିଷୟରେ ଉଲ୍ଲେଖ କରି କହିଛନ୍ତି ଯେ ‘ଯଦି କିଛି ହୁଏ...

ଚାଲିଥିଲା ଜୁଆ ଖେଳ, ଅଚାନକ ଚଢାଉ କଲା ପୋଲିସ, ଆଉ ତା’ପରେ…

ଛତ୍ରପୁର, ୨୧।୧ ( ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ପୋଲିସ ପକ୍ଷରୁ ଚିକଲଖଣ୍ଡିଠାରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଅଚାନକ ଚଢ଼ାଉ କରି ୮...

ଭାରତ-ପାକିସ୍ତାନ ପରମାଣୁ ଯୁଦ୍ଧ ନିକଟତର..ପୁଣି ବିଶ୍ୱରେ ଚହଳ ପକାଇଲା ଟ୍ରମ୍ପଙ୍କ ମନ୍ତବ୍ୟ

ଓ୍ବାଶିଂଟନ,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ମିଛ ଦାବି କରିଛନ୍ତି। ସେ ୨୦୨୫ ମେ ମାସରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ...

ଘାଟିରେ ତଳକୁ ଖସିଲା ଟ୍ରଲର: ଲାଗିଲା ନିଆଁ, ଆଉ ତା’ପରେ…

ପଟାଙ୍ଗୀ,୨୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟାଙ୍ଗୀ ବ୍ଲକ ଅଧିନସ୍ଥ ରାଲେଗଡା ପଞ୍ଚାୟତ ଯୋଡିମାଦିଲି ଘାଟିରେ ଭାରସାମ୍ୟ ହରାଇ ଘାଟି ତଳକୁ ଖସିପଡ଼ିଛି ଏକ ଟ୍ରଲର।...

ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କ ହେବ ବଡ଼ ମହାସ୍ନାନ

ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି।...

ସୁନା ଦର ଆକାଶଛୁଆଁ: ଦେଢ଼ଲକ୍ଷ ଟପିଲା ଦାମ୍‌, ଭୁବନେଶ୍ୱରରେ ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୨୧।୧: ଆଉ ମାରିହେବନି ହାତ। ସୁନା ଦର ଆକାଶଛୁଆଁ। ଦେଢ଼ଲକ୍ଷ ଟପିଲା ଦାମ୍‌। ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ୍‌ ସୁନା ମୂଲ୍ୟ ୧ ଲକ୍ଷ ୫୪...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri