ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିରୋଧୀ-ଶାସକ ମୁହାଁମୁହିଁ

ଭୁବନେଶ୍ୱର,୨୭।୭(ଅନିଲ ଦାସ): ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିଜେଡି -ଭାଜପା ବିଧାନସଭାରେ ମୁହାଁମୁହିଁ ହୋଇଛନ୍ତି। ଯୋଜନାର ନଁା ବଦଳିବାକୁ ନେଇ ବିଜେଡି ବିଧାୟକ ଗଣେଶ୍ୱର ବେହେରା ବିଧାନସଭା ଶୂନ୍ୟକାଳରେ ଉଦ୍‌ବେଗ ପ୍ରକାଶ କରିଛନ୍ତି । ସେ କହିଛନ୍ତି, ସରକାର ବଦଳିବା ପରେ ୩୧୪ ବ୍ଲକରେ ବିକାଶ କାର୍ଯ୍ୟ ଠପ୍‌ ହୋଇଯାଇଛି । ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରେ ବିକାଶମୂଳକ କାମ ପାଇଁ ପ୍ରତି ପଞ୍ଚାୟତକୁ ୫୦ ଲକ୍ଷ ଟଙ୍କା ଦିଆଯିବା ନେଇ ଘୋଷଣା କରାଯାଇଥିଲା। ସରକାର ବଦଳିବା ପରେ ଏହି ଯୋଜନାରେ କୌଣସି କାର୍ଯ୍ୟ ହେଉନି। କାର୍ଯ୍ୟାଦେଶ ମିଳିବା ପରେ ମଧ୍ୟ କାମ ହେଉନି। ଯେଉଁଠି କାମ ସରିଛି ବିଲ୍‌ ବି ହେଉନି । ଏବେ ନୂଆ ସରକାର ‘ବିକଶିତ ଗାଁ ବିକଶିତ ଓଡ଼ିଶା’ କରିଛନ୍ତି। କେବଳ ନାଁ ପରିବର୍ତ୍ତନ କରିଦେଲେ ଗୋଲାପ ଫୁଲ ଦୁଦୁରା ଫୁଲ ହୋଇଯିବନି ବୋଲି ସେ କହିଛନ୍ତି । ଏ ନେଇ ସରକାର ସ୍ପଷ୍ଟ କରନ୍ତୁ ବୋଲି ସେ ଦାବି କରିଛନ୍ତି।
ଶୂନ୍ୟକାଳରେ ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ ଏହି ପ୍ରସଙ୍ଗ ଉଠାଇ ବିଜେଡି ଉପରେ ବର୍ଷିଛନ୍ତି। ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନା ନିର୍ବାଚନରେ ଜନସାଧାରଣଙ୍କୁ ପ୍ରଭାବିତ କରିବା ପାଇଁ କରାଯାଇଥିଲା। କର୍ମୀଙ୍କୁ ପଇସା ଦେଇ ନିର୍ବାଚନ ଜିତିବା ପାଇଁ ହୋଇଥିଲା। ଏହି ଯୋଜନା ଦ୍ୱାରା ଗାଁ ଭୋଟ୍‌ କିଣିବାକୁ ଯୋଜନା ହୋଇଥିଲା ।
ସେ କହିଛନ୍ତି, ନୀତି ଭ୍ରଷ୍ଟ ଓ ଦୁର୍ନୀତି ପାଇଁ ଏହି ଯୋଜନା ବିଜେଡି କରିଥିଲା। ଜେଇଙ୍କ ମାଧ୍ୟମରେ ଏହି ଯୋଜନାରେ କୋଟି କୋଟି ଟଙ୍କା ଲୁଟ୍‌ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri