Posted inଜାତୀୟ

ଭକ୍ତଙ୍କୁ ନେଇ ଯାଉଥିବା ବସ୍‌ ଦୁର୍ଘଟଣାଗ୍ରସ୍ତ, ୩ ଜଣଙ୍କ ମୃତ୍ୟୁ

ମିର୍ଜାପୁର, ୨୮।୦୭: ଉତ୍ତରପ୍ରଦେଶର ମିର୍ଜାପୁରରେ ଏକ ମାଲବାହୀ ଗାଡି ଏବଂ ବସ ମଧ୍ୟରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ତିନି ଜଣଙ୍କର ମୃତ୍ୟୁ ହୋଇଛି। ବିନ୍ଦୁଚାଲ ପୋଲିସ ଷ୍ଟେସନ ଅଞ୍ଚଳର ମହୋଖର ଗ୍ରାମ ନିକଟରେ ଏହି ଘଟଣା ଘଟିଛି। ଗାଡିରେ ଯାତ୍ରା କରୁଥିବା ଭକ୍ତମାନେ ଦର୍ଶନ ପାଇଁ ବିନ୍ଦୁଚାଲକୁ ଯାଉଥିଲେ। ଭକ୍ତଙ୍କୁ ନେଇ ଯାଉଥିବା ଏହି ଗାଡ଼ି ମହୋଖର ଗ୍ରାମ ନିକଟରେ ଧକ୍କା ହୋଇଥିଲା। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଗାଡିଟି ଛିଟ୍‌କି ପଡ଼ିଥିଲା । ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚି ଗାଡିରେ ଫସି ରହିଥିବା ଲୋକଙ୍କୁ ଉଦ୍ଧାର କରିଥିଲେ ।

ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ପୋଷ୍ଟମର୍ଟମ ପାଇଁ ପଠାଇଥିଲା। ପୋଲିସର ସୂଚନାନୁସାରେ ଏହି ଦୁର୍ଘଟଣାରେ ତିନିଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଭକ୍ତ ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କୁ ଚିକିତ୍ସା ପାଇଁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୋଲିସ ମୃତକଙ୍କ ପରିବାରକୁ ଏହି ଦୁର୍ଘଟଣା ସମ୍ପର୍କରେ ସୂଚନା ଦେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri