ଭବାନୀପାଟଣା,୨୦।୮(ଡି.ଏନ୍.ଏ.): ଶିକ୍ଷକ ଦାବିରେ କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ କର୍ଲାପଡା କ୍ଲଷ୍ଟର ଅନ୍ତର୍ଗତ ପରିଆ ୟୁପି ସ୍କୁଲରେ ୧୧ ଦିନ ହେଲା ତାଲା ଝୁଲୁଛି । ଏ ନେଇ ପାଠପଢା ସମ୍ପୂର୍ଣ୍ଣ ବନ୍ଦ ରହିଥିବାବେଳେ ପିଲାଙ୍କ ଭବିଷ୍ୟତ ନେଇ ଅଭିଭାବକଙ୍କ ଚିନ୍ତା ବଢିବାରେ ଲାଗିଛି । ମାତ୍ର ଶିକ୍ଷା ବିଭାଗ ସମସ୍ୟାର ସମାଧାନ ଦିଗରେ ତପତ୍ରତା ପ୍ରକାଶ କରୁ ନ ଥିବାରୁ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି ।
ସୂଚନାନୁଯାୟୀ, ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଏହି ବିଦ୍ୟାଳୟରେ ମୋଟ ୨୬୬ ଛାତ୍ରୀଛାତ୍ରଙ୍କ ପାଇଁ ୫ ଶିକ୍ଷକ ଥିବାରୁ ଶିକ୍ଷାଦାନରେ ଅସୁବିଧା ସୃଷ୍ଟି ହେଉଛି। ଏ ନେଇ ଗ୍ରାମବାସୀ ବାରମ୍ବାର ବିଇଓଙ୍କୁ ଅଭିଯୋଗ କରି ଆସୁଥିଲେ ସୁଦ୍ଧା କୌଣସି ସୁଫଳ ନ ମିଳିବାରୁ ସ୍କୁଲରେ ତାଲା ପକାଇ ୧୧ ଦିନ ଧରି ଧାରଣାରେ ବସି ରହିଛନ୍ତି । ତୁରନ୍ତ ସମସ୍ୟାର ସମାଧାନ ନ ହେଲେ ଆଗାମୀ ଦିନରେ ଭବାନୀପାଟଣା-ଖରିଆର ରାସ୍ତା ଅବରୋଧ କରାଯିବ ବୋଲି ସ୍କୁଲ କମିଟିର ସଭାପତି ସମ୍ପୂର୍ଣ୍ଣ ଶବର, ଲକ୍ଷପତି ମାଝି, ଡିଙ୍ଗର ପୁଟେଲ, ଭୀମସେନ ମାଝି, ହେମରାଜ ନାଏକ, ଡମ୍ବରୁଧର ମାହାର, ସୁଶାନ୍ତ ବାଗ, ବରୁଣ ଶବର, ଧବଳେଶ୍ୱର ଶବର, ହେମରାଜ ମାଝି ପ୍ରମୁଖ ଚେତାବନୀ ଦେଇଛନ୍ତି । ଏ ନେଇ ବିଇଓ ଜଗନ୍ନାଥ ପୁରୋହିତଙ୍କୁ ପଚାରିବାରୁ ଚଳିତ ମାସ ଶେଷ ସୁଦ୍ଧା ସ୍କୁଲରେ ଶିକ୍ଷକ ନିଯୁକ୍ତି କରାଯିବ ବୋଲି କହିଛନ୍ତି।
ଶିକ୍ଷକ ଦାବିରେ ୧୧ ଦିନ ହେଲା ସ୍କୁଲରେ ପଡିଛି ତାଲା: ତୁରନ୍ତ ସମସ୍ୟା ସମାଧାନ ନ ହେଲେ ରାସ୍ତା ଅବରୋଧ ନେଇ ଚେତାବନୀ
Posted inଆମ ଜିଲା ଖବର, କଳାହାଣ୍ଡି View All
ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍; ମିଳିନି ପରିଚୟ…
ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...
ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ
ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...
ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ…
ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...
ଦିଗପହଣ୍ଡିରେ ଖୋଲିଲା ଧାନମଣ୍ଡି: ଜିଲାପାଳ କଲେ ଶୁଭାରମ୍ଭ, ବିଧାୟକ ଯୋଗଦେଇ…
ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ ମଙ୍ଗଳବାର ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ପହଞ୍ଚି...
ଦିନକ ପରେ ବଡ଼ଦିନ: ପୋଲିସର ଫ୍ଲାଗ ମାର୍ଚ୍ଚ, ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡି
ବାଲିଗୁଡ଼ା,୨୩।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ବଡଦିନ ପର୍ବ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ...
ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’
ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...
ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ
ଯାଜପୁର,୨୩।୧୨: ଓଡିଶାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ “ଜୟ ମହାକାଳ ଫାଉଣ୍ଡେସନ” ପକ୍ଷରୁ “ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଯାଜପୁର ଜିଲ୍ଲା ଯାଜପୁର...
କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….
ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...
Archives


