ଇସ୍ତଫା ଦେଲେ ମମତା ମହନ୍ତ: କାହାକୁ ରାଜ୍ୟ ସଭା ପଠାଇବ ଭାଜପା, ଚର୍ଚ୍ଚାରେ…

ଭୁବନେଶ୍ୱର,୩୧।୭: ବିଜୁ ଜନତା ଦଳର ଏମପି ମମତା ମହନ୍ତ ରାଜ୍ୟ ସଭାରୁ ଇସ୍ତଫା ଦେଇଛନ୍ତି। ଏନେଇ ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନକର ଗୃହରେ ଏହି ସୂଚନା ଦେଇଛନ୍ତି। ମମତା ୨୦୨୦ରେ ରାଜ୍ୟ ସଭାକୁ ବିଜେଡି ଟିକେଟରେ ନିର୍ବାଚିତ ହୋଇଥିଲେ। କୁଡ଼ୁମୀ ସଂପ୍ରଦାୟର ଜଣେ ଟାଣୁଆ ନେତ୍ରୀ ଭାବେ ମମତା ମହାନ୍ତ ଜଣା। ମମତାଙ୍କ କାର୍ଯ୍ୟକାଳ ସମାପ୍ତ ହୋଇନଥିବା ବେଳେ ଅଧାରୁ ସେ ଇସ୍ତଫା ଦେଇଛନ୍ତି। ଏଥିସହ ସେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଦଳରୁ ଇସ୍ତଫା ଦେଇଥିବା ନେଇ ‘ଏକ୍ସ’ରେ ସୂଚନା ଦେଇଛନ୍ତି।

କହିରଖୁଛୁ କି, ମମତାଙ୍କ କାର୍ଯ୍ୟକାଳ ସରିବାରୁ ଆଉ ୨୧ମାସ ରହିଥିଲା। ବର୍ତ୍ତମାନ ସେ ରାଜ୍ୟ ସଭାରୁ ଇସ୍ତଫା ଦେବା ଦ୍ୱାରା ବିଜେଡିର ଏମପି ସଂଖ୍ୟା ୮କୁ ଖସି ଆସିଛି। ତେବେ ତାଙ୍କ ବଦଳରେ ଏବେ ବିଜେଡି ନୁହେଁ ଭାଜପା ରାଜ୍ୟ ସଭାକୁ କାହାକୁ ପଠାଇବ ତା’ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ତେବେ ରାଜନୈତିକ ବିଶେଷଜ୍ଞଙ୍କ ମତରେ ମନମୋହନ ସାମଲ, ଦିଲ୍ଲୀପ ରାୟ, ସମୀର ଦାଶଙ୍କୁ ରାଜ୍ୟ ସଭା ପଠାଯିବାର ଆଲୋଚନା ହେଉଛି।

ରାଜ୍ୟ ସଭା ସଦସ୍ୟ ପଦରୁ ବିଜେଡି ନେତ୍ରୀ ମମତା ମହାନ୍ତ ଇସ୍ତଫା ଦେବା ଅନେକଙ୍କୁ ଚକିତ କରିଛି। ଏହା ପଛରେ ଭିତିରି ଷଡ଼ଯନ୍ତ୍ର ହୋଇଥିବା ସୋସିଆଲ ମିଡିଆରେ ଚର୍ଚ୍ଚା ହେଉଛି। ମମତା ହେଉଛନ୍ତି ମୟୂରଭଞ୍ଜ ଜିଲା କୁଡୁମୀ ସମ୍ପ୍ରଦାୟର ଜଣେ ଟାଣୁଆ ନେତ୍ରୀ। ଗତ ବିଧାନସଭା ନିର୍ବାଚନରେ ମୟୂରଭଞ୍ଜ ଜିଲାରେ ବିଜେଡିର ଶୋଚନୀୟ ପରାଜୟକୁ ଦୃଷ୍ଟିରେ ରଖି ଦଳର ଜଣେ ପ୍ରଭାବଶାଳୀ ନେତା କୁଆଡ଼େ ମମତାଙ୍କ ଉପରେ ଅସନ୍ତୁଷ୍ଟ ଥିଲେ। ତେଣୁ ତାଙ୍କ ଚାପରେ
ଭିତିରି ଷଡ଼ଯନ୍ତ୍ର ମମତା ଇସ୍ତଫା ଦେଇଥାଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ରାଜ୍ୟ ସଭାରେ ଓଡ଼ିଶାର ୧୦ ଆସନ ମଧ୍ୟରୁ ବିଜେଡି ୯ ଏବଂ ଭାଜପାର ଜଣେ ସଦସ୍ୟ ରହିଥିଲେ। ମମତାଙ୍କ ଇସ୍ତଫା ପରେ ପାର୍ଲାମେଣ୍ଟର ଉଚ୍ଚ ସଦନରେ ବିଜେଡିର ସଦସ୍ୟ ସଂଖ୍ୟା ୮କୁ ଖସିଆସିଛି। ଷଡ଼ଯନ୍ତ୍ର କରି ବିଜେଡିକୁ ରାଜ୍ୟ ସଭାରେ ଧୀରେ ଧୀରେ ଦୁର୍ବଳ କରିଦେବା ଉକ୍ତ ନେତାଙ୍କ ଉଦ୍ଦେଶ୍ୟ ବୋଲି କୁହାଯାଉଛି। କାରଣ ମମତାଙ୍କ ଆସନରେ ନିର୍ବାଚନ ହେଲେ ଓଡ଼ିଶା ବିଧାନସଭାରେ ଦଳୀୟ ସଂଖ୍ୟା ଦୃଷ୍ଟିରୁ ତାହା ଭାଜପା ହାତକୁ ଚାଲିଯିବ। ଗତ ଲୋକ ସଭା ନିର୍ବାଚନରେ ବିଜେଡି କୌଣସି ଆସନରେ ଜିତି ନ ପାରିବା ଦଳ ପାଇଁ ଝଟକା ଥିଲା। ଏବେ ରାଜ୍ୟ ସଭାରେ ଗୋଟିଏ ଆସନ ହରାଇବା ଦ୍ୱାରା ଦିଲ୍ଲୀରେ ବିଜେଡିର ଉପସ୍ଥିତି ହ୍ରାସ ପାଇବ।

୨୦୨୦ ମସିହାରେ ଓଡ଼ିଶାରେ ୪ ଗୋଟି ରାଜ୍ୟ ସଭା ଆସନ ପାଇଁ ହୋଇଥିବା ନିର୍ବାଚନରେ ସେ ଚାରିଜଣ ପ୍ରାର୍ଥୀଙ୍କ ମଧ୍ୟରୁ ରଜ୍ୟ ସଭାକୁ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଥିଲେ। ରାଜନୀତିର ଆରମ୍ଭରୁ ମମତା ତୃଣମୂଳ ସ୍ତରରେ କାର୍ଯ୍ୟ କରିବା ଆରମ୍ଭ କରି ୨୦୧୨ ମସିହାରେ ବିଶୋଇ ବ୍ଲକ୍‌ର ୩୪ ନମ୍ବର ଜୋନ୍‌ରୁ ଜିଲା ପରିଷଦ ସଦସ୍ୟା ଭାବେ ନିର୍ବାଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ତାଙ୍କୁ ମହିଳା ମୋର୍ଚ୍ଚା ସଭାପତି କରାଯାଇଥିଲା । ୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବିଜୁ ଜନତା ଦଳ ପାଇଁ ତାଙ୍କର କୁଦୁମୀ ଆଦିବାସୀ ସମ୍ପ୍ରଦାୟର ଭୋଟ୍ ସଂଗ୍ରହର ମୂଳଭାର ଗ୍ରହଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

ବାଂଲାଦେଶରେ ଏଣ୍ଟ୍ରି କଲେ ମିଷ୍ଟ୍ରି ଗର୍ଲ, ହୋଇପାରନ୍ତି ଭବିଷ୍ୟତର ଶେଖ ହାସିନା-ଖାଲିଦା ଜିଆ

ଢାକା,୨୭।୧୨: ବାଂଲାଦେଶ ବର୍ତ୍ତମାନ ହିଂସାରେ ବୁଡ଼ି ରହିଛି। ହିନ୍ଦୁମାନଙ୍କ ଉପରେ ନିର୍ଯାତନା ବୃଦ୍ଧି ପାଇଛି। ମହମ୍ମଦ ୟୁନୁସଙ୍କ ଶାସନରେ, ମୌଳବାଦୀମାନେ ପ୍ରଭାବ ବିସ୍ତାର କରୁଛନ୍ତି। କେବଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri