ସ୍ଥଗିତ ରହିଲା ଜୁନାଗଡ଼ ଏନ୍‌ଏସି ଅନାସ୍ଥା ଭୋଟ୍‌

ଭବାନୀପାଟଣା,୧ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଏନ୍‌ଏସିରେ ଅନାସ୍ଥା ଭୋଟ୍‌ ସ୍ଥଗିତ ରହିଛି। ଏନ୍‌ଏସି ଅଧ୍ୟକ୍ଷ ମୁକେଶ ଅଗ୍ରଓ୍ବାଲଙ୍କ ବିରୋଧରେ ଗୁରୁବାର ପୂର୍ବାହ୍ନ ୧୧ଟାରେ ଅନାସ୍ଥା ଭୋଟ ୍‌ଗ୍ରହଣ କରାଯିବାର ରହିଥିଲା। ମାତ୍ର ନିର୍ବାଚନ ପରିଚାଳନା ଦାୟିତ୍ୱରେ ଥିବା ଏଡିଏମ୍‌ ନ ଆସିବାରୁ ଏହା ସ୍ଥଗିତ ରହିଥିବା ଜଣାପଡ଼ିଛି। ତେବେ ଏହି ଅନାସ୍ଥା ଭୋଟ୍‌ କେବେ ହେବ ସେନେଇ ଜିଲାପାଳ ତାରିଖ ଘୋଷଣା କରିବେ।

ପ୍ରକାଶ ଯେ, ଭାଜପା ନଗରପାଳ ମୁକେଶଙ୍କ ବିରୋଧରେ ବିଜେଡିର ୯ ଜଣ କାଉନସିଲର ଓ ଉପାଧ୍ୟକ୍ଷା ଅନାସ୍ଥା ପ୍ରସ୍ତାବ ଆଣି ଗତ ୧୬ ତାରିଖ ଜିଲାପାଳଙ୍କୁ ଲିଖିତ ଅଭିଯୋଗ ଦେଇଥିଲେ। ଜୁନାଗଡ଼ ଏନ୍‌ଏସିର ମୋଟ କାଉନ୍‌ସିଲରଙ୍କ ସଂଖ୍ୟା ୧୨ ଥିବା ବେଳେ ସେମାନଙ୍କ ଭିତରୁ ବିଜେଡିର ୧୦ ଓ ଭାଜପାର ମାତ୍ର ୨ ଜଣ କାଉନ୍‌ସିଲର ରହିଛନ୍ତି। ଯାହାଫଳରେ ସଂଖ୍ୟା ଗରିଷ୍ଠତା ଦୃଷ୍ଟିରୁ ବିଜେଡି କାଉନସିଲରଙ୍କ ସଂଖ୍ୟା ଅଧିକ ରହିଥିବାରୁ ସିଧାସଳଖ ନିର୍ବାଚିତ ହୋଇଥିବା ମୁକେଶଙ୍କ ବିପକ୍ଷରେ ଭୋଟ୍‌ ଯିବାର ଆଶଙ୍କା ରହିଥିଲା। ହେଲେ ସ୍ବାସ୍ଥ୍ୟାବସ୍ଥା କାରଣରୁ ଏଡିଏମ୍‌ ଏନ୍‌ଏସିକୁ ଆସିପାରି ନ ଥିଲେ। ଯାହାଫଳରେ ଆଜି ଏହାକୁ ସ୍ଥଗିତ ରଖାଯାଇଛି। ଅନ୍ୟପକ୍ଷରେ ଏହାକୁ ନେଇ ବିଜେଡି କାଉନ୍‌ସିଲରଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri