‘ଆମ ଦେଶକୁ ବୁଢ଼ା ରାଜନେତା କରୁଛନ୍ତି ଶାସନ’

ନୂଆଦିଲ୍ଲୀ,୧ା୮: ଆମ ଆଦ୍‌ମୀ ପାର୍ଟି(ଏଏପି)ର ରାଜ୍ୟ ସଭା ଏମ୍‌ପି ରାଘବ ଚଢ଼ା ଗୁରୁବାର ରାଜ୍ୟ ସଭାରେ ଏକ ବଡ଼ ଦାବି କରିଛନ୍ତି। ସେ କହିଛନ୍ତି, ମୁଁ ଯେଉଁ ପ୍ରସଙ୍ଗ ଉପରେ କହିବାକୁ ଚାହୁଁଛି ତାହା ମୋ’ ହୃଦୟର କଥା। ରାଜନୀତିରେ ଯୁବକମାନଙ୍କ ଅଂଶଗ୍ରହଣ ସମ୍ପର୍କରେ ସେ କହିଛନ୍ତି, ଭାରତ ହେଉଛି ବିଶ୍ୱର ସବୁଠାରୁ କନିଷ୍ଠ ଦେଶ। ଦେଶର ହାରାହାରି ବୟସ ମାତ୍ର ୨୯ ବର୍ଷ। ଜନସଂଖ୍ୟାର ୬୫ ପ୍ରତିଶତ ୩୫ ବର୍ଷରୁ କମ୍‌। ଅଧା ଜନସଂଖ୍ୟା ୨୫ ବର୍ଷରୁ କମ୍‌।

ସେ କହିଛନ୍ତି, ‘ଆମ ଦେଶ ଯୁବକ ହେବା ସହିତ ସମାନ ଅନୁପାତରେ ନିର୍ବାଚିତ ପ୍ରତିନିଧିମାନେ ଯୁବକମାନଙ୍କଠାରୁ ଦୂରେଇ ଯାଉଛନ୍ତି। ଆଜି ଆମ ଯୁବ ଦେଶ ବୃଦ୍ଧ ରାଜନେତାଙ୍କ ଦ୍ୱାରା ପରିଚାଳିତ ହେଉଛି। ଯେଉଁଠାରେ ଦେଶରେ ଯୁବ ରାଜନେତାଙ୍କ ଆବଶ୍ୟକତା ରହିଛି।’

ସେ ଆହୁରି ମଧ୍ୟ କହିଛନ୍ତି, ଆମ ଦେଶରେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାର ବୟସ ୨୫ ବର୍ଷ। ଲୋକ ସଭା ହେଉ କିମ୍ବା ବିଧାନସଭା। ଆପଣଙ୍କ ମାଧ୍ୟମରେ ମୁଁ ସରକାରଙ୍କୁ ଅନୁରୋଧ କରିବାକୁ ଚାହୁଁଛି ଯେ, ବୟସ ୨୫ରୁ ୨୧ବର୍ଷକୁ ହ୍ରାସ କରନ୍ତୁ। ଯଦି ଜଣେ ୨୧ ବର୍ଷ ବୟସ୍କ ଯୁବକ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଚାହାନ୍ତି ତେବେ ତାଙ୍କୁ ଅନୁମତି ମିଳିବା ଉଚିତ୍‌।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟ-ରୋହିତଙ୍କ କଟିବ ଦରମା! କିଏ କେଉଁ କାଟାଗୋରୀରେ ରହିବେ? ସେଣ୍ଟ୍ରାଲ କଣ୍ଟ୍ରାକ୍ଟକୁ ନେଇ BCCIର ବଡ଼ ବୟାନ

ନୂଆଦିଲ୍ଲୀ,୨୧।୧: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ପୁରୁଷ କ୍ରିକେଟ ପାଇଁ କେନ୍ଦ୍ରୀୟ ଚୁକ୍ତିନାମା ତାଲିକାକୁ ସୁଗମ କରିବାକୁ ପ୍ରସ୍ତୁତ ହେଉଛି। ଖେଳାଳିଙ୍କ କେନ୍ଦ୍ରୀୟ ଚୁକ୍ତିନାମାକୁ...

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଶ୍ୱଶୁର ଘର ମାଡ଼ରେ ଜ୍ୱାଇଁଙ୍କ ଚାଲିଗଲା ଜୀବନ, ଏହି କାରଣରୁ…

ବଲାଙ୍ଗୀର,୨୧।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଚାଞ୍ଚଲ୍ୟ। ତୁଳସୀନଗର ପଡାରେ ଯଦୁମଣି ବଗର୍ତ୍ତୀ ନାମକ ଜଣେ ବ୍ୟକ୍ତିଙ୍କୁ କୋଦାଳରେ ଲାଗିଥିବା ବାଡିରେ ପିଟି ହତ୍ୟା...

NASAରୁ ଅବସର ନେଲେ ସୁନିତା ୱିଲିୟମ୍ସ: ୨୭ ବର୍ଷ ସେବା, ମହାକାଶରେ ୬୦୮ ଦିନ…ଜାଣନ୍ତୁ ତାଙ୍କ ରେକର୍ଡ

ଓ୍ବାଶିଂଟନ୍‌,୨୧।୧: ଭାରତରେ ଜନ୍ମିତ ମହାକାଶଚାରୀ ସୁନିତା ୱିଲିୟମ୍ସ NASAରୁ ଅବସର ନେଇଛନ୍ତି। ସେ NASAରେ ୨୭ ବର୍ଷ କାମ କରିବା ପରେ ଅବସର ନେଇଛନ୍ତି। NASA...

ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ

ପୁରୀ,୨୧।୧: ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ। ସୋଲ, କଦଳୀ ପାଟୁକା ଓ ଜମୱୁରାରେ କରାଯିବ ଏହି ବେଶ। ଆପାଦ ମସ୍ତକ ପଦ୍ମରେ ସଜ୍ଜିତ ହେବେ ଚତୁର୍ଦ୍ଧାମୂର୍ତ୍ତି।...

ଭାରତ ଉପରେ ଲାଗିବ ନାହିଁ ୫୦୦% ଟାରିଫ୍‌, ଟାର୍ଗେଟ୍‌ରେ ଏବେ ଏହି ଦେଶ, ବଡ଼ ଖୁଲାସା କଲେ…

ଓ୍ବାଶିଂଟନ୍‌,୨୧।୧: ଆମେରିକାର ଟ୍ରେଜେରୀ ସଚିବ ସ୍କଟ ବେସାଣ୍ଟ କହିଛନ୍ତି ଯେ ରୁଷୀୟ ତୈଳ କିଣୁଥିବା ଦେଶଗୁଡ଼ିକ ଉପରେ ୫୦୦% ଟାରିଫ୍‌ ଲାଗୁ କରିବା ପାଇଁ ରାଷ୍ଟ୍ରପତି...

ସାମ୍ରାଜ୍ୟବାଦର ନଗ୍ନ ରୂପ

ଶୀତଳ ଯୁଦ୍ଧର ଅବସାନ ପରେ ସାମ୍ରାଜ୍ୟବାଦୀ ଆମେରିକାର ଔଦ୍ଧତ୍ୟ ଯେ ବହୁଗୁଣା ବଢ଼ିଯାଇଛି, ଏଥିରେ କେହି ଦ୍ୱିମତ ହେବେ ନାହିଁ। କେତେକ ରାଷ୍ଟ୍ରରେ ସାମରିକ ଶକ୍ତି...

ଆପଣା ପଣରେ ନାରୀ

ରାଜା ବ୍ରାହ୍ମଣମାନଙ୍କୁ ପୁଚ୍ଛାକଲେ, ‘ଯେଉଁ ଫଳ ଉପୁଜାଇ ସେ ଫଳ ଖାଇ କି ନ ଖାଇ’। ତହିଁକି ବ୍ରାହ୍ମଣ ବୋଇଲେ ଯେ ଯେଉଁ ଫଳ ଉପୁଜାଇ...

ପ୍ରାଥମିକ ଶିକ୍ଷା: ଖାଲିପଡ଼ିଛି ୧୬,୯୭୩ ଶିକ୍ଷକ ପଦବୀ

ଭୁବନେଶ୍ୱର,୨୧ା୧ (ସୁଚିସ୍ମିତା ସାହୁ):ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ସାର୍ବଜନୀନ ଓ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri