ନୋଟ ବାସ୍ନା ବାଜିଲେ ବାୟା ହୋଇଯାଆନ୍ତି ବିଡିଓ

ଭବାନୀପାଟଣା,୨।୮: କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବିଡିଓ ଅକ୍ଷମିତା କାର୍ତ୍ତିକ ଶୁକ୍ରବାର ଗିରଫ ହୋଇଛନ୍ତି। ଗୁରୁବାର ଅପରାହ୍ନରେ ସରକାରୀ ଗାଡ଼ିରେ ସେ ପ୍ରାୟ ୫ ଲକ୍ଷ ଟଙ୍କା ଧରି ଭବାନୀପାଟଣାରୁ ଗୋଲାମୁଣ୍ଡାକୁ ଆସୁଥିବା ବେଳେ ଜୁନାଗଡ଼ ବ୍ଲକ ଜାରିଙ୍ଗ ଛକ ନିକଟରେ ଭିଜିଲାନ୍ସ ବିଭାଗ ମାଡ଼ି ବସିଥିଲା। ଯାଞ୍ଚ ବେଳେ ବିଡିଓଙ୍କ ସରକାରୀ ଗାଡ଼ିରୁ ନଗଦ ୪.୯୨ ଲକ୍ଷ ଟଙ୍କା ଜବତ କରାଯାଇଥିଲା। ହେଲେ ସେ ଜବତ ଟଙ୍କା ସମ୍ପର୍କରେ ସଠିକ ଉତ୍ତର ଦେଇ ପାରି ନ ଥିଲେ। ଭିଜିଲାନ୍ସ ଅଧିକାରୀଙ୍କ କହିବା ମୁତାବକ, ବିଡିଓ ଅକ୍ଷମିତାଙ୍କ ବିରୋଧରେ ପୂର୍ବରୁ ମଧ୍ୟ ଅଭିଯୋଗ ରହିଛି। ଦୁର୍ନୀତି ଅଭିଯୋଗରେ ତାଙ୍କ ବିରୋଧରେ ଦୁଇ ଥର ବିଭାଗୀୟ ତଦନ୍ତ ହୋଇସାରିଛି। ଏପରିକି ନାକକୁ ନୋଟ ବାସ୍ନା ବାଜିଲେ ବିଡିଓ ବାୟା ହୋଇଯାଆନ୍ତି ବୋଲି ଭିଜିଲାନ୍ସର ଜଣେ ଅଧିକାରୀ ପ୍ରକାଶ କରିଛନ୍ତି।

ଫଳରେ ଭିଜିଲାନ୍ସ ବିଭାଗ ବିଡିଓଙ୍କୁ ଭବାନୀପାଟଣା କାର୍ଯ୍ୟାଳୟରେ ପଚରାଉଚରା କରିଥିଲା। ଅନ୍ୟପଟେ, ଜବତ ଟଙ୍କା ସମ୍ପର୍କରେ ଭିଜିଲାନ୍ସ ତଦନ୍ତ ଆରମ୍ଭ କରିଥିବା ବେଳେ କୋରାପୁଟରେ ଥିବା ତାଙ୍କ ପୈତୃକ ବାସଭବନ, ରାୟଗଡ଼ାରେ ଥିବା ସ୍ବାମୀଙ୍କ ଘର, ଗୋଲାମୁଣ୍ଡା ବ୍ଲକ କାର୍ଯ୍ୟାଳୟ ଓ ସରକାର ବାସଭବନ ସମେତ ଭୁବନେଶ୍ୱରରେ ଥିବା କୋଠା ଆଦି ସ୍ଥାନରେ ଚଢ଼ାଉ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri