ତୁର୍କୀରେ ଇନଷ୍ଟାଗ୍ରାମରେ ଲାଗିଲା ପ୍ରତିବନ୍ଧକ, ହାନିୟେଙ୍କ ହତ୍ୟା ବାର୍ତ୍ତାକୁ ମେଟା କରିଥିଲା ବ୍ଲକ

ଅଙ୍କାରା,୨।୮: ଲୋକପ୍ରିୟ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଇନଷ୍ଟାଗ୍ରାମ’କୁ ତୁର୍କୀ ନିଷେଧ କରିଛି। ଇନଷ୍ଟାଗ୍ରାମ ଉପରେ ପ୍ରତିବନ୍ଧକ ଲଗାଇବାର ନିଷ୍ପତ୍ତି ସମ୍ପର୍କରେ ତୁର୍କୀ ପକ୍ଷରୁ କୌଣସି ସୂଚନା ଦିଆଯାଇ ନାହିଁ। ଆହୁରି ମଧ୍ୟ, ସୋସିଆଲ ମିଡିଆ ପ୍ଲାଟଫର୍ମ ଉପରେ ଏହି ପ୍ରତିବନ୍ଧକ କେତେ ଦିନ ପର୍ଯ୍ୟନ୍ତ ବଳବତ୍ତର ରହିବ ତାହା କୁହାଯାଇ ନାହିଁ।

ଅଲ ଜଜିରାର ଏକ ରିପୋର୍ଟ ଅନୁଯାୟୀ, ତୁର୍କୀ ଏହି ନିଷେଧାଦେଶର କାରଣ ସମ୍ପର୍କରେ ଆନୁଷ୍ଠାନିକ ଭାବେ ସୂଚନା ଦେଇନାହିଁ, କିନ୍ତୁ ଅନେକ ରିପୋର୍ଟରେ କୁହାଯାଇଛି ଯେ ତୁର୍କୀ ଇନଷ୍ଟାଗ୍ରାମରେ ହମାସ ନେତା ଇସମାଇଲ ହାନିୟେଙ୍କ ହତ୍ୟା ପରେ ସମ୍ପୃକ୍ତ କଣ୍ଟେଣ୍ଟକୁ ହଟାଇବା ପାଇଁ ଇନଷ୍ଟାଗ୍ରାମକୁ ବ୍ଲକ କରିଛନ୍ତି।

ରିପୋର୍ଟ ଅନୁଯାୟୀ, ୨.୮.୨୪ ତାରିଖର ନିଷ୍ପତ୍ତି ଅନୁଯାୟୀ ବିନା କାରଣରେ ଇନଷ୍ଟାଗ୍ରାମ ଡଟ କମ ଉପରେ ପ୍ରତିବନ୍ଧକ ଲଗାଯାଇଛି ବୋଲି କୁହାଯାଇଛି। ଏହାପୂର୍ବରୁ ବୁଧବାର ତୁର୍କୀର ଯୋଗାଯୋଗ ନିର୍ଦ୍ଦେଶକ ଫାରେଟିନ ଅଲ୍ଟୁନ ଇନଷ୍ଟାଗ୍ରାମରେ ହମାସ ମୁଖ୍ୟ ଇସମାଇଲ ହାନିୟେଙ୍କ ମୃତ୍ୟୁକୁ ନେଇ ସମବେଦନା ପୋଷ୍ଟ ଅବରୋଧ କରିଥିବା ଅଭିଯୋଗ କରିଛନ୍ତି।

ଅଲତୁନ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ପୋଷ୍ଟ କରି କହିଛନ୍ତି, ମୁଁ ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମର କଡା ନିନ୍ଦା କରୁଛି। ବିନା କୌଣସି କାରଣ ନ ଦର୍ଶାଇ ହାନିୟେଙ୍କ ମୃତ୍ୟୁକୁ ନେଇ ଲୋକଙ୍କ ଶୋକ ବାର୍ତ୍ତା ପୋଷ୍ଟ କରିବାକୁ ପ୍ରତିବନ୍ଧକ ଲଗାଇଛି। ଏହା ସେନସରଶିପର ଏକ ବଡ ସ୍ପଷ୍ଟ ପ୍ରାୟାସ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri