ମେଟଲ୍‌ ମିଟ୍‌ ପୂର୍ବରୁ କ୍ୱିଜ ମାଷ୍ଟର ଅଜୟ ପୁନିଆଙ୍କ ପ୍ରତିକ୍ରିୟା

ଭୁବନେଶ୍ୱର,୩।୮: ଆଉ କିଛି ସମୟ ମଧ୍ୟରେ ଆରମ୍ଭ ହେବ କୁଇଜର ମହାକୁମ୍ଭ ‘ମେଟଲ ମିଟ୍‌। ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ପ୍ରତିବର୍ଷ ଆୟୋଜିତ ହେଉଥିବା କୁଇଜର ମହାକୁମ୍ଭ ‘ମେଟଲ ମିଟ’ ଚଳିତବର୍ଷ ତା’ର ଷଷ୍ଠ ସଂସ୍କରଣ ଶନିବାର ଆରମ୍ଭ ହେବାକୁ ଯାଉଛି। ଭୁବନେଶ୍ୱରସ୍ଥିତ କ୍ରିଷ୍ଟାଲ କ୍ରାଉନ ହୋଟେଲରେ ହେବାକୁ ଥିବା ଏହି ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତା ଦୁଇଦିନ ଧରି ଅନୁଷ୍ଠିତ ହେବ। ପ୍ରଥମ ଦିନ ପ୍ରିଲିମ ହେବାକୁ ଥିବାବେଳେ ଦ୍ୱିତୀୟ ଦିନ ଗ୍ରାଣ୍ଡ ଫିନାଲେ ଅନୁଷ୍ଠିତ ହେବ। ଶନିବାର ସକାଳ ପ୍ରାୟ ୯ଟାରୁ ରେଜିଷ୍ଟ୍ରେଶନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି।

କ୍ୱିଜିଙ୍ଗ ପ୍ରତି ଛାତ୍ରୀଛାତ୍ରଙ୍କ ଆଗ୍ରହ ବୃଦ୍ଧି କରିବା ସହିତ ରାଜ୍ୟରେ କ୍ୱିଜିଙ୍ଗକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ ୨୦୧୬ରେ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତା ତା’ର ଲକ୍ଷ୍ୟ ହାସଲ କରିପାରିଛି। ୨୦୧୬ ପ୍ରଥମ ସଂସ୍କରଣରେ ମାତ୍ର ୧୮ଟି ଶିକ୍ଷାନୁଷ୍ଠାନ ଭାଗ ନେଇଥିବାବେଳେ ଏବେ ତାହା ୮୦ ଉପରେ ପହଞ୍ଚିଛି। ଉଚ୍ଚମାନର କ୍ୱିଜିଙ୍ଗ ପ୍ରତି ଛାତ୍ରୀଛାତ୍ରଙ୍କ ଆଗ୍ରହ ବଢ଼ିଥିବାବେଳେ ପ୍ରତିବର୍ଷ ଏଥିରେ ଅଂଶଗ୍ରହଣ କରିବା ପାଇଁ ଏମାନେ ଉତ୍ସାହର ସହିତ ଅପେକ୍ଷା କରିଥାନ୍ତି। ଚଳିତବର୍ଷ ରାଜ୍ୟରୁ ମୋଟ ୮୨ଟି ଶିକ୍ଷାନୁଷ୍ଠାନରୁ ଛାତ୍ରୀଛାତ୍ରମାନେ ଅଂଶଗ୍ରହଣ କରିଛନ୍ତି।

ଜୁନିୟର ଗ୍ରୁପରେ ୪୨ଟି ଟିମ ଥିବାବେଳେ ସିନିୟର ଗ୍ରୁପରେ ୪୦ଟି ଟିମ ରହିଛନ୍ତି। ଜୁନିୟର ଗ୍ରୁପରେ ଭୁବନେଶ୍ୱର, କଟକ, ପୁରୀ, ରାଉରକେଲା, ବୁର୍ଲା, ବାଲେଶ୍ବର, ଭଦ୍ରକ ଓ ଢେଙ୍କାନାଳର ଶିକ୍ଷାନୁଷ୍ଠାନରୁ ଛାତ୍ରୀଛାତ୍ର ଭାଗ ନେଇଥିବାବେଳେ ସିନିୟର ଗ୍ରୁପରେ ଭୁବନେଶ୍ୱର, କଟକ, ପୁରୀ, କୋରାପୁଟ, ବାଲେଶ୍ବର, ବ୍ରହ୍ମପୁର, ରାଉରକେଲା ଏବଂ ବୁର୍ଲାର ବିଭିନ୍ନ ଶିକ୍ଷାନୁଷ୍ଠାନରୁ ଛାତ୍ରୀଛାତ୍ର ଭାଗ ନେଇଛନ୍ତି। ଏଥର ବି ‘ମେଟଲ ମିଟ’ରେ କୁଇଜ ମାଷ୍ଟର ଅଜୟ ପୁନିଆ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ ବାଂଲାଦେଶରେ ପୁଣି ହିଂସା, ଢାକାରେ ବୋମା ବିସ୍ଫୋରଣ

ଢାକା,୨୫।୧୨: ନିର୍ବାସିତ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ନେତା ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ, ରାଜଧାନୀ ଢାକା ପୁଣି ଥରେ ହିଂସା ବଢି ଯାଇଥିଲା। ଖ୍ରୀଷ୍ଟମାସ...

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...

ଆଜିଠୁ ବଢ଼ିବ ଶୀତ, ଘନ କୁହୁଡ଼ି

ଭୁବନେଶ୍ୱର, ୨୫ା୧୨(ବନ୍ଦନା ସେଠୀ): ରାଜ୍ୟରେ ସର୍ୱନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି ଜନଜୀବନକୁ...

ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗରେ ଦଙ୍ଗା

ଗୁଆହାଟୀ,୨୫ା୧୨: ଆସାମର ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗ ଜିଲାରେ ମଙ୍ଗଳବାର କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଉତ୍ତେଜନା ଜାରି ରହିଛି। ବିକ୍ଷୋଭକାରୀମାନେ ଦଙ୍ଗା ସୃଷ୍ଟି କରିବା ସହ ବହୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri