Posted inଫୁରସତ

ହାତଲେଖା ପତ୍ରିକାରୁ ଆରମ୍ଭ…

ଓଡ଼ିଆ ସାମ୍ବାଦିକତାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ବହନ କରିଆସିଛି ‘ପତ୍ରିକା’। ହାତଲେଖା ପତ୍ରିକାରୁ ଆରମ୍ଭ ହୋଇଥିଲା ଏହାର ଯାତ୍ରା। କଟକ ଚୌଦ୍ୱାର ନିକଟସ୍ଥ କୁବିଜର ମଠର ମହନ୍ତ ସାଧୁସୁନ୍ଦର ଦାସ ୧୭୬୯ରେ ‘କୁଜିବର ପତ୍ର’ ନାମରେ ଏକ ହାତଲେଖା ପତ୍ରିକା ଆରମ୍ଭ କରିଥିଲେ। ସେତେବେଳେ ସାଧାରଣ ଲୋକଙ୍କୁ ସାମ୍ପ୍ରତିକ ସାମାଜିକ ଅବସ୍ଥା ଓ ଓଡ଼ିଆ ଭାଷା ସମ୍ପର୍କରେ ଅବଗତ କରିବା ଉଦ୍ଦେଶ୍ୟରେ ଏହା ଆରମ୍ଭ ହୋଇଥିଲା । ସମୟ କ୍ରମେ ଏହା ଏବେ ଡିଜିଟାଲରେ ପହଞ୍ଚିଛି ସତ, ହେଲେ କୁଜିବର ପତ୍ର ତା’ର ସ୍ବର୍ଣ୍ଣିମ ଇତିହାସ ବହନ କରିଚାଲିଛି। କୁଜିବର ପତ୍ର ପରେ ପ୍ରଥମ ଛାପା ପତ୍ରିକା ଭାବେ ୧୮୪୯ରେ ଜ୍ଞାନାରୁଣ ପ୍ରକାଶ ପାଇଥିଲା। ପରେ ୧୮୫୬ରେ ପ୍ରବୋଧ ଚନ୍ଦ୍ରିକା ଏବଂ ୧୮୬୧ ଅରୁଣୋଦୟ ନାମରେ ପତ୍ରିକା ପ୍ରକାଶିତ ହୋଇଥିଲା। ହେଲେ ଏହା ଅଧିକଦିନ ପର୍ଯ୍ୟନ୍ତ ଚାଲିପାରି ନ ଥିଲା। ମାତ୍ର ୩ ବର୍ଷ ମଧ୍ୟରେ ବିଭିନ୍ନ କାରଣରୁ ଉକ୍ତ ୩ଟି ପତ୍ରିକାର ପ୍ରକାଶନ ବନ୍ଦ ହୋଇଯାଇଥିଲା। ପରେ ୧୮୭୩ରେ ଉତ୍କଳ ଦର୍ପଣ ନାମରେ ମାସିକ ପତ୍ରିକା ବାଲେଶ୍ୱରରୁ ପ୍ରକାଶିତ ହୋଇଥିଲା। ଓଡ଼ିଆ ଭାଷାରେ ଏହା ପ୍ରଥମ ସାହିତ୍ୟ ମାଗାଜିନ୍‌। ଏହାପରେ ୧୮୭୮ରେ ଉତ୍କଳ ମଧୁପ, ୧୮୮୫ରେ ପ୍ରଦୀପ ପତ୍ରିକା ଖୁବ୍‌ କମ୍‌ ଦିନ ପାଇଁ ବାହାରିଥିଲା। ୧୮୯୭ରେ ପ୍ରକାଶିତ ଉତ୍କଳ ସାହିତ୍ୟ ପତ୍ରିକା ଓଡ଼ିଆ ସାହିତ୍ୟରେ ଏକ ନୂଆ ଯୁଗ ଆରମ୍ଭ କରିଥିଲା। ପରବର୍ତ୍ତୀ ସମୟରେ ଏକାଧିକ ମାଗାଜିନ୍‌ ପ୍ରକାଶ ପାଇବାରେ ଲାଗିଲା। ୧୯୦୬ରେ ମୁକୁର, ୧୯୧୫ରେ ସତ୍ୟବାଦୀ, ୧୯୨୦ରେ ସାହାକାର, ୧୯୩୪ରେ ନବଭାରତ ଆଦି ପତ୍ରିକା ଓଡ଼ିଆ ଭାଷା ଓ ସାହିତ୍ୟକୁ ରୁଦ୍ଧିମନ୍ତ କରିବାରେ ବେଶ୍‌ ସହାୟକ ହୋଇଥିଲା।

ସେଦିନ ଥିଲା ୧୯୬୬ ମସିହା ଅଗଷ୍ଟ ୪। ଓଡ଼ିଆ ସାମ୍ବାଦିକତା ପାଇଁ ଗୌରବର ଦିନ॥ ଓଡ଼ିଶାର ପ୍ରଥମ ଓଡ଼ିଆ ଖବର କାଗଜଭାବେ ‘ଉତ୍କଳ ଦୀପିକା’ ଆମତ୍ପ୍ରକାଶ କରିଥିଲା। ଗୌରୀଶଙ୍କର ରାୟ ଏହାର ପ୍ରଥମ ସମ୍ପାଦକ ଥିଲେ। ପ୍ରଥମେ ଏହା ସାପ୍ତାହିକ ଏବଂ ପରବର୍ତ୍ତୀ ସମୟରେ ଦୈନିକ ଭାବେ ପ୍ରକାଶିତ ହୋଇଥିଲା। ଗୌରୀଶଙ୍କର ଏବଂ ତାଙ୍କର ଘନିଷ୍ଠ ସହଯୋଗୀ ବିଚିତ୍ରାନନ୍ଦ ଦାସଙ୍କ ଉଦ୍ୟମରେ କଟକଠାରେ ପ୍ରତିଷ୍ଠିତ କଟକ ପ୍ରିଣ୍ଟିଂ କମ୍ପାନୀରୁ ଏହି ଖବର କାଗଜ ପ୍ରକାଶ ପାଉଥିଲା। ଉତ୍କଳ ଦୀପିକା ତତ୍କାଳୀନ ସାମାଜିକ ତଥା ରାଜନୈତିକ କ୍ଷେତ୍ରରେ ନୂତନ ଦିଗଦର୍ଶନ ଦେବା ସହ ଓଡ଼ିଆମାନଙ୍କ ସ୍ବାର୍ଥରକ୍ଷା ପାଇଁ ସରକାରଙ୍କ ପାଖରେ ଦୃଢ଼ ଦାବି ଉପସ୍ଥାପିତ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲା। ବାଲ୍ୟବିବାହ ପରି ଘୃଣ୍ୟ ପ୍ରଥା ବିରୋଧରେ ମଧ୍ୟ ସ୍ବର ଉତ୍ତୋଳନ କରି ସାମାଜିକ ସଂସ୍କାର ପାଇଁ ଏହି ଖବର କାଗଜ ଉଦ୍ୟମ କରିଥିଲା। ଉତ୍କଳ ଦୀପିକାର ସଫଳତା ଓଡ଼ିଶାରେ ଖବର କାଗଜ ପ୍ରକାଶନର ଧାରା ସୃଷ୍ଟି କରିଥିଲା। ତେଣୁ ପ୍ରତିବର୍ଷ ଅଗଷ୍ଟ ୪କୁ ଓଡ଼ିଆ ସାମ୍ବାଦିକ ଦିବସ ଭାବେ ପାଳନ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଏ କି ସଙ୍କେତ! ରାତାରାତି ରକ୍ତ ପରି ନାଲି ହୋଇଗଲା ସମୁଦ୍ର; ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୭ା୧୨: ଇରାନର ହରମୁଜ୍ ଦ୍ୱୀପର ଉପକୂଳବର୍ତ୍ତୀ ଅଞ୍ଚଳରେ ଏକ ଅଦ୍ଭୁତ ଏବଂ ଚମତ୍କାର ପରିବର୍ତ୍ତନ ଦେଖିବାକୁ ମିଳିଛି। ସାମ୍ପ୍ରତିକ ପ୍ରବଳ ବର୍ଷା ପରେ ଦ୍ୱୀପର ବେଳାଭୂମି...

ସାରା ଦେଶରେ ‘ନକଲି ପନିର’ ବିପଦ; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍‌ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ...

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri