ଅଗଷ୍ଟ ୯ରୁ ‘ଧନ୍ୟବାଦ ମୁଖ୍ୟମନ୍ତ୍ରୀ କାର୍ଯ୍ୟକ୍ରମ’

ଭୁବନେଶ୍ୱର୪।୮(ଅନିଲ ଦାସ): ଭାଜପା ରାଜ୍ୟର ସମସ୍ତ ଗ୍ରାମାଞ୍ଚଳରେ ଚାଷୀ ସମାବେଶ କରି ‘ଧନ୍ୟବାଦ ପ୍ରଧାନମନ୍ତ୍ରୀ ଓ ଧନ୍ୟବାଦ ମୁଖ୍ୟମନ୍ତ୍ରୀ’ କାର୍ଯ୍ୟକ୍ରମ କରିବ। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କୃଷକ କଲ୍ୟାଣକାରୀ ଯୋଜନା ଉପରେ ଚାଷୀମାନଙ୍କୁ ଅବଗତ କରାଯିବ। ଆସନ୍ତା ଅଗଷ୍ଟ ୯ ‘କ୍ରାନ୍ତି ଦିବସରେ’ ଭୁବନେଶ୍ୱରଠାରେ ଓଡ଼ିଶାର ୨ ଶହ ଚାଷୀନେତାଙ୍କୁ ନେଇ ଦଳ ‘ଧନ୍ୟବାଦ ମୁଖ୍ୟମନ୍ତ୍ରୀ କାର୍ଯ୍ୟକ୍ରମ’ କରିବ। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଶନିବାର କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ମହେଶ୍ୱର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ କୃଷକ ମୋର୍ଚ୍ଚା ରାଜ୍ୟ ପଦାଧିକାରୀ, ରାଜ୍ୟ ସଂଯୋଜକ ଓ ଜିଲା ସଭାପତିମାନଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ୨୦୨୪ ନିର୍ବାଚନରେ ଭାଜପା ବହୁମତ ପାଇ ରାଜ୍ୟରେ ସରକାର ଗଠନ କରିବାର ମାସେ ମଧ୍ୟରେ ଧାନ କୁଇଣ୍ଟାଲ ପିଛା ୩୧ ଶହ ଟଙ୍କା କରିବା ସହ ରାଜ୍ୟର ୫୮ଟି ସବ୍‌ ଡିଭିଜନ୍‌ରେ ଶୀତଳଭଣ୍ଡାର ନିର୍ମାଣ କରିବା, ସହରାଞ୍ଚଳ ଚାଷୀଙ୍କୁ ପିଏମ୍‌ କିଷାନ ନିଧି ଯୋଜନାରେ ସାମିଲ କରିବା ସହ ରାଜ୍ୟର ୬ ଲକ୍ଷ ଚାଷୀଙ୍କୁ ଏଥିରେ ସାମିଲ କରିବା, ସମସ୍ତ ଚାଷ ଜମିକୁ ଉଠା ଜଳସେଚନ ଦ୍ୱାରା ଜଳସେଚିତ କରାଯିବା ନିଷ୍ପତ୍ତିକୁ ବୈଠକରେ ସ୍ବାଗତ କରାଯାଇଛି। ଏଥିପାଇଁ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ କୃଷକ ମୋର୍ଚ୍ଚା ଧନ୍ୟବାଦ ଜଣାଇଛି।
ବୈଠକରେ ରାଜ୍ୟ ଉପସଭାପତି ହୃଷୀକେଶ ଜେନା, ହଳପାଣି ମାଝୀ,ପୁଲିନ୍‌ ପ୍ରକାଶ ପୁହାଣ, ସାଧାରଣ ସମ୍ପାଦକ ଉପେନ୍ଦ୍ର ଭଞ୍ଜ, ସମ୍ପାଦକ ସର୍ବଶ୍ରୀ ମନୋଜ କୁମାର ସାହୁ, ଅଶୋକ କୁମାର ରଥ, ପରାଉ ହେମ୍ବ୍ରମ, ବିକ୍ରମ କେଶରୀ ରାଉତରାୟ, ମହିଳା ମୋର୍ଚ୍ଚା ରାଜ୍ୟ ଉପସଭାନେତ୍ରୀ ତଥା କେନ୍ଦ୍ର ସରକାରଙ୍କ ଆଇଆର୍‌ସି ମହିଳା ନିର୍ଦ୍ଦେଶିକା ମନୀଷା ଚିନ୍ମୟୀ ବେହେରା, ରାଜ୍ୟ ସଂଯୋଜିକା ଜୟଲକ୍ଷ୍ମୀ ମହାନ୍ତି, ରାଜ୍ୟ ସଂଯୋଜକ ମଧୁସୂଦନ ଶର୍ମା, ଅବନେଶ୍ୱର ପ୍ରଧାନଙ୍କ ସମେତ ସମସ୍ତ କାର୍ଯ୍ୟକର୍ତ୍ତା ଓ ରାଜ୍ୟ ପଦାଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri