୪ ଆନ୍ତଃରାଜ୍ୟ ଡକାୟତ କୋର୍ଟଚାଲାଣ

ପାଟଣା,୪ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ପୋଲିସ ୪ ଆନ୍ତଃରାଜ୍ୟ ଡକାୟତଙ୍କୁ ଝାଡ଼ଖଣ୍ଡ ରାଜ୍ୟରେ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ରବିବାର ଗିରଫ କରି କୋର୍ଟ ଚାଲାଣ କରିଛି। ଏମାନଙ୍କ ଠାରୁ ସୁନା, ରୁପା ଅଳଙ୍କାର ସହ ନଗଦ ଟଙ୍କା ଓ ୪ଟି ମୋବାଇଲକୁ ମଧ୍ୟ ପୋଲିସ ଜବତ କରିଛି। ଗିରଫ ଅଭିଯୁକ୍ତମାନେ ହେଉଛନ୍ତି ଝାଡ଼ଖଣ୍ଡ ରାଜ୍ୟ ମଝିଗାଁ ଥାନା ମଝିଗାଁ ଗ୍ରାମର ଏମ୍‌ ଡି ରାହାତ(୨୩), ଏମ୍‌ଡି ସାହିଲ (୨୧)ଏମ୍‌ ଡି ନାସିରୁଦ୍ଧିନ (୨୧) ଏବଂ ଜଗନ୍ନାଥପୁର ଥାନା ଜୟନ୍ତୀଗଡ଼ ଗ୍ରାମର ତପନ ବେହେରା(୩୪)। ତପନଙ୍କ ଏକ ସୁନା ଗହଣା ଦୋକାନ ଥିବା ବେଳେ ଏମାନଙ୍କ ଠାରୁ ଚୋରି ସାମଗ୍ରୀ ସେ କମ ଦର୍‌ରେ କିଣି ବ୍ୟବସାୟ କରୁଥିଲେ। ତପନଙ୍କ ବ୍ୟତୀତ ଅନ୍ୟ ୩ ଅଭିଯୁକ୍ତ ପାଟଣା, ତୁରୁମୁଙ୍ଗା, ଘଟଗାଁ ଝୁମ୍ପୁରା, ହରିଚନ୍ଦନପୁର ଥାନା ଅଞ୍ଚଳର ବିଭିନ୍ନ ଗ୍ରାମରେ ଦିନବେଳା ଘରେ ପଶି ମୋଟ୍‌ ୧୨ଟି ଲୁଟ୍‌ କରୁ ଥିବା ନେଇ ଏକ ଖବରଦାତା ସମ୍ମିଳନୀ ରେ ଘଟଗାଁ ଏସ୍‌ଡିପିଓ ପ୍ରଭାତ କୁମାର ତ୍ରିପାଠୀ ଓ ପାଟଣା ଥାନା ଅଧିକାରୀ ବିଭାସ ପ୍ରଧାନ ସୂଚନା ଦେଇଛନ୍ତି। ସମସ୍ତ ଅଭିଯୁକ୍ତଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁନିୟର ମହିଳା ହକି: ଓ୍ବେଲ୍ସକୁ ହରାଇଲା ଭାରତ

ସାଣ୍ଟିଆଗୋ, ୮ା୧୨: ଏଫ୍‌ଆଇଏଚ୍‌ ଜୁନିୟର ମହିଳା ହକି ବିଶ୍ୱକପ୍‌ର ୯ମ ସ୍ଥାନ ପାଇଁ ହୋଇଥିବା ଏକ କ୍ଲାସିଫିକେଶନ ମ୍ୟାଚ୍‌ରେ କ୍ୱାର୍ଟରଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଥିବା ଭାରତ...

ଏକାଠି ହେଲେ ହଳଦିଆ ତୈଳିକ ବୈଶ୍ୟ ସମାଜ ସଭ୍ୟ, ବିଭିନ୍ନ ସମସ୍ୟା ନେଇ

ଦିଗପହଣ୍ଡି,୮ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ଓ ଖେମୁଣ୍ଡି ହଳଦିଆ ତୈଳିକ ବୈଶ୍ୟ ସମାଜର ଏକ ଆଲୋଚନା ସଭା ସାନଖେମୁଣ୍ଡି ବ୍ଲକ ଜିଉରା ଗ୍ରାମ...

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

ଏହି ଷ୍ଟାର ଫୁଟ୍‌ବଲ ଖେଳାଳିଙ୍କୁ ବ୍ଲାକ୍‌ମେଲ କରି ଜେଲଗଲେ ମହିଳା

ସିଓଲ,୮ା୧୨: ଫୁଟବଲ ଷ୍ଟାର ସନ୍‌ ହିଅଙ୍ଗ ମିନ୍‌ଙ୍କୁ ବ୍ଲାକ୍‌ମେଲ କରିଥିବା ଅଭିଯୋଗରେ ଦକ୍ଷିଣ କୋରିଆର ଏକ କୋର୍ଟ ଜଣେ ମହିଳାଙ୍କୁ ୪ବର୍ଷ ଜେଲ ଦଣ୍ଡ କରିଛି।...

ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଲେ

ଭୁବନେଶ୍ୱର,୧୨।୮: ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଦେଲେ। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସହିଦ୍‌ନଗରରେ। ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାତ୍ମକ ଆକ୍ରମଣ ହୋଇଛି।...

ଭୟାବହ ଅଗ୍ନିକାଣ୍ଡ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ କଲେ ଫଳ ଦୋକାନୀ, ତହସିଲଦାର କଲେ ଆଲୋଚନା

ବଲାଙ୍ଗୀର, ୮।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ବସଷ୍ଟାଣ୍ଡ ସମ୍ମୁଖ ତଥା ଜିଲାପାଳ କାର୍ଯ୍ୟାଳୟ ନିକଟ ଫଳ ମାର୍କେଟରେ ସୋମବାର ଅପରାହ୍ନ ପ୍ରାୟ ୩ଟା ସମୟରେ...

ଓଡ଼ିଶା ସରକାରଙ୍କ ବିଭିନ୍ନ ଯୋଜନାକୁ ଗ୍ରହଣ କରିବେନି ବୋଲି ଏକାଠି ହେଲେ୭ ଗ୍ରାମବାସୀ  

ପଟ୍ଟାଙ୍ଗି,୮।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତର ଫାଟୁସିନେରୀ ଗ୍ରାମ ନିକଟ ଓଡିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ପଞ୍ଚାୟତର ୭ଟି...

ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଆଉ ମିଳିବନି ବାରମ୍ବାର ସୁଯୋଗ

ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri