Posted inଖେଳ

ବଡ଼ ଉପଲବ୍ଧି ହାସଲ କଲେ ରୋହିତ ଶର୍ମା: ଦ୍ରାବିଡଙ୍କୁ ପଛରେ ପକାଇଲେ

କଲମ୍ବୋ,୫।୮: ଶ୍ରୀଲଙ୍କା ବିପକ୍ଷ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତୀୟ ଦଳକୁ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। ଆୟୋଜକମାନେ ଭାରତକୁ ୩୨ ରନରେ ପରାସ୍ତ କରିଛନ୍ତି। ଏହି ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଦୃଢ ପ୍ରଦର୍ଶନ କରି ପୂର୍ବତନ ଭେଟେରାନ ଖେଳାଳି ରାହୁଲ ଦ୍ରାବିଡଙ୍କୁ ପଛରେ ପକାଇଥିଲେ।ଶ୍ରେଲଙ୍କା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ରନ ଦୃଷ୍ଟିରୁ ଟିମ ଇଣ୍ଡିଆର ପୂର୍ବତନ ମୁଖ୍ୟ କୋଚ ତଥା ଖେଳାଳି ରାହୁଲ ଦ୍ରାବିଡଙ୍କୁ ପଛରେ ପକାଛନ୍ତି। ଏହି ମ୍ୟାଚ ଆରମ୍ଭ ପୂର୍ବରୁ ହିଟମ୍ୟାନ ତାଙ୍କ କ୍ୟାରିୟରରେ ୨୬୩ଟି ଦିନିକିଆ ମ୍ୟାଚରେ ୧୦,୭୬୭ ରନ ସ୍କୋର କରିଥିଲେ, କିନ୍ତୁ ଦୁଇ ରନ ସ୍କୋର କରିବା ପରେ ସେ ପୂର୍ବତନ ବ୍ୟାଟ୍ସମ୍ୟାନଙ୍କଠାରୁ ଆଗରେ ଯାଇଥିଲେ। ସେ ବର୍ତ୍ତମାନ ଏହି ତାଲିକାରେ ଚତୁର୍ଥ ସ୍ଥାନକୁ ଆସିଛନ୍ତି। ୩୪୦ ଦିନିକିଆ ମ୍ୟାଚରେ ଦ୍ରାବିଡଙ୍କ ନାମରେ ୧୦,୭୬୮ ରନ ରହିଛି। ରୋହିତ ୨୬୪ ମ୍ୟାଚରେ ୧୦,୮୩୧ ରନ ସଂଗ୍ରହ କରିଛନ୍ତି। ଏହି ତାଲିକାରେ ସଚିନ ତେନ୍ଦୁଲକର ଶୀର୍ଷରେ ଥିବାବେଳେ ବିରାଟ କୋହଲି ଏବଂ ସୌରଭ ଗାଙ୍ଗୁଲି ଯଥାକ୍ରମେ ଦ୍ୱିତୀୟ ଏବଂ ତୃତୀୟ ସ୍ଥାନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri