ଦୁର୍ନୀତି ପ୍ରତି ସରକାର ଆହୁରି କଠୋର ହେବେ

ଭୁବନେଶ୍ୱର,୫ା୮: କଟକ ସର୍କଲ ଓବିସିସି ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ ରଥଙ୍କ ଘରେ ସୋମବାର ଭିଜିଲାନ୍ସ ଚଢ଼ାଉ ହୋଇଛି। ଏକକାଳୀନ ୧୨ଟି ସ୍ଥାନରେ ଭିଜିଲାନ୍ସ ଟିମ ଚଢ଼ାଉ ଜାରି ରହିଛି। କଟକ, ଭୁବନେଶ୍ବର, ଖୋର୍ଦ୍ଧା, ଭଦ୍ରକ ଓ ଯାଜପୁରରେ ଚଢାଉ ଜାରି ରହିଛି। ଏହି ପରିପ୍ରେକ୍ଷୀରେ ଭିଜିଲାନ୍ସ ରେଡ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏକ ବଡ଼ ବୟାନ ଦେଇଛନ୍ତି। ଦୁର୍ନୀତି ପ୍ରତି ସରକାର ଆହୁରି କଠୋର ହେବେ ବୋଲି କହିଛନ୍ତି। ଦୁର୍ନୀତି କରୁଥିବା କୌଣସି ବ୍ୟକ୍ତିଙ୍କ ଛଡ଼ାଯିବ ନାହିଁ ବୋଲି ମନ୍ତ୍ରୀ କହିଛନ୍ତି। ଯିଏ କେହିବି ଦୁର୍ନୀତି କରିଛନ୍ତି ସେମାନଙ୍କ ବିରୋଧରେ ତଦନ୍ତ ହେବ ବୋଲି ଆଇନ ମନ୍ତ୍ରୀ ପ୍ରକାଶ କରିଛନ୍ତି।

ସୂଚନା ଯୋଗ୍ୟ, ଭିଜିଲାନ୍ସ ଟିମ୍‌ ବାରବାଟୀ ଷ୍ଟାଡିୟମରେ ଥିବା ମୁଖ୍ୟଯନ୍ତ୍ରୀଙ୍କ କାର୍ଯ୍ୟାଳୟ, ଭୁବନେଶ୍ୱର ପାଣ୍ଡରାରେ ଥିବା ତାଙ୍କ ବାସଭବନ, ଚନ୍ଦ୍ରଶେଖରପୁରରେ ଥିବା ଆପାର୍ଟମେଣ୍ଟ, ଭଦ୍ରକ ଆଚାର୍ଯ୍ୟ ନଗରରେ ଥିବା ଦୁଇ ମହଲା କୋଠା, ଯାଜପୁର, କଟକ ଓ ଖୋର୍ଦ୍ଧାରେ ଥିବା ପ୍ଲଟରେ ଚଢ଼ାଉ ଚାଲିଛି । ଭଦ୍ରକ ଆଗରପରେ ଥିବା ଦୁଇଟି ପୈତୃକ ଘର, ଯାଜପୁର ଓ ଖୋର୍ଦ୍ଧାରେ ଘନିଷ୍ଠ ସହଯୋଗୀଙ୍କ ଘର ଓ ଭୁବନେଶ୍ବର ନୟାପଲ୍ଲୀରେ ପ୍ରଦୀପଙ୍କ ପୁଅଙ୍କ ଔଷଧ ଦୋକାନରେ ମଧ୍ୟ ଭିଜିଲାନ୍ସ ଚଢାଉ କରି ତଦନ୍ତ ଆରମ୍ଭ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri