ନୂଆ ଚାଲ୍‌ ଖେଳିଲେ ନବୀନ, ୧୫ ଜଣିଆ ନୂଆ କମିଟି କଲେ ଗଠନ, ଦେବୀ ମିଶ୍ରଙ୍କୁ ମିଳିଲା ବଡ଼ ଦାୟିତ୍ୱ

ଭୁବନେଶ୍ୱର,୫।୮: ନୂଆ କମିଟି ଗଠନ କଲା ବିଜୁ ଜନତା ଦଳ। ବିଭିନ୍ନ କାର୍ଯ୍ୟକ୍ରମର ପରିଚାଳନା ପାଇଁ ବିଜେଡି ୧୫ଜଣିଆ କମିଟି ଗଠନ କରିଛି। ବରିଷ୍ଠ ନେତାମାନଙ୍କୁ ନେଇ ଗଢାଯାଇଥିବା ଏହି କମିଟି ରାଜ୍ୟବ୍ୟାପୀ ବିଜୁ ଜନତା ଦଳର ବିଭିନ୍ନ କାର୍ଯ୍ୟକ୍ରମର ସମନ୍ବୟ ରକ୍ଷା ନିମନ୍ତେ କାର୍ଯ୍ୟ କରିବ ବୋଲି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ସୂଚନା ଦେଇଛନ୍ତି । ବିଜେଡିର ବରିଷ୍ଠ ନେତା ଦେବୀ ମିଶ୍ର କମିଟିର ଚେୟାରମ୍ୟାନ ହୋଇଛନ୍ତି ।
ଦେବୀଙ୍କ ଅଧ୍ୟକ୍ଷତାରେ ୧୫ଜଣିଆ ଟିମ ଗଠିତ କରାଯାଇଥିବା ଜଣାପଡିଛି।

ଏହି କମିଟିର ଅଧ୍ୟକ୍ଷ ଭାବେ ଦେବୀପ୍ରସାଦ ମିଶ୍ର ରହିଥିବାବେଳେ ପ୍ରମିଳା ମଲ୍ଲିକ, ନିରଞ୍ଜନ ପୂଜାରୀ, ବିକ୍ରମକେଶରୀ ଆରୁଖ, ପ୍ରତାପ କେଶରୀ ଦେବ, ପ୍ରଦୀପ କୁମାର ଅମାତ୍‌, ଅରୁଣ କୁମାର ସାହୁ, ଅଶ୍ୱିନୀ କୁମାର ପାତ୍ର, ପ୍ରତାପ ଜେନା, ଶାରଦା ପ୍ରସାଦ ନାୟକ, ସୁଦାମ ମାରାଣ୍ଡି, ମନୋହର ରନ୍ଧାରୀ, ସ୍ନେହାଙ୍ଗିନୀ ଛୁରିଆ, ମହେଶ ସାହୁ ଓ ଦେବେଶ ଆଚାର୍ଯ୍ୟ ସଦସ୍ୟ ଅଛନ୍ତି ।

ତେବେ ଏହି କମିଟିରେ ଅତ୍ୟନ୍ତ ଚତୁରତାର ସହ ପ୍ରଣବପ୍ରକାଶ ଦାସ ଓରଫ ବବି ଓ ତାଙ୍କର କିଛି ଅନୁଗତଙ୍କୁ ଦୂରେଇ ରଖାଯାଇଛି । ଦଳର ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ, ରଣେନ୍ଦ୍ର ପ୍ରତାପ ସ୍ବାଇଁ, ସଞ୍ଜୟ ଦାସବର୍ମା, ଅତନୁ ସବ୍ୟସାଚୀ ନାୟକ, ଅଶୋକ ପଣ୍ଡା, ପ୍ରଫୁଲ୍ଲ ସାମଲଙ୍କ ଭଳି ନେତାମାନଙ୍କୁ ମଧ୍ୟ ଏହି କମିଟିରେ ସାମିଲ କରାଯାଇନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri