ଭୁବନେଶ୍ୱର,୬।୮(ଅନିଲ ଦାସ):ଚଳିତବର୍ଷର ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ କାର୍ଯ୍ୟକ୍ରମ ମହାତ୍ମା ଗାନ୍ଧୀ ମାର୍ଗରେ ପାଳନ କରାଯିବ। ରାଜ୍ୟ ଗୃହ ବିଭାଗ ଏବଂ ସୂଚନା ଓ ଲୋକସମ୍ପର୍କ ବିଭାଗ ସହିତ ସୋମବାର ଅନୁଷ୍ଠିତ ଏକ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିର୍ଦ୍ଦେଶ ଦେଇଛନ୍ତି।ବୈଠକର ଆଲୋଚନାରୁ ଜଣାଯାଇଛି, ଚଳିତବର୍ଷ ପରେଡରେ ସ୍କୁଲ-କଲେଜ ଓ ପୋଲିସ ବାହିନୀର କଣ୍ଟିଜେଣ୍ଟକୁ ମିଶାଇ ପ୍ରାୟ ୪୦ଟି କଣ୍ଟିଜେଣ୍ଟ ଅଂଶଗ୍ରହଣ କରିବେ। ମୁଖ୍ୟମନ୍ତ୍ରୀ ସକାଳ ୯ଟା ସମୟରେ ପତାକା ଉତ୍ତୋଳନ କରି ଜନସାଧାରଣଙ୍କୁ ଉଦ୍ବୋଧନ ଦେବେ। ଏହାପରେ ସମ୍ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିବେ।
ଏହି ଅବସରରେ ଜିଲାସ୍ତରର ସ୍ବାଧୀନତା ଦିବସ ପାଳନ କାର୍ଯ୍ୟକ୍ରମ ପାଇଁ ଅଧିକ ଅର୍ଥର ବରାଦ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ବାଧୀନତା ଦିବସ ଏକ ଜାତୀୟ କାର୍ଯ୍ୟକ୍ରମ। ସାରା ଦେଶବାସୀଙ୍କ ପାଇଁ ଖୁସି ଓ ଉତ୍ସବର ଦିବସ। ଏହାକୁ ମହାସମାରୋହରେ ପାଳନ କରିବା ପାଇଁ ସେ ପରାମର୍ଶ ଦେଇଛନ୍ତି।
ବୈଠକରେ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଞ୍ଜନ କୁମାର ସିଂହ, ସୂଚନା ଓ ଲୋକସମ୍ପର୍କ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୟ ସିଂହ, ଗୃହ ବିଭାଗର ସ୍ବତନ୍ତ୍ର ସଚିବ ସନ୍ତୋଷ ବାଲା ଓ କଟକ-ଭୁବନେଶ୍ବରର ପୋଲିସ କମିଶନର ସଞ୍ଜୀବ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।
ଭୁବନେଶ୍ବର ପାଇଁ ନୂଆ ଟିମ୍ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ
ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...
ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା
ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...
ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…
ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...
ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ
ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...
ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…
ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...
ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର
ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...
ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…
ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...
ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍ଘାଟିତ
ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍ଘାଟିତ ହୋଇଯାଇଛି। ଏହାକୁ...
Archives


