Posted inଜାତୀୟ

ମଧ୍ୟାହ୍ନ ଭୋଜନରେ ଛାତ୍ରୀଛାତ୍ରଙ୍କୁ ଦିଆଗଲା ଭାତ ସହ ଲଙ୍କାଗୁଣ୍ଡ

ହାଇଦ୍ରାବାଦ,୬।୮: ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ପୁଷ୍ଟିକର ଖାଦ୍ୟ ଯୋଗାଇଦେବା ନେଇ ବିଭିନ୍ନ ରାଜ୍ୟରେ ମଧ୍ୟାହ୍ନ ଭୋଜନ ଯୋଜନା କାର୍ଯ୍ୟକାରୀ ହେଉଛି। ହେଲେ ଏହି ଯୋଜନା ଏବେ ବିପର୍ଯ୍ୟସ୍ତ ହୋଇପଡ଼ିଥିବା ଘଟଣା ସାମ୍‌ନାକୁ ଆସୁଛି। ତେଲଙ୍ଗାନାର ନିଜାମାବାଦ ଜିଲା କୋଥାପାଲି ଗ୍ରାମରେ ଥିବା ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନ ଭୋଜନରେ କେବଳ ଚିଲି ପାଉଡର ଏବଂ ତେଲରେ ମିଶ୍ରିତ ଭାତ ପରସାଯାଉଥିବା ଏକ ମାମଲା ପଦାକୁ ଆସିଛି।

ଏହା ଖାଇବା ପରେ କେତେକ ଛାତ୍ରୀଛାତ୍ର ପେଟ ଯନ୍ତ୍ରଣା ଅନୁଭବ କରିବା ସହ ଅସୁସ୍ଥ ହୋଇପଡ଼ିଥିବା ନେଇ ଅଭିଭାବକମାନେ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ନିଜାମାବାଦ ଜିଲା ଶିକ୍ଷା ଅଧିକାରୀ(ଡିଇଓ) ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।

ତେବେ ଉକ୍ତ ଘଟଣାକୁ ନେଇ ରାଜ୍ୟରେ ବିରୋଧୀ ଭାରତ ରାଷ୍ଟ୍ରୀୟ ସମିତି (ବିଆର୍‌ଏସ୍‌)ରେବନ୍ତ ରେଡ୍ଡୀ ସରକାରଙ୍କୁ ଟାର୍ଗେଟ କରିଛି। ମଧ୍ୟାହ୍ନ ଭୋଜନରେ ପିଲାମାନଙ୍କୁ ଭାତ ସହ ଲଙ୍କା ଗୁଣ୍ଡ ପରସା ଯାଇଥିବାର ଏକ ଫଟୋକୁ ରାଜ୍ୟର ପୂର୍ବତନ ସ୍ବାାସ୍ଥ୍ୟ ମନ୍ତ୍ରୀ ତଥା ବିଆର୍‌ଏସ୍‌ ନେତା ହରିଶ୍‌ ରାଓ ମାଇକ୍ରୋବ୍ଲଗିଂ ପ୍ଲାଟ୍‌ଫର୍ମ ଏକ୍ସ’ରେ ପୋଷ୍ଟ କରିଛନ୍ତି, ଯାହା ବେଶ୍‌ ଭାଇରାଲ ହୋଇଛି।

ରାଜ୍ୟ ସରକାରଙ୍କ ଚରମ ଅବହେଳା ଯୋଗୁ ଛାତ୍ରୀଛାତ୍ରଙ୍କ ଜୀବନ ବିପଦରେ ପଡ଼ିଥିବା ସେ ଅଭିଯୋଗ କରିଛନ୍ତି। ବିଦ୍ୟାଳୟରେ ପିଲାମାନଙ୍କୁ ଗୁଣାତ୍ମକ ଖାଦ୍ୟ ଯୋଗାଇବାରେ କଂଗ୍ରେସ ସରକାର ବିଫଳ ହୋଇଛନ୍ତି ବୋଲି ପୂର୍ବତନ ମନ୍ତ୍ରୀ କେ.ଟି. ରାମା ରାଓ କହିଛନ୍ତି। ତୁରନ୍ତ ରାଜ୍ୟରେ ଥିବା ସମସ୍ତ ବିଦ୍ୟାଳୟର ସ୍ଥିତି ସମୀକ୍ଷା କରିବାକୁ ସେ ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀଙ୍କୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri