ରାଜ୍ୟ ବ୍ୟବସାୟୀ ଓ ଶୀତଳ ଭଣ୍ଡାର ସଂଘ ସହ ଆଲୋଚନା କଲେ ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର, ୬।୮: ରାଜ୍ୟରେ ଆଳୁ ସଙ୍କଟର ସମାଧାନ ପାଇଁ ରାଜ୍ୟ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏଣିକି ଉତ୍ତରପ୍ରଦେଶରୁ ଓଡ଼ିଶାକୁ ଆଳୁ ଆଣିବା ବ୍ୟବସ୍ଥା କରାଯିବ । ଏ ସଂକ୍ରାନ୍ତରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ଅଧ୍ୟକ୍ଷତାରେ ରାଜ୍ୟ ଅତିଥି ଭବନ ସମ୍ମିଳନୀ କକ୍ଷରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି ।

ଉକ୍ତ ବୈଠକରେ ବିଭାଗୀୟ ବରିଷ୍ଠ ଅଧିକାରୀ,ନାଫେଡ ଅଧିକାରୀ, ରାଜ୍ୟ ବ୍ୟବସାୟୀ ଓ ଶୀତଳ ଭଣ୍ଡାର ସଂଘର କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ । ଏହି ଅବସରରେ ମନ୍ତ୍ରୀ କହିଥିଲେ ଯେ ଉତ୍ତର ପ୍ରଦେଶରୁ ଧୀରେ ଧୀରେ ଆଳୁ ଆସିବା ପ୍ରକ୍ରିୟା ତ୍ୱାରନ୍ୱିତ ହୋଇଛି ଏବଂ ଏହା ଆଗାମୀ ଦିନରେ ବୃଦ୍ଧି ହେବ । ରାଜ୍ୟର ଅନେକ ସ୍ଥାନରେ ଉତ୍ତରପ୍ରଦେଶ ଆଳୁ ଉପଲବ୍ଧ ହେଉଛି । ଉତ୍ତରପ୍ରଦେଶରୁ ଆଳୁ ଭର୍ତ୍ତି ଟ୍ରକ ଗୁଡିକ ରାଜ୍ୟର ବିଭିନ୍ନ ବ୍ୟବସାୟିକ ସ୍ଥଳୀରେ ପହଞ୍ଚୁଥିବାରୁ ଉଭୟ ବ୍ୟବସାୟୀ ଓ ଖାଉଟି ମାନଙ୍କ ପାଇଁ ଆଶ୍ବସ୍ତି ଆଣି ଦେଇଥିବା ମନ୍ତ୍ରୀ କହିଛନ୍ତି । ଏହି ଆଳୁ ଉଚ୍ଚ ମାନଯୁକ୍ତ ଓ ଓଡିଶା ବଜାରକୁ ସୁହାଇବ। ଖାଉଟି ମାନଙ୍କ ସୁବିଧା ନିମନ୍ତେ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଥିବା ମନ୍ତ୍ରୀ ଶ୍ରୀ ପାତ୍ର ଉଲ୍ଲେଖ କରିଥିଲେ ।

ଆଳୁ ଯୋଗାଣକୁ ନେଇ ପଶ୍ଚିମବଙ୍ଗ ସରକାର ଅନେକ ସମୟରେ ଏଭଳି ମନମୁଖୀ କାର୍ଯ୍ୟ କରୁଥିବାରୁ ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ଗ୍ରହଣ କରୁଛନ୍ତି । ଏତଦବ୍ୟତୀତ ନା୍ଫେଡ ମାଧ୍ୟମରେ ଉତ୍ତରପ୍ରଦେଶ ଓ ଅନ୍ୟାନ୍ୟ ରାଜ୍ୟରୁ ଆଳୁ ଆଣି ଓଡ଼ିଶାରେ ଉପଲବ୍ଧ କରେଇବା ପାଇଁ ରାଜ୍ୟ ସରକାର ବ୍ୟବସ୍ଥା କରୁଛନ୍ତି । ଏଥି ନିମନ୍ତେ ଗୋଦାମ ମାଲିକ ଓ ବ୍ୟବସାୟୀ ମାନେ ସହଯୋଗ କରିବାକୁ ବୈଠକରେ ପରମର୍ଶ ଦିଆଯାଇଛି ।

ବିଭାଗୀୟ ପ୍ରମୁଖ ଶାସନ ସଚିବ ବୀର ବିକ୍ରମ ଯାଦବ କହିଲେ ଯେ ଅନାବଶ୍ୟକ ଭାବେ ଦରଦାମ ବୃଦ୍ଧି କରୁଥିବା ଅସାଧୁ ବେପାରୀ ମାନଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଦରଦାମ ବୃଦ୍ଧି ନିୟନ୍ତ୍ରଣ ନେଇ ବିଭାଗ ପକ୍ଷରୁ ଆବଶ୍ୟକୀୟ ପଦକ୍ଷେପ ନିଆଯାଉଥିବା ସେ କହିଛନ୍ତି ।

ଉକ୍ତ ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ମନ୍ତ୍ରୀଙ୍କ ବ୍ୟକ୍ତିଗତ ସହାୟକ ମଧୁସୂଦନ ବେହେରା, ନା୍ଫେଡ ଓଡିଶା ମୁଖ୍ୟ ଅନିନ୍ଦିତା ଗୁହା, ବିଭାଗୀୟ ଉପ ନିର୍ଦ୍ଦେଶକ ଦୀପକ ଶତପଥୀ, ଓଡିଶା ବ୍ୟବସାୟୀ ସଙ୍ଘ ମହାସଚିବ ସୁଧାକର ପଣ୍ଡା, ରାଜ୍ୟ ଶୀତଳ ଭଣ୍ଡାର ସଙ୍ଘ ସଭାପତି ରଞ୍ଜିତ କୁମାର ଵାଲା, ସାଧାରଣ ସମ୍ପାଦକ ଶୁଭେନ୍ଦୁ କୁମାର ସାହୁ, ଯୋଗାଣ ବିଭାଗ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri