ପଦ୍ମପୁର ସହରରେ ମାଡ଼ିଗଲେଣି ବାଂଲାଦେଶୀ

ପଦ୍ମପୁର, ୭।୮(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ଏବେ ଅନୁପ୍ରବେଶକାରୀଙ୍କ ସଂଖ୍ୟା ବଢୁଛି। ବିଭିନ୍ନ ବ୍ୟବସାୟ ସାଙ୍ଗକୁ ରଙ୍ଗ କାମ, ମିସ୍ତ୍ରୀ କାମ ଆଳରେ ସହରକୁ ରାଜ୍ୟ ବାହାର ଅଣଓଡ଼ିଆ ଆସି କାୟାବିସ୍ତାର କରିବାରେ ଲାଗିଥିବା ଦେଖାଯାଉଛି। ଅଞ୍ଚଳରେ ହଜାର ହଜାର ଶ୍ରମିକ ଅନ୍ୟ ରାଜ୍ୟକୁ ଯାଉଥିବା ବେଳେ ପଦ୍ମପୁର ତଥା ଆଖପାଖ ଅଞ୍ଚଳରେ ଏହି ଅଣଓଡିଆଙ୍କ କାୟାବିସ୍ତାର ବିଭିନ୍ନ ଅପରାଧୀକ କାର୍ଯ୍ୟକଳାପ ବୃଦ୍ଧିର ଯଥେଷ୍ଟ ସମ୍ଭାବନା ରହିବା ସହିତ ଆଗାମୀ ଦିନରେ ଏକ ଭୟଙ୍କର ପରିସ୍ଥିତିକୁ ଆମନ୍ତ୍ରଣ କରୁଥିବା ନେଇ ସଚେତନ ନାଗରିକ ମହଲରେ ଆଲୋଚନା ହେଉଛି। ସହରରେ ଅନେକ ମାତ୍ରାରେ ଅଣଓଡ଼ିଆ ଶ୍ରମିକ ରହୁଥିଲେ ମଧ୍ୟ ପୋଲିସ ନିକଟରେ ସେମାନଙ୍କ ପରିଚୟ ସମ୍ପର୍କିତ ସୂଚନା ନାହିଁ। ଏହି ଅଣଓଡିଆ ଶ୍ରମିକମାନେ ଦଳଦଳ ହୋଇ ବିଭିନ୍ନ ଅଞ୍ଚଳରେ ଭଡାରେ କିମ୍ବା ନିର୍ମାଣାଧିନ କୋଠା ଘରେ ରହି ନିର୍ମାଣ କାର୍ଯ୍ୟ କରୁଛନ୍ତି। ଆହୁରି କେତେକ ବେଲୁନ ବାଲା, ପ୍‌ଲାଷ୍ଠିକ ଚୌକି, ଡ୍ରମ ପଲିଥିନ ଜରି ଆଦି ବିକ୍ରୀ ବାହାନାରେ ଏଠି ଆସି ରହିଯାଉଛନ୍ତି। ଏପରିକି ଯେଉଁ ଘର ଏମାନେ ନିର୍ମାଣ କାର୍ଯ୍ୟ କରୁଛନ୍ତି ସେହି ଘର ମାଲିକ ଠାରେ ମଧ୍ୟ ସେମାନଙ୍କ ନାମ/ଠିକଣା ରହୁନାହିଁ। ତେଣୁ ପ୍ରଶାସନ ତ୍ୱରିତ କାର୍ଯାନୁଷ୍ଠାନ ଗ୍ରହଣ କରିବା ଆବଶ୍ୟକ ବୋଲି ବୁଦ୍ଧିଜୀବୀମାନେ ମତ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri