ବାଂଲାଦେଶରେ ନିର୍ବାଚନ ହେଲେ ପ୍ରଧାନମନ୍ତ୍ରୀ ହେବେ ହାସିନାଙ୍କ ପୁଅ! କହିଦେଲେ…

ନୂଆଦିଲ୍ଲୀ,୮।୮: ବାଂଲାଦେଶରେ ରାଜନୈତିକ ଅସ୍ଥିରତା ଜାରି ରହିଛି। ପୁରା ଦେଶ ଅଶାନ୍ତ ଥିବାବେଳେ ସେଠାରେ ଆସୁଥିବା ଭୟାନକ ଦୃଶ୍ୟ ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଏହାରି ଭିତରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପୁଅ ସାଜିବ ୱାଜେଦ ଏକ ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାର ଦେଇଛନ୍ତି।

ସାକ୍ଷାତକାରରେ ତାଙ୍କୁ ଯେତେବେଳେ ପଚରାଯାଇଛି କି, ନିର୍ବାଚନ ହେଲେ ଆପଣ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ହେବେ କି? ଏହାର ଉତ୍ତର ରଖି ଓ୍ବାଜେଦ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ଯେତେବେଳେ ଦେଶରେ ସବୁକିଛି ଠିକ ହୋଇଯିବ ସେତେବେଳେ ମୋ ମା ବାଂଲାଦେଶ ପୁଣି ଫେରିଯିବେ। ମା ’ପ୍ରଧାନମନ୍ତ୍ରୀ ହୁଅନ୍ତୁ କି ନାହିଁ, ସେ ବାଂଲାଦେଶରେ ରହିବେ କିନ୍ତୁ ରାଜନୀତିରେ ଅଂଶଗ୍ରହଣ କରିବେ ନାହିଁ। କିନ୍ତୁ ଯଦି ଆମର ଦଳ ଆୱାମୀ ଲିଗ ନିର୍ବାଚନରେ ଜିତେ ତେବେ ଆମର ଜଣେ ନେତା ପ୍ରଧାନମନ୍ତ୍ରୀ ହେବେ। ଏହkାପରେ ଯେତେବେଳେ ୱାଜେଦଙ୍କୁ ପ୍ରଧାନମନ୍ତ୍ରୀ ହେବେ କି ନାହିଁ ପଚରାଯାଇଥିଲା, ବର୍ତ୍ତମାନ ସେ କିଛି କହିପାରିବେ ନାହିଁ ବୋଲି ଏଡାଇ ଦେଇଥିଲେ।

ବର୍ତ୍ତମାନ ଭାରତରେ ଅଛୁ। ପୁଣିଥରେ ବାଂଲାଦେଶ ଫେରିବାକୁ ଚାହୁଁନାହିଁ। କିନ୍ତୁ ଯଦି ନିର୍ବାଚନ ହୁଏ ତେବେ ଆମେ ଏହା ବିଷୟରେ ଚିନ୍ତା କରିବୁ। ନିର୍ବାଚନ ହେଲେ କେବେ BNPP ଦଳ ନିର୍ବାଚନରେ ଜିତିବେ କିମ୍ବା କେବେ ଆମ ଦଳ ଆୱାମୀ ପାର୍ଟି ଜିତିବେ। କିନ୍ତୁ ଆମ ନେତାଙ୍କୁ ଯେଉଁଭଳି ଭାବରେ ଆକ୍ରମଣ କରାଯାଉଛି, ଆମେ ବର୍ତ୍ତମାନ ପାଇଁ ସୁରକ୍ଷିତ ରହିବାକୁ ଚାହୁଁଛୁ। ଭବିଷ୍ୟତରେ, ଯଦି ରାଜନୈତିକ ପରସ୍ଥିତିି ଠିକ୍‌ ରହେ ତେବେ ମାଆ ପୁଣି ବାଂଲାଦେଶ ଫେରିପାରନ୍ତି ବୋଲି ହାସିନାଙ୍କ ପୁଅ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri