ମାନିଲେ ପ୍ରଧାନମନ୍ତ୍ରୀ, ହିନ୍ଦୁଙ୍କୁ ଖୋଜି ଖୋଜି କରାଯାଉଛି ଅତ୍ୟାଚାର

ଢାକା, ୦୯।୦୮: ବାଂଲାଦେଶରେ ଜାରି ରହିଥିବା ରାଜନୈତିକ ହିଂସା ମଧ୍ୟରେ କାମଚଳା ସରକାର ଶପଥ ନେଇଛି । ଏହି ସରକାରରେ ନୋବେଲ୍‌ ପୁରସ୍କାର ବିଜେତା ମହମ୍ମଦ ୟୁନୁସ ପ୍ରଧାନମନ୍ତ୍ରୀ ଭାବେ ଦ଼୍ବାୟିତ଼୍ବ ଗ୍ରହଣ କରିଛନ୍ତି । ସେ ତାଙ୍କ ପ୍ରଥମ ବୟାନ୍‌ରେ ବାଂଲାଦେଶରେ ଚାଲିଥିବା ହିଂସାରେ ହିନ୍ଦୁ, ଶିଖ୍‌, ବୈଦ୍ଧ ଏବଂ ଖ୍ରୀଷ୍ଟିଆନଙ୍କ ସମେତ ଅନ୍ୟାନ୍ୟ ସଂଖ୍ୟାଲଘୁଙ୍କୁ ଖୋଜି ଖୋଜି ସେମାନଙ୍କ ଉପରେ ହତ୍ୟା କରାଯାଉଥିବା ସ଼୍ବୀକାର କରିଛନ୍ତି । ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରର ନୂତନ ମୁଖ୍ୟ ମହମ୍ମଦ ୟୁନୁସ ରାଜନୈତିକ ସଙ୍କଟ ଦେଇ ଦେଶର ସଂଖ୍ୟାଲଘୁ ସମ୍ପ୍ରଦାୟ ଉପରେ ଆକ୍ରମଣ ପ୍ରସଙ୍ଗରୁ ନିଜକୁ ଦୂରେଇ ରଖିଥିବା ଦେଖିବାକୁ ମିଳୁଛି ।

ରାଜନୈତିକ ଅସ୍ଥିରତା ମଧ୍ୟରେ ଦଙ୍ଗାର ମୁକାବିଲା କରୁଥିବା ବାଂଲାଦେଶ ସରକାର ହିନ୍ଦୁ, ବୈଦ୍ଧ ଏବଂ ଖ୍ରୀଷ୍ଟିଆନଙ୍କ ସମେତ ସଂଖ୍ୟାଲଘୁଙ୍କ ଉପରେ ହୋଇଥିବା ଆକ୍ରମଣକୁ ନେଇ ଯେତେବେଳେ ୟୁନୁସଙ୍କୁ ପଚରାଯାଇଥିଲା, ସେତେବେଳେ ସେ ଏହାକୁ ଏଡ଼ାଇ ଦେଇଥିଲେ । ଏହା ଏକ ଷଡଯନ୍ତ୍ର ବୋଲି କହିଥିଲେ। ଏହି ଷଡଯନ୍ତ୍ରକୁ ଶେଷ କରି ସରକାର ସମସ୍ତଙ୍କ ସୁରକ୍ଷା ନିଶ୍ଚିତ କରିବ ବୋଲି ସେ କହିଛନ୍ତି। ଏହାପୂର୍ବରୁ ବାଂଲାଦେଶରେ ମଧ୍ୟବର୍ତ୍ତୀକାଳୀନ ସରକାରର ମୁଖ୍ୟ ଭାବରେ ଶପଥ ଗ୍ରହଣ କରିଥିବାରୁ ଭାରତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମହମ୍ମଦ ୟୁନୁସଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ଆଶା ପ୍ରକଟ କରିଛନ୍ତି ଯେ ଦେଶରେ ସ଼୍ବଭାବିକତା ଶୀଘ୍ର ପୁନଃସ୍ଥାପିତ ହେବ ଏବଂ ହିନ୍ଦୁ ଓ ଅନ୍ୟ ସଂଖ୍ୟାଲଘୁ ସମ୍ପ୍ରଦାୟର ସୁରକ୍ଷା ନିଶ୍ଚିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀନଲ୍ୟାଣ୍ଡକୁ ନେଇ ଡାଭୋସରେ ଟ୍ରମ୍ପଙ୍କ ଚରମବାଣୀ: ୟୁରୋପରେ ଉତ୍ତେଜନା

ନୂଆଦିଲ୍ଲୀ।୧: ସ୍ୱିଜରଲ୍ୟାଣ୍ଡର ଡାଭୋସରେ ଆୟୋଜିତ ବିଶ୍ୱ ଅର୍ଥନୈତିକ ଫୋରମ (WEF) ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି।...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri