ନୂଆଦିଲ୍ଲୀ,୧୦।୮: ଦେଶର ପ୍ରମୁଖ ଡିଜିଟାଲ ବ୍ୟାଙ୍କିଙ୍ଗ୍ ପ୍ଲାଟ୍ଫର୍ମ ଏୟାରଟେଲ ପେମେଣ୍ଟସ ବ୍ୟାଙ୍କ (ଏପିବି)ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବ୍ୟାଙ୍କର ଆଗାମୀ କାର୍ଯ୍ୟକଳାପ ସହ ୨୦୨୪-୨୫ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକ ଫଳାଫଳ ମଧ୍ୟ ଘୋଷଣା କରାଯାଇଛି। ଏପରିକି ପ୍ରଥମ ଥର ପାଇଁ ବ୍ୟାଙ୍କର ତ୍ରୈମାସିକ ରାଜସ୍ବ ୬୧୦ କୋଟି ଟଙ୍କାକୁ ବୃଦ୍ଧି ପାଇଛି, ଯାହା ବାର୍ଷିକ ଆଧାରରେ ୫୨% ଅଧିକ ବୋଲି ବ୍ୟାଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏ ସମ୍ପର୍କରେ ଏପିବିର ଏମ୍ଡି ଓ ସିଇଓ ଅନୁବ୍ରତ ବିଶ୍ୱାସ କହିଛନ୍ତି, ଆମର ରାଜସ୍ବ ପ୍ରଥମ ଥର ପାଇଁ ୬୦୦କୋଟି ଟଙ୍କା ଅତିକ୍ରମ କରିବା ସହ ଆମେ ଚଳିତ ତ୍ରୈମାସିକରେ ଏକ ଗୁରୁତ୍ୱପୂର୍ଣ୍ଣ ସଫଳତା ସମ୍ପର୍କରେ ଘୋଷଣାକରି ବେଶ୍ ଉତ୍ସାହିତ ଅଛୁ। ଏପରିକି ଏହି ଶିଳ୍ପ ଅଗ୍ରଣୀ ଅଭିବୃଦ୍ଧି ଭାରତ ପାଇଁ ଆମର ଫ୍ଲାଗ୍ଶିପ ସୁରକ୍ଷିତ ଦୈନନ୍ଦିନ ଟ୍ରାଞ୍ଜାକ୍ସନ ଆକାଉଣ୍ଟର ମଜଭୁତ ଗ୍ରହଣୀୟତା ଏବଂ ଆମର ସମସ୍ତ ବ୍ୟବସାୟଗୁଡିକରେ ଡିଜିଟାଲ ପେମେଣ୍ଟସ୍ କ୍ଷେତ୍ରରେ ଏକ ବୃଦ୍ଧି ଦ୍ୱାରା ପରିଚାଳିତ ହୋଇଛି। ବ୍ୟାଙ୍କ ଆଜି ଭାରତର ସର୍ବବୃହତ୍ ଅଣଉନ୍ମୋଚିତ ଡିଜିଟାଲ ସୁଯୋଗଗୁଡିକର ବ୍ୟାପକ ଲାଭ ଉଠାଉଥିବା ଶ୍ରେଣୀର ପ୍ରଥମ ସଂସ୍ଥା ଭାବେ ସୁବ୍ୟବସ୍ଥିତ ରହିଛି।
୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ
ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...
ଭାରତରେ ଷ୍ଟାରଲିଙ୍କ୍ ଇଣ୍ଟରନେଟ ମୂଲ୍ୟ ଘୋଷଣା କଲେ ମସ୍କ: ମାସିକ ଖର୍ଚ୍ଚ ଏତିକି ଟଙ୍କା
ନୂଆଦିଲ୍ଲୀ,୮।୧୨: ଏଲନ୍ ମସ୍କଙ୍କ ସାଟେଲାଇଟ୍ ଇଣ୍ଟରନେଟ୍ ସେବା ଷ୍ଟାରଲିଙ୍କ୍ ଭାରତରେ ଏହାର ମୂଲ୍ୟ ଘୋଷଣା କରିଛି। ଖୁବ୍ ଶୀଘ୍ର ଭାରତରେ ଆରମ୍ଭ ହେବାକୁ ଥିବା ଏହି...
ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍ ଆଉ ମିଳିବନି ବାରମ୍ବାର ସୁଯୋଗ
ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...
Apple ଜାରି କଲା ବଡ଼ ସତର୍କତା: ଏସବୁ ଉପଭୋକ୍ତାଙ୍କ ପାଇଁ ସୁରକ୍ଷିତ ନୁହେଁ ଗୁଗଲ୍ Chrome
ନୂଆଦିଲ୍ଲୀ,୮।୧୨: ଗୁଗୁଲର ସବୁଠାରୁ ଲୋକପ୍ରିୟ ଉତ୍ପାଦ ବିରୋଧରେ ଆପଲ୍ ଏକ ବଡ଼ ସତର୍କତା ଜାରି କରିଛି। ଆପଲ୍ ପକ୍ଷରୁ କୁହାଯାଇଛି ଯେ, iPhone ଏବଂ Mac...
SBI ରେ ଆକାଉଣ୍ଟ ଅଛି କି? ଏହି ଭୁଲ କରୁଥିଲେ କଟିଯିବ ଟଙ୍କା…
ନୂଆଦିଲ୍ଲୀ,୭।୧୨: ଆପଣଙ୍କର ଷ୍ଚେଟ ବ୍ୟାଙ୍କ ଅଫ ଇଣ୍ଡିଆ(SBI) ବ୍ୟାଙ୍କରେ ଖାତା ଅଛି କି? ଆପଣଙ୍କର ATMରୁ ବାରମ୍ୱାର ଟଙ୍କା ଉଠାଇବାର ଅଭ୍ୟାସ ରହିଛି କି? ତେବେ...
ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…
ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...
୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା
ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍ଭୋଗୀଙ୍କୁ ବଡ଼...
୧ଟଙ୍କାରେ ଜମି ଦେବେ ସରକାର, ଏହି ତାରିଖ ସୁଦ୍ଧା କରିବାକୁ ପଡିବ ଆବେଦନ, କିନ୍ତୁ ରହିଛି ଏହି ସର୍ତ୍ତ
ପାଟନା,୬।୧୨: ପ୍ରାୟତଃ ଦେଖାଯାଏ ଯେ ଏକ ଭଲ ବ୍ୟବସାୟିକ ଧାରଣା ସତ୍ତ୍ୱେ, ଆକାଶଛୁଆଁ ଜମି ମୂଲ୍ୟ ଉଦ୍ୟୋଗୀମାନଙ୍କ ସ୍ୱପ୍ନକୁ ବାଧା ଦିଏ। ଯଦି ଆପଣ ମଧ୍ୟ...
Archives


