ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ପରେ ହତ୍ୟା, ମମତା ବାନାର୍ଜୀ କହିଲେ ଫାଶୀକୁ ପଛେ ମାଫ୍‌ କରାଯିବ ମାତ୍ର…

କୋଲକାତା,୧୦ା୮: କୋଲକାତାର ସରକାରୀ ଆରଜି କର ମେଡିକାଲ କଲେଜ ଡାକ୍ତରଖାନାରୁ ଜଣେ ମହିଳା ପ୍ରଶିକ୍ଷକ ଡାକ୍ତରଙ୍କ ମୃତଦେହ ମିଳିଥିଲା। ତେବେ ତାଙ୍କ ଶରୀରରେ ଥିବା କ୍ଷତିଚିହ୍ନ ଦେଖିଲେ ତାଙ୍କୁ ହତ୍ୟା ପୂର୍ବରୁ ବଳାତ୍କାର କରାଯାଇଥିବା ସ୍ପଷ୍ଟ ହୋଇଛି। ଏନେଇ ପୋଲିସ ଏକ ବଳାତ୍କାର ଓ ହତ୍ୟା ମାମଲା ରୁଜୁ କରିଛି।

ଉକ୍ତ ଘଟଣାକୁ ନେଇ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏହାକୁ ଏକ ଦୁର୍ଭାଗ୍ୟଜନକ ଏବଂ ଘୃଣ୍ୟ ବୋଲି କହିଛନ୍ତି। ତାଙ୍କ ସହଯୋଗୀ(ଡାକ୍ତର)ଙ୍କ ଉପରେ କ୍ରୋଧ ପ୍ରକାଶ କରିଛନ୍ତି। ମମତା ଏକ ସ୍ଥାନୀୟ ଟିଭି ଚ୍ୟାନେଲକୁ କହଛନ୍ତି, ‘ମୁଁ ପୀଡ଼ିତାଙ୍କ ପରିବାର ସହ କଥା ହୋଇ ସେମାନଙ୍କୁ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରତିଶ୍ରୁତି ଦେଇଛି। ମୁଁ ମାମଲାକୁ ଫାଷ୍ଟ-ଟ୍ରାକ୍‌ କୋର୍ଟକୁ ନେବାକୁ ନିର୍ଦ୍ଦେଶ ଦେଇଛି। ଯଦି ଆବଶ୍ୟକ ହୁଏ ତେବେ ଅଭିଯୁକ୍ତଙ୍କୁ ଫାଶୀ ଦିଆଯିବ। ଯଦିଓ ମୁଁ ନୁହେଁ ମୃତ୍ୟୁଦଣ୍ଡର ସପକ୍ଷରେ ନୁହେଁ ତଥାପି ଏପରି ଘୃଣ୍ୟ କାର୍ଯ୍ୟ ପାଇଁ ମୃତ୍ୟୁଦଣ୍ଡ ଆବଶ୍ୟକ ମନେ କରେ।

ପଶ୍ଚିମବଙ୍ଗ ବିଧାନସଭାରେ ବିରୋଧୀ ଦଳର ନେତା ତଥା ଭାରତୀୟ ଜନତା ପାର୍ଟି (ଭାଜପା) ନେତା ଶୁଭେନ୍ଦୁ ଅଧିକାରୀ ତାଲିମପ୍ରାପ୍ତ ଡାକ୍ତରଙ୍କ ମୃତ୍ୟୁ ଘଟଣାର କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ(ସିବିଆଇ) ତଦନ୍ତ ଦାବି କରିଛନ୍ତି। ସିବିଆଇ ତଦନ୍ତ ଦାବିରେ ମମତା ବାନାର୍ଜୀ କହିଛନ୍ତି ଯେ, ସିବିଆଇ ତଦନ୍ତରେ ତାଙ୍କର କୌଣସି ଆପତ୍ତି ନାହିଁ।

ସୂଚନାଯୋଗ୍ୟ, ୩୧ ବର୍ଷୀୟା ମହିଳା ଟ୍ରେନି ଡାକ୍ତରଙ୍କର ପ୍ରାଇଭେଟ୍‌ ପାର୍ଟ, ମୁହଁ, ଓଠ, ବେକ, ପେଟ, ଆଙ୍ଗୁଠି ଏବଂ ଗୋଡ଼ରେ ଆଘାତ ଲାଗିଛି। ଦ୍ୱିତୀୟ ବର୍ଷର ସ୍ନାତକୋତ୍ତର ଡାକ୍ତରୀ ଛାତ୍ରୀ ଗୁରୁବାର ବିଳମ୍ବିତ ରାତିରେ ଭୋଜନ କରି ପରେ ସେ ଆର.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲର ତୃତୀୟ ମହଲାରେ ଥିବା ସେମିନାର ହଲରେ ପଢ଼ିବାକୁ ଯାଇଥିଲେ। ପରଦିନ ସକାଳେ ସେ ଚେତାଶୂନ୍ୟ ହୋଇପଡ଼ିଥିଲେ।

ଫେଡେରେଶନ ଅଫ୍‌ ରେସିଡେଣ୍ଟ ଡାକ୍ତର ଆସୋସିଏଶନ (ଫୋର୍ଡା) ଆରଜି କର ମେଡିକାଲ କଲେଜରେ ଘଟିଥିବା ଘଟଣା ସମ୍ପର୍କରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡାଙ୍କୁ ଏକ ଚିଠି ଲେଖିଛନ୍ତି। ସେମାନେ କହିଛନ୍ତି ଯେ, ଯଦି ୨୪ ଘଣ୍ଟା ମଧ୍ୟରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଯାଏ, ତେବେ ସେବା ବନ୍ଦ କରିବା ସହିତ ଆନ୍ଦୋଳନକୁ ଆହୁରି ତୀବ୍ର କରାଯିବ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri