ଭାରତରେ ହେବାକୁ ଯାଉଛି ବଡ଼ ଘଟଣା! ସତର୍କ କଲା ହିଣ୍ଡେନବର୍ଗ, ଛାନିଆରେ ଆଦାନୀ

ନୂଆଦିଲ୍ଲୀ,୧୦।୮: ଖୁବ୍‌ଶୀଘ୍ର ଭାରତରେ ଘଟିବାକୁ ଯାଉଛି କିଛି ବଡ଼ ଘଟଣା! ଏନେଇ ଶନିବାର ସକାଳୁ ସକାଳୁ ସତର୍କ କରାଇଛି ଆମେରିକାର କ୍ଷୁଦ୍ର ବିକ୍ରେତା ସଂସ୍ଥା ହିଣ୍ଡେନବର୍ଗ ରିସର୍ଚ୍ଚ। ତେବେ ସତର୍କବାଣୀ ଶୁଣି ବିଶେଷକରି ଦେଶର ଦ୍ୱିତୀୟ ଧନୀ ବ୍ୟକ୍ତି ତଥା ଆଦାନୀ ଗ୍ରୁପ୍ର ମୁଖ୍ୟ ଗୌତମ ଆଦାନୀ ମଧ୍ୟ ଛାନିଆ ହୋଇ ପଡିଥିବେ! କାରଣ ୨୦୨୩ ଜାନୁଆରୀ ୨୪ରେ ହିଣ୍ଡେନବର୍ଗ ରିସର୍ଚ୍ଚ ଆଦାନୀ ଗ୍ରୁପ ଉପରେ ଏକ ରିପୋର୍ଟ ପ୍ରକାଶ କରିଥିଲା, ଯାହାକୁ ନେଇ ଆଦାନୀ ଗ୍ରୁପରେ ଚହଳ ପଡିଯାଇଥିଲା। ରିପୋର୍ଟ ଆସିବା ପରେ କେବଳ ଆଦାନୀ ଗ୍ରୁପ କମ୍ପାନୀଗୁଡିକର ଅଂଶଧନ ହ୍ରାସ ପାଇ ନ ଥିଲା, ତାହା ନୁହେଁ ବରଂ ପୁରା ଷ୍ଟକ ମାର୍କେଟରେ କମ୍ପନ ସୃଷ୍ଟି ହୋଇଥିଲା। ତେବେ ବର୍ତ୍ତମାନ ଏହି ହିେଣ୍ଡେନବର୍ଗ ରିସର୍ଚ୍ଚ ପୁଣି ଥରେ ଭାରତରେ ଭୂକମ୍ପ ସୃଷ୍ଟି ହେବ ବୋଲି ଆଲର୍ଟ କରିଛି। ଆଉ ଆଦାନୀଙ୍କ ପରେ ପରବର୍ତ୍ତୀ କିଏ ଶିକାର ହେବାକୁ ଯାଉଛି ଯାହାକୁ ନେଇ ଏବେଠୁ ଚର୍ଚ୍ଚା ଆରମ୍ଭ ହୋଇଛି।

ତେବେ କ’ଣ ବଡ଼ ହେବାକୁ ଯାଉଛି ଏନେଇ ହିଣ୍ଡେନବର୍ଗ କିଛି ଖୁଲାସା କରି ନ ଥିବାବେଳେ କମ୍ପାନୀର ଏହି ପୋଷ୍ଟକୁ ନେଇ ଚର୍ଚ୍ଚା ହେଉଛି କି ଭାରତର କୌଣସି ବଡ଼ କମ୍ପାନୀକୁ ନେଇ ପୁଣିଥରେ କିଛି ବଡ଼ ଖୁଲାସା ହେବାକୁ ଯାଉଛି।

ଜାନୁଆରୀ ୨୦୨୩ରେ ହିଣ୍ଡେନବର୍ଗ ରିସର୍ଚ୍ଚ ଆଦାନୀ ଗ୍ରୁପ ବିରୋଧରେ ଏକ ରିପୋର୍ଟ ଜାରି କରିଥିଲା। ଏହି ରିପୋର୍ଟରେ କମ୍ପାନୀ ଆଦାନୀ ଗ୍ରୁପ ଉପରେ ଅନେକ ସାଂଘାତିକ ଅଭିଯୋଗ ଆଣିଥିଲା ଯାହାକୁ ନେଇ ହଇଚଇ ସୃଷ୍ଟି ହୋଇଥିଲା। ରିପୋର୍ଟ ଆସିବା ପରେ ଅଦାନୀ ଗ୍ରୁପର ଶେୟାର ଖସିବା ସହ ଦୁନିଆର ଦ୍ୱିତୀୟ କୋଟିପତି ର଼୍ୟାଙ୍କରୁ ଖସି ସେ ୩୬ ନମ୍ବରରେ ପହଞ୍ଚି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଶୀତରେ ଥରୁଛି ଉତ୍ତର ଭାରତ

ନୂଆଦିଲ୍ଲୀ,୫ା୧୨: ସମଗ୍ର ଉତ୍ତର ଭାରତ ଶୀତରେ ଥରୁଛି। ଶୁକ୍ରବାର ରାଜସ୍ଥାନ, ପଞ୍ଜାବ ଏବଂ ହରିୟାଣାର ଅଧିକାଂଶ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ନିମ୍ନରେ ରହିଛି। ତେବେ...

ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

ପୁଟିନ୍‌ଙ୍କୁ ଗୀତା ଉପହାର ଦେଲେ ମୋଦି

ନୂଆଦିଲ୍ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ଏଡି ଅବସରରେ ରାଷ୍ଟ୍ରପତି ପୁଟିନ୍‌ଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଶ୍ରୀମଦ୍‌ଭଗବତ...

ପୂର୍ବତନ ଡିଏସ୍‌ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ

ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍‌ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ...

ସ୍ବାସ୍ଥ୍ୟକୁ ସୁସ୍ଥ ରଖେ କ୍ରୀଡ଼ା, ନିୟମିତ ଖେଳକୁଦ ଅଭ୍ୟାସ ପାଇଁ…

ଭଞ୍ଜନଗର,୫ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri