Posted inରାଜ୍ୟ

ଜାତୀୟ କୃମିନାଶକ ଦିବସରେ ରାଜ୍ୟର ୧୯ଟି ଜିଲାରେ ଔଷଧ ବଣ୍ଟନ

ଭୁବନେଶ୍ୱର,୧୦ା୮: ଜାତୀୟ କୃମିନାଶକ ଦିବସ ପାଳନ ଅବସରରେ ଆଜି ରାଜ୍ୟର ୧୯ଟି ଜିଲାରେ କୃମିନାଶକ ଔଷଧ ବଣ୍ଟନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଜିଲାଗୁଡ଼ିକରେ ୧ରୁ ୧୯ ବର୍ଷ ପର୍ଯ୍ୟନ୍ତ ବାଳକ, ବାଳିକା ଏବଂ ୨୦ରୁ ୨୪ ବର୍ଷ ପର୍ଯ୍ୟନ୍ତ ମହିଳାଙ୍କୁ ଔଷଧ ପ୍ରଦାନ କରାଯାଉଛି । ଅନ୍ୟ ୧୧ଟି ଜିଲାରେ ଫାଇଲେରିଆ ସମୂହ ଔଷଧ ସେବନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି ।

ଏହି ଜିଲାଗୁଡିକରେ ୨ ବର୍ଷରୁ ଊର୍ଦ୍ଧ୍ୱ ସମସ୍ତଙ୍କୁ ଡି.ଇ.ସି. ବଟିକା ସହିତ କୃମିନାଶକ ଔଷଧ ଏବଂ ୧ରୁ ୨ ବର୍ଷ ପିଲାଙ୍କୁ କେବଳ କୃମିନାଶକ ଔଷଧ ପ୍ରଦାନ କରାଯାଉଛି । ଔଷଧ ସେବନ କରିପାରି ନ ଥିବା ବାଳକ, ବାଳିକା
ଏବଂ ମହିଳାଙ୍କୁ ଆସନ୍ତା ୧୭ ତାରିଖ ଦିନ ଔଷଧ ପ୍ରଦାନ କରାଯିବ । ବିଦ୍ୟାଳୟଗୁଡ଼ିକରେ ଶିକ୍ଷକମାନଙ୍କ ଦ୍ୱାରା କୃମିନାଶକ ଔଷଧ ବଣ୍ଟନ କରାଯିବ ।

ଭଦ୍ରକ ଜିଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ବିଭିନ୍ନ ଶିକ୍ଷାନୁଷ୍ଠାନ ଓ ଅଙ୍ଗନୱାଡ଼ି କେନ୍ଦ୍ରରେ ଛାତ୍ରଛାତ୍ରୀମାନଙ୍କୁ କୃମିନାଶକ ବଟିକା ପ୍ରଦାନ କରାଯାଇଛି । ସେହିପରି ଗଜପତି ଜିଲା ଗୋଷାଣୀ ବ୍ଲକ୍‍ ଅନ୍ତର୍ଗତ ନୂଆକେରାଣ୍ଡିଠାରେ
ଜାତୀୟ ସ୍ୱାସ୍ଥ୍ୟ ମିଶନର ଜିଲ୍ଲା କାର୍ଯ୍ୟକ୍ରମ ଅଧିକାରୀ ସୌମ୍ୟାରାଣୀ ଗୌଡ଼ଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ବ୍ୟାପୀ କୃମିନାଶକ କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଛି । କାର୍ଯ୍ୟକ୍ରମରେ ଚଳିତ ଥର ଜିଲ୍ଲାରେ ଥିବା ୧ ହଜାର ୨ଟି ସ୍କୁଲ୍‍ ଏବଂ ୨ ହଜାର ୪୩୬ଟି ଅଙ୍ଗନୱାଡ଼ି କେନ୍ଦ୍ରରେ ସାମୂହିକ ଔଷଧ ପ୍ରଦାନ କରାଯିବାର ଲକ୍ଷ୍ୟ ରଖାଯାଇଛି ।

ଦେବଗଡ଼ଠାରେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଜାତୀୟ କୃମିନାଶକ ଦିବସ ପାଳିତ ହୋଇଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ ଅତିରିକ୍ତ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ପ୍ରଭାତ କୁମାର ଓଝା ଯୋଗଦେଇ ସୁନ୍ଦର ସ୍ୱାସ୍ଥ୍ୟ ଏବଂ ସୁସ୍ଥ ଜୀବନ ପାଇଁ ପିଲାମାନେ କୃମିନାଶକ ବଟିକା ଖାଇବାବାର ଆବଶ୍ୟକତା ରହିଥିବା କହିଛନ୍ତି ।

ସେହିପରି କେନ୍ଦ୍ରାପଡ଼ାଠାରେ ଅତିରିକ୍ତ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସଚ୍ଚିଦାନନ୍ଦ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଜିଲାସ୍ତରୀୟ କୃମିନାଶକ ଦିବସ କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଅଙ୍ଗନୱାଡ଼ି ମାଧ୍ୟମରେ ଔଷଧ ବଣ୍ଟନ କରାଯିବ ବୋଲି ସୂଚନା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

୧ ଲକ୍ଷ ଟଙ୍କାର ଋଣ ୭୪ ଲକ୍ଷରେ ପହଞ୍ଚିଲା: ପରିଶୋଧ କରିବାକୁ କିଡନୀ ବିକ୍ରି କଲେ ଚାଷୀ

ଭୁବନେଶ୍ୱର,୧୬।୧୨: ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାର ଜଣେ ଚାଷୀଙ୍କୁ ବେଆଇନ ମହାଜନମାନଙ୍କଠାରୁ ନେଇଥିବା ୧ ଲକ୍ଷ ଟଙ୍କାର ଋଣ ଶେଷରେ ଦିନକୁ ୧୦,୦୦୦ ଟଙ୍କା ସୁଧ ସହିତ...

ମାର୍ଚ୍ଚ ୨୬ରୁ ମେ ୩୧ ମଧ୍ୟରେ ହେବ ଆଇପିଏଲ୍‌

ମୁମ୍ୱାଇ, ୧୬ା୧୨: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଆଗାମି ସଂସ୍କରଣ ମାର୍ଚ୍ଚ ୨୬ରୁ ମେ ୩୧ ଓ୍ୱିଣ୍ଡୋରେ ଖେଳାଯିବ। ମାତ୍ର ଆରସିବିର ଘରୋଇ ଗ୍ରାଉଣ୍ଡ ବେଙ୍ଗାଲୁରୁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri