ମାଫିଆ-ପୋଲିସ ମୁହାଁମୁହିଁ, ପୋଲିସ ଏନ୍‌କାଉଣ୍ଟରରେ ଜଣେ ମାଫିଆ ଆହତ

କେନ୍ଦୁଝର,୧୧ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ହରିଚନ୍ଦନପୁର ପୋଲିସ ଓ ସ୍ପେଶାଲ ସ୍କ୍ବାଡ୍‌ ପୋଲିସ ହରିଚନ୍ଦନପୁର ଥାନା ପିଠାଗୋଳା ଓ କାଦୁଆ ଅଞ୍ଚଳରେ ଗୋରୁ ଚୋରାଚାଲାଣ ହେଉଥିବା ଖବର ପାଇ ଚଢ଼ାଉ କରିଥିଲେ। ତେଲକୋଇ ଥାନା କାଳିଆହତା ଅଞ୍ଚଳରୁ ପାଖାପାଖି ୨୫ ଗୋରୁ ଧରି ଆସୁଥିବା ମାଫିଆଙ୍କୁ ପୋଲିସ ପିଛା କରି ପୋଲିସ ଅଟକାଇଥିଲା। ଫଳରେ ପୋଲିସ ଓ ମାଫିଆଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜିଥିଲା। ପୋଲିସକୁ ଆକ୍ରମଣ କରି ଗାଳିଗୁଲଜ କରିବା ସହ ମାଫିଆମାନେ ବନ୍ଧୁକ ଚଳାଇଥିଲେ। ପୋଲିସ ଆତ୍ମରକ୍ଷା କରିବାକୁ ପ୍ରତି ଆକ୍ରମଣ କରିଥିଲେ। ପୋଲିସ ଗୁଳିମାଡ଼ରେ ଜଣେ ମାଫିଆ ଆହତ ହୋଇ ଚିକିତ୍ସିତ ଅଛନ୍ତି। ତାଙ୍କର ଦୁଇ ଗୋଡ଼ରେ ଗୁଳି ବାଜିଛି। ଅନ୍ୟପକ୍ଷରେ ଏହି ଘଟଣାରେ ଦୁଇ ଜଣ ପୋଲିସ ଆହତ ହୋଇଥିବା ଜଣାପଡ଼ିଛି। ଗୁଳିମାଡ଼ରେ ଆହତଙ୍କ ନାମ ଅରିଫ ଖାନ୍‌ ଓ ଘର ଘଟଗାଁ ଅନ୍ତର୍ଗତ ସାନ୍ତରାପୁର ଗ୍ରାମର ବୋଲି ଜଣାପଡ଼ିଛି। ଚିକିତ୍ସା ପାଇଁ ତାଙ୍କୁ ପ୍ରଥମେ ଘଟଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନା ଓ ପରେ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି। ଏହି ଘଟଣାରେ ପୋଲିସ ୫ ଜଣ ମାଫିଆଙ୍କୁ ଗିରଫ କରିଥିବା ବେଳେ ତିନୋଟି ପିକ୍‌ଅପ୍‌ ଭ୍ୟାନ୍‌ (ନମ୍ବର ଓଡି ୦୯ ଏମ୍‌/ ୪୯୩୨, ଓଡି ୧୯ ଆର୍‌/୫୭୨୫, ଓଆର୍‌ ୦୫ ଏଆଇ/ ୩୬୪୭), ଗୋଟିଏ ଜିପ୍‌ ( ଓଡି ୦୨ଏଫ/ ୮୫୭୩)ସହିତ ଦୁଇଟି ଦେଶୀ ବନ୍ଧୁକ ଓ ଅନ୍ୟାନ୍ୟ ମାରଣାସ୍ତ୍ର ଜବତ କରିଛନ୍ତି। ପୋଲିସ ୨୫ ଗୋରୁକୁ ଜବତ କରି ରଖିଛି। ଏ ନେଇ ରବିବାର ଏକ ପ୍ରେସ୍‌ମିଟ୍‌ରେ ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri