ଅନାସ୍ଥା ପ୍ରସ୍ତାବ ଚର୍ଚ୍ଚା : ଶକ୍ତି ପ୍ରଦର୍ଶନ କଲେ ବ୍ଲକ ଅଧ୍ୟକ୍ଷା

ନୀଳଗିରି, ୧୨।୮(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିରି ପଞ୍ଚାୟତ ସମିତି ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ହେବା ନେଇ ଚର୍ଚ୍ଚା ଜୋର ଧରିବା ପରେ ବ୍ଲକ ଅଧ୍ୟକ୍ଷା ଶୁଭଲକ୍ଷ୍ମୀ ମାଝୀ ରବିବାର ଶକ୍ତି ପ୍ରଦର୍ଶନ କରିଛନ୍ତି। ବ୍ଲକ ଅଧୀନ ୨୫ ପଞ୍ଚାୟତ ମଧ୍ୟରୁ ୧୨ ସରପଞ୍ଚ ଓ ୧୩ ସମିତି ସଭ୍ୟାସଭ୍ୟଙ୍କ ସମେତ ୧୧ନଂ. ଜିଲାପରିଷଦ ସଭ୍ୟା ସୁବର୍ଣ୍ଣ ମଞ୍ଜରୀ ସିଂ, ୧୩ନଂ. ଜିଲାପରିଷଦ ସଭ୍ୟ ଗତିକୃଷ୍ଣ ନନ୍ଦ, ବିଜେଡିର କିଛି ପ୍ରମୁଖ ନେତା ପୂର୍ବାହ୍ନରେ ଏକାଠି ହୋଇ ଅଧ୍ୟକ୍ଷାଙ୍କ ପ୍ରତି ଥିବା ନିଜର ସମର୍ଥନ ଜଣାଇଥିଲେ। ପରେ ସମସ୍ତେ ଘଟଗାଁ ତାରିଣୀ ପୀଠକୁ ଯାଇ ପୂଜାର୍ଚ୍ଚନା କରି ଫେରିଛନ୍ତି।
୨୦୨୨ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ନୀଳଗିରି ବ୍ଲକରେ ତକତ୍ାଳୀନ ବିଜେଡି ନେତା ତଥା ବର୍ତ୍ତମାନର ଭାଜପା ବିଧାୟକ ସନ୍ତୋଷ ଖଟୁଆଙ୍କ ନେତୃତ୍ୱରେ ବିଜେଡି ବ୍ଲକ ଦଖଲ କରିଥିଲା। ୨୦୨୪ ସାଧାରଣ ନିର୍ବାଚନରେ ସନ୍ତୋଷ ଭାଜପା ଟିକେଟରେ ବିଧାୟକ ନିର୍ବାଚିତ ହେବା ପରେ ବ୍ଲକ ଅଧ୍ୟକ୍ଷା ଶୁଭଲକ୍ଷ୍ମୀଙ୍କ ବିରୋଧରେ ଖୁବ୍‌ଶୀଘ୍ର ଅନାସ୍ଥା ଆଗତ ହେବ ବୋଲି ଚର୍ଚ୍ଚା ହେଉଥିଲା। ଏହାକୁ ଏଡ଼ାଇବା ପାଇଁ ଶୁଭଲକ୍ଷ୍ମୀ ଶକ୍ତି ପ୍ରଦର୍ଶନ କରିଥିବା ଦେଖିବାକୁ ମିଳଛି।

Enter your email to get our daily news in your inbox.

All Right Reserved By Dharitri.Com

ମହିଳା ହେବେ ସଶକ୍ତ: ମିଶନ ଶକ୍ତି କାଫେ ଉଦଘାଟିତ

ତୁମୁଡିବନ୍ଧ,୨୬।୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ପରିସରରେ ଥିବା ମିଶନ ଶକ୍ତି କାଫେକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଆଜି ଶୁକ୍ରବାର...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ: ଯୋଗଦେବେ ୫୦ ହଜାରରୁ ଉର୍ଦ୍ଧ୍ୱ କର୍ମକର୍ତ୍ତା

ଭଞ୍ଜନଗର,୨୬/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗୀ ଠାରେ ଶୁକ୍ରବାର ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ ହୋଇଯାଇଛି । ଏହା ରବିବାର ପର୍ଯ୍ୟନ୍ତ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri