ଦ୍ୱୀପ ଦେଲିନି, କ୍ଷମତା ନେଇଗଲା ଆମେରିକା

ନୂଆଦିଲ୍ଲୀ,୧୨ା୮: ବାଂଲାଦେଶ ପ୍ରଧାନମନ୍ତ୍ରୀ ପଦରୁ ଗାଦିଚ୍ୟୁତ ଶେଖ୍‌ ହାସିନା କ୍ଷମତାରୁ ହଟିବା ପଛରେ ଆମେରିକାର ହାତ ଥିବା ସେ ଅଭିଯୋଗ ଆଣିଛନ୍ତି। ହାସିନା କହିଛନ୍ତି, ସେଣ୍ଟ ମାର୍ଟିନ ଦ୍ୱୀପର ସାର୍ବଭୌମତ୍ୱକୁ ଆମେରିକା ନିକଟରେ ସମର୍ପଣ କରିଦେଇଥିଲେ ସେ ଏବେ ବି କ୍ଷମତାରେ ରହିଥାଆନ୍ତେ। ହାସିନାଙ୍କ ଏହି ଅଭିଯୋଗ ପରେ ମାର୍ଟିନ ଆଇଲାଣ୍ଡ ଚର୍ଚ୍ଚାକୁ ଆସିଛି।
ନାରିକେଳ ଜିଞ୍ଜିରା ନାମରେ ପରିଚିତ ସେଣ୍ଟ ମାର୍ଟିନ ଆଇଲାଣ୍ଡ ବଙ୍ଗୋପସାଗରର ଉତ୍ତରପୂର୍ବରେ ଅବସ୍ଥିତ। ୫,୫୦୦ ଜନସଂଖ୍ୟା ବିଶିଷ୍ଟ ଏହି ଦ୍ୱୀପର ଆୟତନ ମାତ୍ର ୩ ବର୍ଗ କି.ମି.। କୋକ୍ସ ବାଜାର-ତନ୍‌କାଫ୍‌ ଉପଦ୍ୱୀପରୁ ୯ କି.ମି. ଦକ୍ଷିଣରେ ଏହା ରହିଛି। ବାଂଲାଦେଶର ଏକମାତ୍ର ପ୍ରବାଳ ଦ୍ୱୀପ ହୋଇଥିବାରୁ ଏହାର ନୀଳ ସ୍ବଚ୍ଛ ଜଳ, ବିବିଧ ସାମୁଦ୍ରିକ ଜୀବ ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିଥାଏ। ସେଣ୍ଟ ମାର୍ଟିନ ଦ୍ୱୀପକୁ ନେଇ ଅତୀତରେ ବାଂଲାଦେଶ ଓ ମ୍ୟାନ୍‌ମାର ମଧ୍ୟରେ ଅନେକ ବିବାଦ ସୃଷ୍ଟି ହୋଇଛି। ୨୦୧୨ରେ ଇଣ୍ଟରନ୍ୟାଶନାଲ ଟ୍ରିବ୍ୟୁନାଲ ଫର୍‌ ଦି ଲ ଅଫ୍‌ ଦି ସି (ଆଇଟିଏଲ୍‌ଓଏସ୍‌) ଏହାକୁ ବାଂଲାଦେଶର ଅଂଶ ବୋଲି ରାୟ ଦେଇଥିଲେ। ହାସିନାଙ୍କ ଅଭିଯୋଗ ଭାରତ ମହାସାଗର ଚାଇନାର ରଣନୀତିକୁ ଫୋକସ୍‌କୁ ଆଣିଛି। ଭାରତର ମୁକାବିଲା ପାଇଁ ଏଠାରେ ଚାଇନା ବେଲ୍ଟ ଆଣ୍ଡ୍‌ ରୋଡ୍‌ ଇନିସିଏଟିଭ୍‌ (ବିଆର୍‌ଆଇ) ଅଧୀନରେ ଅନେକ ସାମରିକ ଘାଟି ଓ ଆର୍ଥିକ କରିଡୋର ନିର୍ମାଣ କରିବାକୁ ଚାହୁଁଛି। ଭାରତ ମହାସାଗରରେ ଚାଇନାର ଉପସ୍ଥିତି ବୃଦ୍ଧି ଓ୍ବାଶିଂଟନ୍‌ ପାଇଁ ମଧ୍ୟ ସତର୍କଘଣ୍ଟି ସଦୃଶ। ଆମେରିକାର ଇଣ୍ଡୋ-ପାସିଫିକ୍‌ ରଣନୀତିରେ ଭାରତ ମଧ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ସହଯୋଗୀ।


Enter your email to get our daily news in your inbox.

All Right Reserved By Dharitri.Com

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri