ପାକ୍‌ ସେନା ଆତ୍ମସମର୍ପଣ ପ୍ରତିମୂର୍ତ୍ତି ଭାଙ୍ଗିଦେଲେ

ଢାକା,୧୩ା୮: ବାଂଲାଦେଶ ସ୍ବାଧୀନତାର ସ୍ମାରକ ଭାବେ ପରିଚିତ ୧୯୭୧ ଯୁଦ୍ଧ ପରବର୍ତ୍ତୀ ପାକିସ୍ତାନୀ ସେନା ଆତ୍ମସମର୍ପଣ କରୁଥିବାର ପ୍ରତିମୂର୍ତ୍ତିକୁ ଭାଙ୍ଗିଦିଆଯାଇଛି। ଭାରତ ବିରୋଧୀ ଆନ୍ଦୋଳନକାରୀମାନେ ଉକ୍ତ ପ୍ରତିମୂର୍ତ୍ତିକୁ ଭାଙ୍ଗିଥିବା କଂଗ୍ରେସ ନେତା ଶଶୀ ଥରୁର କହିବା ସହ ଭଙ୍ଗା ପ୍ରତିମୂର୍ତ୍ତିର ଫଟୋ ଶେୟାର କରିଛନ୍ତି। ମୁଜିବନଗରସ୍ଥିତ ୧୯୭୧ ଶହୀଦ ସ୍ମାରକୀ କମ୍ପ୍ଲେକ୍ସରେ ଉକ୍ତ ପ୍ରତିମୂର୍ତ୍ତି ରହିଥିଲା।
୧୯୭୧ର ଯୁଦ୍ଧରେ କେବଳ ବାଂଲାଦେଶ ସ୍ବାଧୀନ ହୋଇ ନ ଥିଲା, ପାକିସ୍ତାନକୁ ପରାଜୟର ଝଟ୍‌କା ଲାଗିଥିଲା। ତତ୍କାଳୀନ ପାକ୍‌ ସେନାର ମେଜର ଜେନେରାଲ ଅମିର ଅବଦୁଲ୍ଲା ଖାନ୍‌ ନିଆଜି ଭାରତୀୟ ସେନା ଏବଂ ବାଂଲାଦେଶର ମୁକ୍ତିବାହିନୀ ନିକଟରେ ଆତ୍ମସମର୍ପଣ ପତ୍ରରେ ସ୍ବାକ୍ଷର କରୁଥିବା ପ୍ରତିମୂର୍ତ୍ତିରେ ଦେଖିବାକୁ ମିଳେ। ମେଜର ଜେନେରାଲ ନିଆଜି ଭାରତର ଇଷ୍ଟର୍ଣ୍ଣ କମାଣ୍ଡର ତତ୍କାଳୀନ କମାଣ୍ଡିଂ ମୁଖ୍ୟ ଲ୍ୟୁଟ୍‌ନାଣ୍ଟ ଜେନେରାଲ ଜଗଜିତ ସିଂ ଔରୋରାଙ୍କ ଆଗରେ ଆତ୍ମସମର୍ପଣ କରିଥିଲେ। ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଏହା ସର୍ବବୃହତ୍‌ ସାମରିକ ଆତ୍ମସମର୍ପଣ। ବାଂଲାଦେଶରେ ଆନ୍ଦୋଳନ ଯୋଗୁ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ଗତ ୫ ତାରିଖରେ ଇସ୍ତଫା ଦେଇ ଦେଶ ଛାଡ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri