ସାଂଘାତିକ ଅଭିଯୋଗ ଆଣିଲେ ଟ୍ରମ୍ପ୍‌: ବାଇଡେନ୍‌ଙ୍କୁ ଜବରଦସ୍ତି…

ଓ୍ବାଶିଂଟନ୍‌,୧୩ା୮: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଆଜି ଏକ ସ୍ମରଣୀୟ ଦିନ ହେବାକୁ ଯାଉଛି। ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’କୁ ଫେରିଛନ୍ତି। ସୋସିଆଲ ମିଡିଆ ପ୍ଲାଟଫମରେ ଏକ୍ସ ମାଲିକ ଏଲନ ମସ୍କ ରିପବ୍ଲିକାନ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପଙ୍କ ସାକ୍ଷାତକାର ନେଉଛନ୍ତି। ସାକ୍ଷାତକାରରେ ଡୋନାଲ୍ଡ ଟ୍ରମ୍ପ କମଲା ହାରିସଙ୍କୁ ଟାର୍ଗେଟ କରିଥିଲେ।
ଆମେରିକାର ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଏଲନ ମସ୍କଙ୍କୁ ଦିଆଯାଇଥିବା ଏକ ସାକ୍ଷାତକାରରେ ଡୋନାଲ୍ଡ ଟ୍ରମ୍ପ କମଲା ହାରିସଙ୍କୁ ଟାର୍ଗେଟ କରି କହିଛନ୍ତି, ସେ ଜୋ ବାଇଡେନଙ୍କ ଅପେକ୍ଷା ଅଧିକ ଅଯୋଗ୍ୟ। ବାଇଡେନଙ୍କୁ ହ୍ବାଇଟ ହାଉସରୁ ଜବରଦସ୍ତ ହଟାଯାଉଛି। ତାଙ୍କୁ ରାଷ୍ଟ୍ରପତି ନିର୍ବାଚନ ରେସ୍‌ରୁ ଜୋରଜବରଦସ୍ତ ହଟିବାକୁ ବାଧ୍ୟ କରାଯାଇଛି।
ସାକ୍ଷାତକାରରେ ଡୋନାଲ୍ଡ ଟ୍ରମ୍ପ କହିଛନ୍ତି, ବାଇଡେନଙ୍କ କାର୍ଯ୍ୟକାଳ ସମୟରେ କମଲା ହାରିସ ସୀମା ସୁରକ୍ଷା ମୁଖ୍ୟ ଥିଲେ, ଏହା ପରେ ମଧ୍ୟ ସେ ସୀମା ସଙ୍କଟ ବନ୍ଦ କରିପାରି ନ ଥିଲେ। ଯେଉଁ କାରଣରୁ ସାରା ବିଶ୍ୱରୁ ଅପରାଧୀମାନେ ଆମେରିକା ଆସିଥିଲେ। ଅନ୍ୟ ଦେଶର ଲୋକମାନେ ଏହିପରି ଲୋକଙ୍କୁ ମୁକ୍ତ କରିବାକୁ ଚେଷ୍ଟା କରୁଛନ୍ତି ଏବଂ ଆମେରିକାରେ ଡ୍ରଗ ଡିଲରମାନେ ଆମ ସୀମାରେ ପ୍ରବେଶ କରୁଛନ୍ତି।
ଡୋନାଲ୍ଡ ଟ୍ରମ୍ପଙ୍କ ‘ସାହସ’କୁ ପ୍ରଶଂସା କରି ଏଲନ ମସ୍କ କହିଛନ୍ତି,ସାହସିକତା କଦାପି ମିଥ୍ୟା ନୁହେଁ। କମଲା ହାରିସ ଏବଂ ଜୋ ବାଇଡେନ ଆମେରିକାର ଶତ୍ରୁମାନଙ୍କୁ ଭୟଭୀତ କରିବାରେ ସକ୍ଷମ ହୋଇ ନାହାଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri