Posted inଖେଳ

ବିନା ପଦକରେ ଭାରତ ଫେରିଲେ ଭିନେଶ ଫୋଗଟ

ନୂଆଦିଲ୍ଲୀ,୧୩।୮: ପ୍ୟାରିସ ଅଲିମ୍ପିକ୍ସରୁ ଭିନେଶ ଫୋଗଟଙ୍କ ଅଯୋଗ୍ୟତା ଭାରତ ପାଇଁ ଏକ ବଡ ଝଟକା। ଭିନେଶଙ୍କ ଉପରେ CAS ର ନିଷ୍ପତ୍ତି ଏପର୍ଯ୍ୟନ୍ତ ଆସି ନାହିଁ। ଏହି ସମୟରେ ଏକ ଭିଡିଓ ସାମ୍ନାକୁ ଆସିଛି ଯେଉଁଥିରେ ଭିନେଶ ଫୋଗଟ ପ୍ୟାରିସରୁ ବିଦାୟ ନେଉଥିବାର ନଜର ଆସିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଅଲିମ୍ପିକ୍ସ ୨୦୨୪ରେ ଭାରତ ପାଇଁ କୁସ୍ତିରେ ବ୍ରୋଞ୍ଜ ପଦକ ଜିତିଥିବା ଅମନ ସେରାୱତଙ୍କ ସହ ଭିନେଶ ନୂଆଦିଲ୍ଲୀରେ ଅବତରଣ କରିବେ।

ନ୍ୟୁଜ ଏଜେନ୍ସି ଏଏନଆଇ ଏକ ଭିଡିଓ ଶେୟାର କରିଛି ଯେଉଁଥିରେ ଭିନେଶ ଫୋଗଟ ସୋମବାର ପ୍ୟାରିସରୁ ଭାରତ ଫେରୁଥିବା ଦେଖିବାକୁ ମିଳିଛି। ଯେହେତୁ CAS ଏପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ଦେଇନାହିଁ, ତେଣୁ ଭିନେଶ ବିନା ପଦକରେ ଭାରତକୁ ଫେରୁଛନ୍ତି ବୋଲି ଅନୁମାନ କରାଯାଉଛି। ସୂଚନାଯୋଗ୍ୟ, ଭିନେଶ ଫୋଗଟଙ୍କ ଉପରେ CAS ନିଷ୍ପତ୍ତି ୧୦ଅଗଷ୍ଟରେ ଆସିବାରଥିଲା, କିନ୍ତୁ ବର୍ତ୍ତମାନ ତାରିଖ ୧୩ ଅଗଷ୍ଟକୁ ବୃଦ୍ଧି କରାଯାଇଛି।

ସୂଚନାଯୋଗ୍ୟ, ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ୫୦ କିଲୋଗ୍ରାମ ଫ୍ରିଷ୍ଟାଇଲ କୁସ୍ତିରେ ଭିନେଶ ଫୋଗଟ ଅଂଶଗ୍ରହଣ କରିଥିଲେ। ସେ ଲଗାତାର ୩ଟି ମ୍ୟାଚ ଜିତି ଫାଇନାଲରେ ପ୍ରବେଶ କରିଛନ୍ତି। ଫାଇନାଲରେ ସେ ଆମେରିକୀୟ ରେସଲରଙ୍କ ସହ ମୁହାଁମୁହିଁ ହୋଇଥିଲେ। ମ୍ୟାଚର କିଛି ଘଣ୍ଟା ପୂର୍ବରୁ ଖବର ଆସିଥିଲା ଯେ ତାଙ୍କ ଓଜନ ୫୦ କିଲୋଗ୍ରାମରୁ ପ୍ରାୟ ୧୦୦ ଗ୍ରାମ ଅଧିକ ଥିଲା ଏବଂ ଏହି କାରଣରୁ ତାଙ୍କୁ ଫାଇନାଲରୁ ବାହାର କରି ଦିଆଯାଇଥିଲା। ଏହି ନିଷ୍ପତ୍ତିରେ ନିରାଶ ହୋଇ ଭିନେସ କୁସ୍ତିରୁ ଅବସର ଘୋଷଣା କରିଛନ୍ତି। ଅଗଷ୍ଟ ୧୩ରେ ଏହି ନିଷ୍ପତ୍ତି ତାଙ୍କ ସପକ୍ଷରେ ଆସିଛି କି ନାହିଁ ତାହା ଦେଖିବାକୁ ବାକି ରହିଲା। ଫାଇନାଲରେ ହାରିଯାଇଥିଲେ ମଧ୍ୟ ତାଙ୍କ ରୌପ୍ୟ ପଦକ ନିଶ୍ଚିତ ହୋଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri