ଭିନେଶ ଫୋଗଟଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୩।୮: ରେସଲର୍‌ ଭିନେଶ ଫୋଗଟଙ୍କୁ ନେଇ ବଡ଼ ଅପଡେଟ୍‌ ଆସିଛି। ସେ ଆବେଦନ କରିଥିବା ମାମଲାର ଶୁଣାଣି ପୁଣିଥରେ ଘୁଞ୍ଚି ଯାଇଛି। ଅଗଷ୍ଟ ୧୬ରେ ଏନେଇ ଶୁଣାଣି ହେବ ବୋଲି ସୂଚନା ମିଳିଛି।

ଭିନେଶ ଫୋଗଟ ମାମଲାରେ କୋର୍ଟ ଅଫ ଆର୍ବିଟ୍ରେସନ ଫର୍‌ ସ୍ପୋର୍ଟସ (ସିଏଏସ) କ’ଣ ରାୟ ଦେବ ଏନେଇ ପୂରା ଦେଶ ଚାହିଁ ରହିଛି। ମଙ୍ଗଳବାର ସିଏଏସ ଭିନେଶଙ୍କ ମାମଲାରେ ରାୟ ଦେବାର ଥିଲା।

ଅଗଷ୍ଟ ୯ରେ, ସିଏଏସରେ ଭିନେଶ ଫୋଗଟଙ୍କ ମାମଲାରେ ପ୍ରାୟ ତିନି ଘଣ୍ଟା ଧରି ବିତର୍କ ହୋଇଥିଲା। ଦେଶର ଜଣାଶୁଣା ଓକିଲ ହରିଶ ସାଲଭେଙ୍କ ଦ୍ୱାରା ଭିନେଶଙ୍କ ମାମଲା ପରିଚାଳନା କରାଯାଉଥିଲା। ତେବେ ମାମଲାର ଶୁଣାଣି ସମାପ୍ତ ହେବା ପରେ ସିଏଏସ ଭିନେଶଙ୍କ ତିନୋଟି ପ୍ରଶ୍ନର ଉତ୍ତର ମାଗିଛି। ମିଡିଆ ରିପୋର୍ଟ ଅନୁଯାୟୀ, କେବଳ ଭିନେଶଙ୍କ ଉତ୍ତର ଆଧାରରେ ସିଏଏସ ଏହାର ନିଷ୍ପତ୍ତି ଦେବ।

ସୂଚନାଯୋଗ୍ୟ, ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ୫୦ କିଲୋଗ୍ରାମ ଫ୍ରିଷ୍ଟାଇଲ କୁସ୍ତିରେ ଭିନେଶ ଫୋଗଟ ଅଂଶଗ୍ରହଣ କରିଥିଲେ। ସେ ଲଗାତାର ୩ଟି ମ୍ୟାଚ ଜିତି ଫାଇନାଲରେ ପ୍ରବେଶ କରିଥିଲେ। ଫାଇନାଲରେ ସେ ଆମେରିକୀୟ ରେସଲରଙ୍କ ସହ ମୁହାଁମୁହିଁ ହୋଇଥାନ୍ତେ। ହେଲେ ମ୍ୟାଚର କିଛି ଘଣ୍ଟା ପୂର୍ବରୁ ଖବର ଆସିଥିଲା ଯେ ତାଙ୍କ ଓଜନ ୫୦ କିଲୋଗ୍ରାମରୁ ୧୦୦ ଗ୍ରାମ ଅଧିକ ଥିଲା। ଏହି କାରଣରୁ ତାଙ୍କୁ ଡିସ୍କୱାଲିଫାଏଡ ଘୋଷଣା କରାଯାଇଥିଲା। ଏହି ନିଷ୍ପତ୍ତିରେ ନିରାଶ ହୋଇ ଭିନେଶ କୁସ୍ତିରୁ ଅବସର ଘୋଷଣା କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା

କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ...

ସ୍ମୃତି-ପଲାଶଙ୍କ ବିବାହ ଭାଙ୍ଗିବା ପଛରେ ରହିଛି ଏହି ବଡ଼ କାରଣ! ଖୋଲିଲା ବଡ଼ ରାଜ୍‌…

ନୂଆଦିଲ୍ଲୀ,୮।୧୨: ଭାରତୀୟ ମହିଳା ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଏବଂ ସଂଗୀତଜ୍ଞ ପଲାଶ ମୁଛଲଙ୍କ ମଧ୍ୟରେ ସମ୍ପର୍କ ଶେଷରେ ଶେଷ ହୋଇଛି। ମନ୍ଧାନା ଏବଂ ମୁଛଲ...

ଜାଣିଶୁଣି କରାଯାଇଥିଲା କି ଇଣ୍ଡିଗୋ ସଙ୍କଟ? ସରକାର ଜାରି କଲେ ନୋଟିସ, ଯାଞ୍ଚ ଆରମ୍ଭ

ନୂଆଦିଲ୍ଲୀ,୮।୧୨: ସରକାର ନୂତନ ଫ୍ଲାଇଟ ଡ୍ୟୁଟି ସମୟ ସୀମା (FDTL) ନିୟମ କାର୍ଯ୍ୟକାରୀ କରିବାରେ ଇଣ୍ଡିଗୋର ଅଭିଯୋଗ ଅବହେଳାର ତଦନ୍ତ କରିବେ। ଅଭିଯୋଗ ହୋଇଛି ଯେ...

ବାରବାଟୀ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ବଡ଼ ଝଟ୍‌କା: ICC ଲଗାଇଲା ଜରିମାନା, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୮।୧୨: ରାୟପୁରରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଏକଦିବସୀୟ ଦିନିକିଆରେ ସ୍ଲୋ ଓଭର-ରେଟ ବଜାୟ ରଖିବା ପାଇଁ ଆଇସିସି ଟିମ ଇଣ୍ଡିଆକୁ ସେମାନଙ୍କ...

ଅଧିନାୟକ ସୂର୍ଯ୍ୟକୁମାରଙ୍କ ବଡ଼ ଘୋଷଣାା: ବାରବାଟୀରେ ଖେଳିବେ ଗିଲ୍‌

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବ ମହା ମୁକାବିଲା। ଏନେଇ ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିବେ। ଅଭ୍ୟାସ ପୂର୍ବରୁ ଭାରତୀୟ ଟି୨୦...

ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି...

କଟକରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ନୂଆଦିଲ୍ଲୀ,୮।୧୨: ଟେଷ୍ଟ ଏବଂ ଦିନିକିଆ ପରେ, ଭାରତ ଏବଂ ଦକ୍ଷିଣ ଆଫ୍ରିକା ଦଳ ଏବେ ଟି-୨୦ ଅନ୍ତର୍ଜାତୀୟ ସିରିଜ ଖେଳିବାକୁ ପ୍ରସ୍ତୁତ। ଦକ୍ଷିଣ ଆଫ୍ରିକା ଟେଷ୍ଟ...

ସାରା ରାଜ୍ୟକୁ ଥରାଉଛି ଶୀତ, ଜି.ଉଦୟଗିରି ସବୁଠୁ ଥଣ୍ଡା, ତାପମାତ୍ରା ରହିଛି…

ଭୁବନେଶ୍ୱର,୮ା୧୨: ରାଜ୍ୟରେ କିଛିଦିନ ହେବ ଶୀତ ଲହରି ଜାରି ରହିଛି। କନ୍ଧମାଳ ଜିଲାର ସବୁଜ ସୁନ୍ଦର ପାହାଡ଼ ପର୍ବତ ଘେରା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri